ଗୀତସଂହିତା120ory_irv
ସାହାଯ୍ୟ ପ୍ରାର୍ଥନା
ଆରୋହଣ ଗୀତ।
1ମୁଁ ଆପଣା ବିପଦରେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲି,ତହିଁରେ ସେ ମୋତେ ଉତ୍ତର ଦେଲେ।2ହେ ସଦାପ୍ରଭୋ, ମିଥ୍ୟାବାଦୀ ଓଷ୍ଠାଧରରୁଓ ପ୍ରବଞ୍ଚକ ଜିହ୍ୱାରୁ ମୋʼ ପ୍ରାଣକୁ ଉଦ୍ଧାର କର।3ହେ ପ୍ରବଞ୍ଚକ ଜିହ୍ୱେ,ତୁମ୍ଭକୁ କଅଣ ଦିଆଯିବ ଓ ତୁମ୍ଭ ପ୍ରତି ଅଧିକ କଅଣ କରାଯିବ?4ବୀରର ତୀକ୍ଷ୍ଣ ତୀର ଓ ରେତମ କାଷ୍ଠର ଅଙ୍ଗାର ସହ ଦଣ୍ଡ ଦେବେ।5ହାୟ, ହାୟ, ମୁଁ ମେଶକ୍ରେ ପ୍ରବାସ କରେ।ମୁଁ କେଦାରର ତମ୍ବୁସମୂହ ମଧ୍ୟରେ ବାସ କରେ।6ଶାନ୍ତି ଘୃଣାକାରୀ ଲୋକ ସହିତମୋʼ ପ୍ରାଣ ଦୀର୍ଘ କାଳ ବାସ କରିଅଛି।7ମୁଁ ଶାନ୍ତି ଚାହେଁ;ମାତ୍ର ମୁଁ କଥା କହିଲେ, ସେମାନେ ଯୁଦ୍ଧ ଚାହାନ୍ତି।