ଗୀତସଂହିତା126ory_irv

ମୁକ୍ତିର ସଙ୍ଗୀତ

ଆରୋହଣ ଗୀତ।

1ସଦାପ୍ରଭୁ ସିୟୋନର ଦାସତ୍ୱାବସ୍ଥା ପରିବର୍ତ୍ତନ କରିବା ବେଳେଆମ୍ଭେମାନେ ସ୍ୱପ୍ନଦର୍ଶକମାନଙ୍କ ପରି ଥିଲୁ।2ସେତେବେଳେ ଆମ୍ଭମାନଙ୍କ ମୁଖ ହାସ୍ୟରେଓ ଜିହ୍ୱା ଗାୟନରେ ପରିପୂର୍ଣ୍ଣ ହେଲା;ସେତେବେଳେ ଗୋଷ୍ଠୀବର୍ଗ ମଧ୍ୟରେ ଲୋକମାନେ କହିଲେ,“ସଦାପ୍ରଭୁ ଏମାନଙ୍କ ପାଇଁ ମହତ କର୍ମ କରିଅଛନ୍ତି।”3ସଦାପ୍ରଭୁ ଆମ୍ଭମାନଙ୍କ ପାଇଁ ମହତ କର୍ମ କରିଅଛନ୍ତି;ତହିଁ ସକାଶୁ ଆମ୍ଭେମାନେ ଆନନ୍ଦିତ ଅଛୁ।4ହେ ସଦାପ୍ରଭୋ, ଦକ୍ଷିଣ ଦିଗର ସ୍ରୋତ ପରିଆମ୍ଭମାନଙ୍କ ଦାସତ୍ୱାବସ୍ଥା ପରିବର୍ତ୍ତନ କର।5ଯେଉଁମାନେ କାନ୍ଦି କାନ୍ଦି ବିହନ ବୁଣନ୍ତି, ସେମାନେ ଆନନ୍ଦ କରୁ କରୁ ଶସ୍ୟ କାଟିବେ।6ଯଦ୍ୟପି ସେ ବିହନ ବହି କାନ୍ଦି କାନ୍ଦି ଆପଣା ପଥରେ ଯାଏ,ତଥାପି ସେ ବିଡ଼ା ଘେନି ଆନନ୍ଦ କରୁ କରୁ ନେଉଟି ଆସିବ।