ଗୀତସଂହିତା123ory_irv
କୃପା ଭିକ୍ଷାର ପ୍ରାର୍ଥନା
ଆରୋହଣ ଗୀତ।
1ହେ ସ୍ୱର୍ଗୋପବିଷ୍ଟ ସଦାପ୍ରଭୁ,ମୁଁ ତୁମ୍ଭଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରେ।2ଦେଖ, ଯେପରି ଦାସମାନଙ୍କ ଚକ୍ଷୁ ସେମାନଙ୍କ କର୍ତ୍ତାର ହସ୍ତକୁଓ ଦାସୀର ଚକ୍ଷୁ ଆପଣା କର୍ତ୍ତ୍ରୀର ହସ୍ତକୁ ଅନାଏ;ସେପରି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଆମ୍ଭମାନଙ୍କୁ ଦୟା କରିବା ପର୍ଯ୍ୟନ୍ତ ଆମ୍ଭମାନଙ୍କ ଚକ୍ଷୁ ତାହାଙ୍କୁ ଅନାଇଥାଏ।3ହେ ସଦାପ୍ରଭୋ, ଆମ୍ଭମାନଙ୍କୁ ଦୟା କର, ଆମ୍ଭମାନଙ୍କୁ ଦୟା କର;କାରଣ ଆମ୍ଭେମାନେ ଅବଜ୍ଞାରେ ଅତିଶୟ ପୂର୍ଣ୍ଣ ହୋଇଅଛୁ।4ସୁଖଶାଳୀମାନଙ୍କ ଉପହାସରେ ଓ ଅହଙ୍କାରୀମାନଙ୍କଅବଜ୍ଞାରେ ଆମ୍ଭମାନଙ୍କ ପ୍ରାଣ ଅତିଶୟ ପୂର୍ଣ୍ଣ ହୋଇଅଛି।