ଗୀତସଂହିତା129ory_irv
ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ।
ଇସ୍ରାଏଲର ଶତ୍ରୁମାନଙ୍କ ବିରୁଦ୍ଧରେ ପ୍ରାର୍ଥନା
ଆରୋହଣ ଗୀତ।
1“ମୋʼ ଯୌବନଠାରୁ ମୋʼ ର ଶତ୍ରୁମାନେ ଅନେକ ଥର ମୋତେ କ୍ଳେଶ ଦେଇଅଛନ୍ତି,ଇସ୍ରାଏଲ ଏବେ କୁହନ୍ତୁ;2ମୋʼ ଯୌବନଠାରୁ ସେମାନେ ଅନେକ ଥର ମୋତେ କ୍ଳେଶ ଦେଇଅଛନ୍ତି;ତଥାପି ସେମାନେ ମୋʼ ଉପରେ ଜୟୀ ହୋଇ ନାହାନ୍ତି।3କୃଷକମାନେ ମୋʼ ପୃଷ୍ଠଦେଶରେ ହଳ ବୁଲାଇଲେ;ସେମାନେ ଲମ୍ବ ଲମ୍ବ ଶିଆର କଲେ।”4ସଦାପ୍ରଭୁ ଧର୍ମମୟ;ସେ ଦୁଷ୍ଟମାନଙ୍କ ଦାସତ୍ଵରୁ ମୋତେ ମୁକ୍ତ କରିଅଛନ୍ତି।5ସିୟୋନକୁ ଘୃଣା କରିବାଲୋକ ସମସ୍ତେ ଲଜ୍ଜିତ ହୋଇ ହଟି ଯାଉନ୍ତୁ।6ସେମାନେ ଗୃହର ଛାତ ଉପରିସ୍ଥ ସେହି ତୃଣ ତୁଲ୍ୟ ହେଉନ୍ତୁ,ଯାହା ବଢ଼ିବା ପୂର୍ବେ ଶୁଷ୍କ ହୁଏ;7ଯଦ୍ଦ୍ୱାରା କଟାଳି ଆପଣା ହସ୍ତ,ଅବା ବିଡ଼ାବନ୍ଧନକାରୀ ଆପଣା ଅଣ୍ଟି ପୂର୍ଣ୍ଣ କରେ ନାହିଁ।8“କିଅବା ସଦାପ୍ରଭୁଙ୍କ ଆଶୀର୍ବାଦ ତୁମ୍ଭମାନଙ୍କ ଉପରେ ବର୍ତ୍ତୁ,ଆମ୍ଭେମାନେ ସଦାପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ଆଶୀର୍ବାଦ କରୁଅଛୁ,”ଏହା ପଥିକମାନେ କହନ୍ତି ନାହିଁ।