ଗୀତସଂହିତା130ory_irv
ସହାୟତା ପାଇଁ ପ୍ରାର୍ଥନା
ଆରୋହଣ ଗୀତ।
1ହେ ସଦାପ୍ରଭୋ, ମୁଁ ଗଭୀର ଜଳରେ ଥାଇ ତୁମ୍ଭ ନିକଟରେ ଡାକ ପକାଇଅଛି।2ହେ ପ୍ରଭୋ, ମୋʼ ରବ ଶୁଣ;ତୁମ୍ଭ କର୍ଣ୍ଣ ମୋʼ ବିନତି-ରବରେ ମନୋଯୋଗ କରୁ।3ହେ ସଦାପ୍ରଭୋ, ତୁମ୍ଭେ ଯଦି ଅପରାଧସବୁ ଧରିବ,ତେବେ ହେ ପ୍ରଭୋ, କିଏ ଠିଆ ହେବ?4ମାତ୍ର ତୁମ୍ଭଙ୍କୁ ଯେପରି ଭୟ କରାଯାଏ,ଏଥିପାଇଁ ତୁମ୍ଭଠାରେ କ୍ଷମା ଅଛି।5ମୁଁ ସଦାପ୍ରଭୁଙ୍କର ଅପେକ୍ଷା କରୁଅଛି, ମୋʼ ପ୍ରାଣ ଅପେକ୍ଷା କରୁଅଛି,ପୁଣି, ମୁଁ ତାହାଙ୍କ ବାକ୍ୟରେ ଭରସା ରଖୁଅଛି।6ପ୍ରହରୀମାନେ ପ୍ରଭାତ ପାଇଁ ଚାହିଁ ରହିବା ଅପେକ୍ଷା ମୋʼ ପ୍ରାଣ ପ୍ରଭୁଙ୍କ ପାଇଁ ଅଧିକ ଚାହିଁ ରହେ;ହଁ, ପ୍ରହରୀମାନଙ୍କର ପ୍ରଭାତ ପାଇଁ ଚାହିଁ ରହିବା ଅପେକ୍ଷା ଅଧିକ।7ହେ ଇସ୍ରାଏଲ, ସଦାପ୍ରଭୁଙ୍କଠାରେ ଭରସା ରଖ;କାରଣ ସଦାପ୍ରଭୁଙ୍କଠାରେ ଦୟା ଅଛିଓ ତାହାଙ୍କଠାରେ ପ୍ରଚୁର ମୁକ୍ତି ଅଛି।8ପୁଣି, ସେ ଇସ୍ରାଏଲକୁତାହାର ସମସ୍ତ ଅପରାଧରୁ ମୁକ୍ତ କରିବେ।