ଗୀତସଂହିତା117ory_irv

ସଦାପ୍ରଭୁଙ୍କ ସ୍ତବଗାନ

1ହେ ସର୍ବଦେଶୀୟମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର;ହେ ସମସ୍ତ ଲୋକ, ତାହାଙ୍କର ସ୍ତୁତି କର।2କାରଣ ଆମ୍ଭମାନଙ୍କ ପ୍ରତି ତାହାଙ୍କ ଦୟା ଅତିଶୟଓ ସଦାପ୍ରଭୁଙ୍କ ସତ୍ୟତା ଅନନ୍ତକାଳସ୍ଥାୟୀ।ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।