ଗୀତସଂହିତା115ory_irv

ଏକମାତ୍ର ସତ୍ୟ ପରମେଶ୍ୱର

1ହେ ସଦାପ୍ରଭୋ, ଆମ୍ଭମାନଙ୍କୁ ନୁହେଁ, ଆମ୍ଭମାନଙ୍କୁ ନୁହେଁ,ମାତ୍ର ତୁମ୍ଭ ଦୟା ଓ ତୁମ୍ଭ ସତ୍ୟତା ସକାଶେଆପଣା ନାମକୁ ଗୌରବାନ୍ୱିତ କର।2“ଏବେ ସେମାନଙ୍କର ପରମେଶ୍ୱର କାହାନ୍ତି,” ଏହାଅନ୍ୟ ଦେଶୀୟମାନେ କାହିଁକି କହିବେ?3ମାତ୍ର ଆମ୍ଭମାନଙ୍କ ପରମେଶ୍ୱର ସ୍ୱର୍ଗରେ ଅଛନ୍ତି;ଯାହା ତାହାଙ୍କର ଇଚ୍ଛା, ତାହା ସେ କରିଅଛନ୍ତି।4ସେମାନଙ୍କର ପ୍ରତିମାସବୁ ରୂପା ଓ ସୁନା,ମନୁଷ୍ୟର ହସ୍ତକୃତ କର୍ମ ଅଟେ।5ସେମାନଙ୍କର ମୁଖ ଅଛି, ମାତ୍ର ସେମାନେ କଥା କହନ୍ତି ନାହିଁ;ଚକ୍ଷୁ ସେମାନଙ୍କର ଅଛି, ମାତ୍ର ସେମାନେ ଦେଖନ୍ତି ନାହିଁ।6ସେମାନଙ୍କର କର୍ଣ୍ଣ ଅଛି, ମାତ୍ର ସେମାନେ ଶୁଣନ୍ତି ନାହିଁ;ନାସିକା ସେମାନଙ୍କର ଅଛି, ମାତ୍ର ସେମାନେ ଆଘ୍ରାଣ କରନ୍ତି ନାହିଁ;7ସେମାନଙ୍କର ହସ୍ତ ଅଛି, ମାତ୍ର ସେମାନେ ସ୍ପର୍ଶ କରନ୍ତି ନାହିଁ;ଚରଣ ସେମାନଙ୍କର ଅଛି, ମାତ୍ର ସେମାନେ ଗମନ କରନ୍ତି ନାହିଁ;କିଅବା କଣ୍ଠରେ ସେମାନେ କଥା କହନ୍ତି ନାହିଁ।8ସେମାନଙ୍କର ନିର୍ମାଣକାରୀମାନେଓ ସେମାନଙ୍କଠାରେ ନିର୍ଭରକାରୀମାନେ ସେମାନଙ୍କ ତୁଲ୍ୟ ହେବେ।9ହେ ଇସ୍ରାଏଲ, ତୁମ୍ଭେ ସଦାପ୍ରଭୁଙ୍କଠାରେ ନିର୍ଭର କର;ସେ ସେମାନଙ୍କର ସହାୟ ଓ ସେମାନଙ୍କର ଢାଲ।10ହେ ହାରୋଣ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ନିର୍ଭର କର;ସେ ସେମାନଙ୍କର ସହାୟ ଓ ସେମାନଙ୍କର ଢାଲ।11ହେ ସଦାପ୍ରଭୁଙ୍କ ଭୟକାରୀଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ନିର୍ଭର କର;ସେ ସେମାନଙ୍କର ସହାୟ ଓ ସେମାନଙ୍କର ଢାଲ।12ସଦାପ୍ରଭୁ ଆମ୍ଭମାନଙ୍କ ବିଷୟରେ ମନୋଯୋଗୀ ହୋଇଅଛନ୍ତି; ସେ ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ;ସେ ଇସ୍ରାଏଲ ବଂଶକୁ ଆଶୀର୍ବାଦ କରିବେ;ସେ ହାରୋଣ-ବଂଶକୁ ଆଶୀର୍ବାଦ କରିବେ।13ସେ ସଦାପ୍ରଭୁଙ୍କ ଭୟକାରୀସାନ ଓ ବଡ଼ ସମସ୍ତଙ୍କୁ ଆଶୀର୍ବାଦ କରିବେ।14ସଦାପ୍ରଭୁ ତୁମ୍ଭମାନଙ୍କୁ,ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ସନ୍ତାନଗଣକୁ ଆହୁରି ଆହୁରି ବୃଦ୍ଧି କରନ୍ତୁ।15ତୁମ୍ଭେମାନେ ସ୍ୱର୍ଗ ଓ ପୃଥିବୀର ସୃଷ୍ଟିକର୍ତ୍ତାସଦାପ୍ରଭୁଙ୍କର ଆଶୀର୍ବାଦ-ପାତ୍ର ଅଟ।16ସ୍ୱର୍ଗ ସଦାପ୍ରଭୁଙ୍କର ସ୍ୱର୍ଗ;ମାତ୍ର ସେ ମନୁଷ୍ୟ-ସନ୍ତାନଗଣକୁ ପୃଥିବୀ ଦେଇଅଛନ୍ତି।17ମୃତମାନେ, କିଅବା ଯେଉଁମାନେ ନୀରବ ସ୍ଥାନରେ ଅବରୋହଣ କରନ୍ତି,ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କରନ୍ତି ନାହିଁ;18ମାତ୍ର ଆମ୍ଭେମାନେ ଆଜିଠାରୁ ଅନନ୍ତକାଳ ପର୍ଯ୍ୟନ୍ତସଦାପ୍ରଭୁଙ୍କର ଧନ୍ୟବାଦ କରିବା।ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।