ଗୀତସଂହିତା114ory_irv

ନିସ୍ତାର ପର୍ବ ସଙ୍ଗୀତ

1ଯେତେବେଳେ ଇସ୍ରାଏଲ ମିସରରୁଓ ଯାକୁବ ବଂଶ ଅନ୍ୟ ଭାଷାବାଦୀ ଲୋକଙ୍କ ମଧ୍ୟରୁ ବାହାରିଲେ;2ସେତେବେଳେ ଯିହୁଦା ତାହାଙ୍କ ଧର୍ମଧାମଓ ଇସ୍ରାଏଲ ତାହାଙ୍କ ରାଜ୍ୟ ହେଲା,3ସମୁଦ୍ର ତାହା ଦେଖି ପଳାଇଲା;ଯର୍ଦ୍ଦନ ଉଜାଣି ବହିଲା।4ପର୍ବତଗଣ ମେଷ ପରିଓ ଉପପର୍ବତଗଣ ମେଷଶାବକ ପରି ଡିଆଁ ମାରିଲେ।5ତୁମ୍ଭର କʼଣ ହେଲା ଯେ, ହେ ସମୁଦ୍ର, ତୁମ୍ଭେ ପଳାଉଅଛ?ହେ ଯର୍ଦ୍ଦନ, ତୁମ୍ଭେ ଉଜାଣି ବହୁଅଛ?6ହେ ପର୍ବତଗଣ, ତୁମ୍ଭେମାନେ ମେଷ ପରି,ହେ ଉପପର୍ବତଗଣ, ତୁମ୍ଭେମାନେ ମେଷଶାବକ ପରି ଡିଆଁ ମାରୁଅଛ?7ହେ ପୃଥିବୀ, ତୁମ୍ଭେ ପ୍ରଭୁଙ୍କ ଛାମୁରେ,ଯାକୁବର ପରମେଶ୍ୱରଙ୍କ ଛାମୁରେ କମ୍ପିତ ହୁଅ;8ସେ ଶୈଳକୁ ଜଳାଶୟ,ଚକ୍‍ମକି ପ୍ରସ୍ତରକୁ ନିର୍ଝର କଲେ।