ଗୀତସଂହିତା133ory_irv

ଭ୍ରାତୃପ୍ରେମ

ଆରୋହଣ ଗୀତ, ଦାଉଦଙ୍କ ରଚିତ।

1ଦେଖ, ଭାଇମାନେ ମିଳନରେ ଏକତ୍ର ବାସ କରିବାକିପରି ଉତ୍ତମ ଓ ମନୋହର!2ତାହା ମସ୍ତକରେ ବହୁମୂଲ୍ୟ ତୈଳ ସ୍ୱରୂପ,ଯାହା ଦାଢ଼ିରେ, ଅର୍ଥାତ୍‍, ହାରୋଣଙ୍କର ଦାଢ଼ିରେ ବହିତାଙ୍କ ବସ୍ତ୍ରାଞ୍ଚଳରେ ପଡ଼ିଲା।3ତାହା ହର୍ମୋଣ ପାହାଡ଼ର ଶିଶିର ତୁଲ୍ୟ,ଯାହା ସିୟୋନର ପର୍ବତଗଣ ଉପରେ କ୍ଷରି ପଡ଼େ।କାରଣ ସଦାପ୍ରଭୁ ସେଠାରେ ଆଶୀର୍ବାଦ, ହଁ,ଅନନ୍ତ ଜୀବନ ଆଜ୍ଞା କଲେ।