ଗୀତସଂହିତା128ory_irv
ବାଧ୍ୟତାର ପୁରସ୍କାର
ଆରୋହଣ ଗୀତ।
1ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତିଓ ତାହାଙ୍କ ପଥରେ ଚାଲନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ଧନ୍ୟ।2କାରଣ ତୁମ୍ଭେ ଆପଣା ହସ୍ତକୃତ ପରିଶ୍ରମର ଫଳ ଭୋଜନ କରିବ;ତୁମ୍ଭେ ସୁଖୀ ହେବ ଓ ତୁମ୍ଭର ମଙ୍ଗଳ ହେବ।3ତୁମ୍ଭର ଭାର୍ଯ୍ୟା ତୁମ୍ଭ ଗୃହର ଅନ୍ତଃପୁରରେ ଫଳବତୀ ଦ୍ରାକ୍ଷାଲତା ତୁଲ୍ୟ ହେବ;ତୁମ୍ଭର ସନ୍ତାନମାନେ ତୁମ୍ଭ ମେଜର ଚାରିଆଡ଼େ ଜୀତବୃକ୍ଷର ଚାରା ପରି ହେବେ।4ଦେଖ, ସଦାପ୍ରଭୁଙ୍କୁ ଭୟ କରିବା ଲୋକଏହି ପ୍ରକାର ଆଶୀର୍ବାଦ ପ୍ରାପ୍ତ ହେବ।5ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରିବେ;ଆଉ, ତୁମ୍ଭେ ଯାବଜ୍ଜୀବନ ଯିରୂଶାଲମର ମଙ୍ଗଳ ଦେଖିବ।6ହଁ, ତୁମ୍ଭେ ଆପଣା ସନ୍ତାନଗଣର ସନ୍ତାନ ଦେଖିବ।ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ।