ମଙ୍ଗଳମୟ ପରମେଶ୍ୱରଙ୍କ ସ୍ତୁତି
1ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର,ହେ ସଦାପ୍ରଭୁଙ୍କ ଦାସଗଣ, ତୁମ୍ଭେମାନେ ପ୍ରଶଂସା କର,ସଦାପ୍ରଭୁଙ୍କ ନାମର ପ୍ରଶଂସା କର।2ଆଜିଠାରୁ ଅନନ୍ତକାଳ ସଦାପ୍ରଭୁଙ୍କ ନାମ ଧନ୍ୟ ହେଉ।3ସୂର୍ଯ୍ୟର ଉଦୟ-ସ୍ଥାନଠାରୁ ତହିଁର ଅସ୍ତ-ସ୍ଥାନ ପର୍ଯ୍ୟନ୍ତସଦାପ୍ରଭୁଙ୍କ ନାମ ପ୍ରଶଂସନୀୟ।4ସଦାପ୍ରଭୁ ସମୁଦାୟ ଗୋଷ୍ଠୀ ଉପରେଓ ତାହାଙ୍କ ଗୌରବ ଆକାଶମଣ୍ଡଳ ଉପରେ ଉଚ୍ଚୀକୃତ।ଯାହାଙ୍କର ଆସନ ଊର୍ଦ୍ଧ୍ୱରେ,5ଯେ ଆକାଶ ଓ ପୃଥିବୀକୁ ଦେଖିବା ପାଇଁ ଆପଣାକୁ ନତ କରନ୍ତି,6ସେହି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ତୁଲ୍ୟ କିଏ?7ସେ ଅଧିପତିମାନଙ୍କ ସଙ୍ଗେ, ନିଜ ଲୋକଙ୍କ ଅଧିପତିଗଣ ସଙ୍ଗେ ବସାଇବା ପାଇଁ,8ଦରିଦ୍ରକୁ ଧୂଳିରୁ ଉଠାନ୍ତି ଓ ଦୀନହୀନକୁ ଖତରାଶିରୁ ଉତ୍ତୋଳନ କରନ୍ତି।9ସେ ବନ୍ଧ୍ୟା ସ୍ତ୍ରୀକୁ ଗୃହିଣୀଓ ସନ୍ତାନଗଣର ଆନନ୍ଦମୟୀ ମାତା କରନ୍ତି।ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।