ମୃତ୍ୟୁୁରୁ ରକ୍ଷା ପାଇଥିବା ବ୍ୟକ୍ତିର ସଦାପ୍ରଭୁଙ୍କ ପ୍ରଶଂସା
1ମୁଁ ସଦାପ୍ରଭୁଙ୍କୁ ପ୍ରେମ କରେ,କାରଣ ସେ ମୋʼ ରବ ଓ ବିନତି ଶୁଣିଅଛନ୍ତି।2ସେ ମୋʼ ପ୍ରତି କର୍ଣ୍ଣପାତ କରିଅଛନ୍ତି,ଏଥିପାଇଁ ମୁଁ ବଞ୍ଚିଥିବା ଯାଏ, ତାହାଙ୍କ ନିକଟରେ ପ୍ରାର୍ଥନା କରିବି।3ମୃତ୍ୟୁର ରଜ୍ଜୁ ମୋତେ ଘେରିଲା,ପାତାଳର ଯନ୍ତ୍ରଣା ମୋତେ ଧରିଲା;ମୁଁ ସଙ୍କଟ ଓ ଦୁଃଖରେ ପଡ଼ିଲି।4ସେତେବେଳେ ମୁଁ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲି;“ହେ ସଦାପ୍ରଭୁ, ମୁଁ ବିନୟ କରୁଅଛି, ମୋʼ ପ୍ରାଣକୁ ଉଦ୍ଧାର କର।”5ସଦାପ୍ରଭୁ କୃପାବାନ ଓ ଧର୍ମମୟ;ହଁ, ଆମ୍ଭମାନଙ୍କ ପରମେଶ୍ୱର ସ୍ନେହଶୀଳ ଅଟନ୍ତି।6ସଦାପ୍ରଭୁ ସରଳ ଲୋକଙ୍କୁ ରକ୍ଷା କରନ୍ତି;ମୁଁ ଦୀନହୀନ ହେଲେ ହେଁ ସେ ମୋର ପରିତ୍ରାଣ କଲେ।7ହେ ମୋହର ପ୍ରାଣ, ଆପଣା ବିଶ୍ରାମ-ସ୍ଥାନକୁ ନେଉଟି ଯାଅ;କାରଣ ସଦାପ୍ରଭୁ ତୁମ୍ଭର ପ୍ରଚୁର ମଙ୍ଗଳ କରିଅଛନ୍ତି।8ତୁମ୍ଭେ ମୃତ୍ୟୁୁରୁ ମୋହର ପ୍ରାଣଓ ଲୋତକରୁ ମୋହର ଚକ୍ଷୁଓ ଝୁଣ୍ଟିପଡ଼ିବାରୁ ମୋହର ଚରଣ ଉଦ୍ଧାର କରିଅଛ।9ମୁଁ ସଦାପ୍ରଭୁଙ୍କ ସାକ୍ଷାତରେଜୀବିତମାନଙ୍କ ଦେଶରେ ଗମନାଗମନ କରିବି।10ମୁଁ ସଦାପ୍ରଭୁଙ୍କଠାରେ ବିଶ୍ୱାସ କରୁଅଛି, ଏଣୁ ମୁଁ କହିବି;“ମୁଁ ନିତାନ୍ତ ଦୁଃଖଗ୍ରସ୍ତ ଥିଲି,”11ମୁଁ ଚଞ୍ଚଳ ଭାବରେ କହିଲି,“ମନୁଷ୍ୟ ମାତ୍ରେ ହିଁ ମିଥ୍ୟା।”12ମୋʼ ପ୍ରତି ସଦାପ୍ରଭୁଙ୍କର ସବୁ ମଙ୍ଗଳଦାନ ପାଲଟେମୁଁ ତାହାଙ୍କୁ କି ପ୍ରତିଦାନ କରିବି?13ମୁଁ ପରିତ୍ରାଣର ପାତ୍ର ଗ୍ରହଣ କରିବିଓ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବି।14ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେଓ ତାହାଙ୍କ ଲୋକମାନଙ୍କ ସାକ୍ଷାତରେ ଆପଣା ମାନତ ପୂର୍ଣ୍ଣ କରିବି।15ସଦାପ୍ରଭୁଙ୍କ ଦୃଷ୍ଟିରେ ତାହାଙ୍କସଦ୍ଭକ୍ତମାନଙ୍କ ମରଣ ବହୁମୂଲ୍ୟ ଅଟେ।16ହେ ସଦାପ୍ରଭୋ, ମୁଁ ନିତାନ୍ତ ତୁମ୍ଭର ଦାସ;ମୁଁ ତୁମ୍ଭର ଦାସ, ତୁମ୍ଭ ଦାସୀର ପୁତ୍ର;ତୁମ୍ଭେ ମୋହର ବନ୍ଧନସବୁ ମୁକୁଳାଇଅଛ।17ମୁଁ ତୁମ୍ଭ ନିକଟରେ ଧନ୍ୟବାଦାର୍ଥକ ବଳି ଉତ୍ସର୍ଗ କରିବି,ମୁଁ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବି।18ମୁଁ ତାହାଙ୍କ ଲୋକମାନଙ୍କ ସାକ୍ଷାତରେ,ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣରେ,19ହେ ଯିରୂଶାଲମ, ତୁମ୍ଭ ମଧ୍ୟରେ, ସଦାପ୍ରଭୁଙ୍କଉଦ୍ଦେଶ୍ୟରେ ଆପଣା ମାନତ ପୂର୍ଣ୍ଣ କରିବି।ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।