ଗୀତସଂହିତା122ory_irv

ଯିରୂଶାଲମର ପ୍ରଶଂସା

ଆରୋହଣ ଗୀତ; ଦାଉଦଙ୍କ ରଚିତ।

1“ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଗୃହକୁ ଯାଉ,”ଏହି କଥା ଲୋକମାନେ ମୋତେ କହିବା ବେଳେ ମୁଁ ଆନନ୍ଦିତ ହେଲି।2ହେ ଯିରୂଶାଲମ, ତୁମ୍ଭ ଦ୍ୱାର ଭିତରେଆମ୍ଭମାନଙ୍କ ଚରଣ ଠିଆ ହେଉଅଛି;3ହେ ଯିରୂଶାଲମ,ତୁମ୍ଭେ ସୁସଂଯୁକ୍ତ ଏକ ନଗର ତୁଲ୍ୟ ନିର୍ମିତ ହୋଇଅଛ;4ଗୋଷ୍ଠୀବର୍ଗ, ଅର୍ଥାତ୍‍, ସଦାପ୍ରଭୁଙ୍କ ଗୋଷ୍ଠୀବର୍ଗଇସ୍ରାଏଲ ପ୍ରତି ସାକ୍ଷ୍ୟ ସ୍ୱରୂପେ ସଦାପ୍ରଭୁଙ୍କ ନାମକୁ ଧନ୍ୟବାଦ ଦେବାନିମନ୍ତେ ସେଠାରେ ଆରୋହଣ କରନ୍ତି।5କାରଣ ସେଠାରେ ବିଚାରାର୍ଥକ ସିଂହାସନ,ଦାଉଦ-ବଂଶର ସିଂହାସନସବୁ ସ୍ଥାପିତ ଅଛି।6ଯିରୂଶାଲମର ଶାନ୍ତି ପାଇଁ ପ୍ରାର୍ଥନା କର;ଯେଉଁମାନେ ତୁମ୍ଭକୁ ସ୍ନେହ କରନ୍ତି, ସେମାନେ ଅଶେଷ ଉନ୍ନତି କରିବେ।7ତୁମ୍ଭ ପ୍ରାଚୀର ମଧ୍ୟରେ ଶାନ୍ତି ବର୍ତ୍ତୁଓ ତୁମ୍ଭ ଅଟ୍ଟାଳିକାସମୂହର ସୌଭାଗ୍ୟ ହେଉ।8ମୋହର ଭ୍ରାତୃଗଣ ଓ ମିତ୍ରଗଣ ସକାଶେ ମୁଁ ଏବେକହିବି, ତୁମ୍ଭ ମଧ୍ୟରେ ଶାନ୍ତି ବର୍ତ୍ତୁ।9ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ ସକାଶେମୁଁ ତୁମ୍ଭର ମଙ୍ଗଳ ନିମନ୍ତେ ପ୍ରାର୍ଥନା କରିବି।