ଗୀତସଂହିତା132ory_irv
ମନ୍ଦିରର ପ୍ରଶଂସା
ଆରୋହଣ ଗୀତ।
1ହେ ସଦାପ୍ରଭୋ, ଦାଉଦ ପକ୍ଷରେତାହାର ସକଳ କ୍ଳେଶ ସ୍ମରଣ କର;2ସେ କିପ୍ରକାରେ ସଦାପ୍ରଭୁଙ୍କ ନିକଟରେ ଶପଥ କଲା,ଆଉ ଯାକୁବର ବଳଦାତାଙ୍କ ନିକଟରେ ମାନତ କରି କହିଲା;3“ମୁଁ ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କ ନିମନ୍ତେ ଏକ ସ୍ଥାନଓ ଯାକୁବର ବଳଦାତାଙ୍କ ନିମନ୍ତେ ଏକ ଆବାସ ପ୍ରାପ୍ତ ନ ହୁଏ,4ସେପର୍ଯ୍ୟନ୍ତ ମୁଁ ନିଶ୍ଚୟ ଆପଣା ଗୃହ-ତମ୍ବୁରେ ପ୍ରବେଶ କରିବି ନାହିଁ,କିଅବା ଆପଣା ଶଯ୍ୟା ଉପରକୁ ଯିବି ନାହିଁ।5ମୁଁ ଆପଣା ଚକ୍ଷୁକୁ ନିଦ୍ରା ଦେବି ନାହିଁ,ଅବା ଆପଣା ଚକ୍ଷୁପତାକୁ ଘୁମାଇବାକୁ ଦେବି ନାହିଁ।”6ଦେଖ, ଆମ୍ଭେମାନେ ଇଫ୍ରାଥାରେ ଏ ବିଷୟ ଶୁଣିଲୁ;ଆମ୍ଭେମାନେ ବନସ୍ଥ କ୍ଷେତ୍ରରେ ତାହା ପ୍ରାପ୍ତ ହେଲୁ।7ଆମ୍ଭେମାନେ ସଦାପ୍ରଭୁଙ୍କ ଆବାସକୁ ଯିବା;ଆମ୍ଭେମାନେ ତାହାଙ୍କ ପାଦପୀଠରେ ପ୍ରଣାମ କରିବା।8ହେ ସଦାପ୍ରଭୋ, ଉଠ, ତୁମ୍ଭେ ସ୍ୱପରାକ୍ରମର ସିନ୍ଦୁକ ସହିତ ଆପଣା ବିଶ୍ରାମ-ସ୍ଥାନକୁ ଗମନ କର।9ତୁମ୍ଭର ଯାଜକମାନେ ଧର୍ମରୂପ ବସ୍ତ୍ର ପରିହିତ ହେଉନ୍ତୁ;ପୁଣି, ତୁମ୍ଭ ସଦ୍ଭକ୍ତମାନେ ଆନନ୍ଦଧ୍ୱନି କରନ୍ତୁ।10ତୁମ୍ଭ ଦାସ ଦାଉଦ ସକାଶୁ ଆପଣା ଅଭିଷିକ୍ତଙ୍କମୁଖ ଫେରାଇ ଦିଅ ନାହିଁ।11ସଦାପ୍ରଭୁ ଦାଉଦ ପ୍ରତି ସତ୍ୟରେ ଶପଥ କରିଅଛନ୍ତି;ସେ ତହିଁରୁ ଫେରିବେ ନାହିଁ।“ଆମ୍ଭେ ତୁମ୍ଭ ତନୁଜାତ ଫଳକୁ ତୁମ୍ଭ ସିଂହାସନରେ ବସାଇବା।12ଯଦି ତୁମ୍ଭ ସନ୍ତାନଗଣ ଆମ୍ଭ ନିୟମଓ ଆମ୍ଭେ ସେମାନଙ୍କୁ ଯେଉଁ ପ୍ରମାଣ-ବାକ୍ୟ ଶିଖାଇବା, ତାହା ପାଳନ କରିବେ,ତେବେ ସେମାନଙ୍କ ସନ୍ତାନଗଣ ହିଁ ସଦାକାଳ ତୁମ୍ଭ ସିଂହାସନରେ ବସିବେ।”13କାରଣ ସଦାପ୍ରଭୁ ସିୟୋନକୁ ମନୋନୀତ କରିଅଛନ୍ତି;ସେ ଆପଣା ନିବାସ ନିମନ୍ତେ ତାହା ବାଞ୍ଛା କରିଅଛନ୍ତି।14“ଏହା ଚିରକାଳ ଆମ୍ଭର ବିଶ୍ରାମ-ସ୍ଥାନ ଅଟେ;ଏଠାରେ ଆମ୍ଭେ ବାସ କରିବା; କାରଣ ଆମ୍ଭେ ତାହା ବାଞ୍ଛା କରିଅଛୁ।15ଆମ୍ଭେ ତାହାର ଭକ୍ଷ୍ୟ ଉପରେ ବହୁଳ ରୂପେ ଆଶୀର୍ବାଦ କରିବା;ଆମ୍ଭେ ତାହାର ଦରିଦ୍ରଗଣକୁ ଅନ୍ନ ଦେଇ ତୃପ୍ତ କରିବା।16ଆମ୍ଭେ ତାହାର ଯାଜକଗଣକୁ ହିଁ ତ୍ରାଣ ରୂପ ବସ୍ତ୍ର ପିନ୍ଧାଇବାଓ ତାହାର ସଦ୍ଭକ୍ତମାନେ ଆନନ୍ଦରେ ଉଚ୍ଚଧ୍ୱନି କରିବେ।17ସେଠାରେ ଆମ୍ଭେ ଦାଉଦର ଶୃଙ୍ଗ ଅଙ୍କୁରିତ କରିବା;ଆମ୍ଭେ ଆପଣା ଅଭିଷିକ୍ତଙ୍କ ପାଇଁ ଏକ ପ୍ରଦୀପ ନିରୂପଣ କରିଅଛୁ।18ତାହାଙ୍କ ଶତ୍ରୁଗଣକୁ ଆମ୍ଭେ ଲଜ୍ଜାରୂପ ବସ୍ତ୍ର ପିନ୍ଧାଇବା;ମାତ୍ର ତାହାଙ୍କ ରାଜ୍ୟ ଉନ୍ନତି ହେବ।”