ଗୀତସଂହିତା111ory_irv

ପରମେଶ୍ୱରଙ୍କ ସ୍ତୁତି

1ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।ସରଳ ଲୋକଙ୍କ ସଭାରେ ଓ ମଣ୍ଡଳୀ ମଧ୍ୟରେମୁଁ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବି।2ସଦାପ୍ରଭୁଙ୍କ କାର୍ଯ୍ୟସକଳ ମହତ,ଯେଉଁମାନେ ତହିଁରେ ସନ୍ତୁଷ୍ଟ, ସେମାନେ ତାହାସବୁ ଅନୁସନ୍ଧାନ କରନ୍ତି।3ତାହାଙ୍କର କ୍ରିୟା, ସମ୍ଭ୍ରମ ଓ ଗୌରବ ସ୍ୱରୂପ;ଓ ତାହାଙ୍କର ଧର୍ମ ଅନନ୍ତକାଳସ୍ଥାୟୀ।4ସେ ଆପଣାର ଆଶ୍ଚର୍ଯ୍ୟକର୍ମସବୁ ସ୍ମରଣ କରାଇଅଛନ୍ତି;ସଦାପ୍ରଭୁ କୃପାମୟ ଓ ସ୍ନେହଶୀଳ।5ସେ ଆପଣା ଭୟକାରୀମାନଙ୍କୁ ଆହାର ଦେଇଅଛନ୍ତି;ସେ ସଦାକାଳ ଆପଣା ନିୟମ ସ୍ମରଣ କରିବେ।6ସେ ନିଜ ଲୋକମାନଙ୍କୁ ଅନ୍ୟ ଦେଶୀୟମାନଙ୍କଅଧିକାର ଦେଇ ଆପଣା କର୍ମର ପ୍ରଭାବ ସେମାନଙ୍କୁ ଦେଖାଇଅଛନ୍ତି।7ତାହାଙ୍କ ହସ୍ତର କର୍ମସକଳ ସତ୍ୟ ଓ ନ୍ୟାଯ୍ୟ,ତାହାଙ୍କ ବିଧିସକଳ ଅଟଳ।8ତାହାସବୁ ଅନନ୍ତକାଳ ନିମନ୍ତେ ସ୍ଥିରୀକୃତ;ତାହାସବୁ ସତ୍ୟତା ଓ ସରଳତାରେ ସାଧିତ।9ସେ ଆପଣା ଲୋକମାନଙ୍କ ନିକଟକୁ ମୁକ୍ତି ପଠାଇଅଛନ୍ତି;ସେ ଅନନ୍ତକାଳ ନିମନ୍ତେ ଆପଣା ନିୟମ ଆଜ୍ଞା କରିଅଛନ୍ତି;ତାହାଙ୍କ ନାମ ପବିତ୍ର ଓ ଆଦରଣୀୟ।10ସଦାପ୍ରଭୁ ବିଷୟକ ଭୟ ଜ୍ଞାନର ଆରମ୍ଭ;ଯେଉଁମାନେ ତଦନୁଯାୟୀ କର୍ମ କରନ୍ତି, ସେସମସ୍ତଙ୍କର ସୁବୁଦ୍ଧି ହୁଏ;ତାହାଙ୍କର ପ୍ରଶଂସା ସଦାକାଳସ୍ଥାୟୀ।