ଗୀତସଂହିତା135ory_irv

ସ୍ତୁତି ବନ୍ଦନା

1ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।ତୁମ୍ଭେମାନେ ସଦାପ୍ରଭୁଙ୍କ ନାମର ପ୍ରଶଂସା କର;ହେ ସଦାପ୍ରଭୁଙ୍କ ଦାସମାନେ, ତାହାଙ୍କର ପ୍ରଶଂସା କର।2ସଦାପ୍ରଭୁଙ୍କ ଗୃହରେ,ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ-ପ୍ରାଙ୍ଗଣରେ ସେବା କରୁଥାଅ ଯେ ତୁମ୍ଭେମାନେ3ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର; କାରଣ ସଦାପ୍ରଭୁ ମଙ୍ଗଳମୟ;ତାହାଙ୍କ ନାମ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର; କାରଣ ତାହା ମନୋହର।4ଯେହେତୁ ସଦାପ୍ରଭୁ ଆପଣା ନିମନ୍ତେ ଯାକୁବକୁଓ ନିଜର ସଞ୍ଚିତ ଧନ ରୂପେ ଇସ୍ରାଏଲକୁ ମନୋନୀତ କରିଅଛନ୍ତି।5କାରଣ ମୁଁ ଜାଣେ, ସଦାପ୍ରଭୁ ମହାନଓ ଆମ୍ଭମାନଙ୍କ ପ୍ରଭୁ ସକଳ ଦେବତାଗଣ ଅପେକ୍ଷା ଶ୍ରେଷ୍ଠ।6ଆକାଶରେ ଓ ପୃଥିବୀରେ, ସମୁଦ୍ରରେ ଓ ସମଗ୍ର ବାରିଧିରେସଦାପ୍ରଭୁ ଯାହା ଇଚ୍ଛା କଲେ, ତାହା କରିଅଛନ୍ତି।7ସେ ପୃଥିବୀର ପ୍ରାନ୍ତରୁ ବାଷ୍ପ ଉଠାନ୍ତି;ସେ ବୃଷ୍ଟି ନିମନ୍ତେ ବିଜୁଳି ଉତ୍ପନ୍ନ କରନ୍ତି;ସେ ଆପଣା ଭଣ୍ଡାରସମୂହରୁ ବାୟୁ ବାହାର କରି ଆଣନ୍ତି।8ସେ ମିସରର ପ୍ରଥମଜାତ ମନୁଷ୍ୟଓ ପଶୁ ଉଭୟକୁ ସଂହାର କଲେ।9ହେ ମିସର, ସେ ତୁମ୍ଭ ମଧ୍ୟକୁ, ଫାରୋ ପ୍ରତିକୂଳରେ, ତାହାର ଦାସଗଣ ପ୍ରତିକୂଳରେନାନା ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ପ୍ରେରଣ କଲେ।10ସେ ଅନେକ ଗୋଷ୍ଠୀଙ୍କୁ ସଂହାର କଲେ,ପରାକ୍ରାନ୍ତ ରାଜାମାନଙ୍କୁ,11ଇମୋରୀୟମାନଙ୍କ ରାଜା ସୀହୋନକୁଓ ବାଶନର ରାଜା ଓଗ୍‍କୁ,ଆଉ କିଣାନର ସକଳ ରାଜ୍ୟକୁ ବଧ କଲେ।12ପୁଣି, ସେମାନଙ୍କର ଦେଶ ଅଧିକାର ନିମନ୍ତେ ଦେଲେ,ଆପଣା ଲୋକ ଇସ୍ରାଏଲକୁ ଅଧିକାରାର୍ଥେ ଦେଲେ।13ହେ ସଦାପ୍ରଭୋ, ତୁମ୍ଭ ନାମ ଅନନ୍ତକାଳସ୍ଥାୟୀ;ହେ ସଦାପ୍ରଭୋ, ତୁମ୍ଭ ସ୍ମରଣ ପୁରୁଷ-ପରମ୍ପରାରେ ଥାଏ।14ଯେହେତୁ ସଦାପ୍ରଭୁ ଆପଣା ଲୋକମାନଙ୍କର ବିଚାର କରିବେଓ ଆପଣା ଦାସମାନଙ୍କ ପ୍ରତି ସଦୟ ହେବେ।15ଅନ୍ୟ ଦେଶୀୟମାନଙ୍କ ପ୍ରତିମାସବୁ ରୂପା ଓ ସୁନା,ମନୁଷ୍ୟର ହସ୍ତକୃତ କର୍ମ ଅଟେ।16ସେମାନଙ୍କର ମୁଖ ଅଛି, ମାତ୍ର ସେମାନେ କଥା କହନ୍ତି ନାହିଁ,ସେମାନଙ୍କର ଚକ୍ଷୁ ଅଛି, ମାତ୍ର ସେମାନେ ଦେଖନ୍ତି ନାହିଁ;17ସେମାନଙ୍କର କର୍ଣ୍ଣ ଅଛି, ମାତ୍ର ସେମାନେ ଶୁଣନ୍ତି ନାହିଁ;କିଅବା ସେମାନଙ୍କ ମୁଖରେ ନିଶ୍ୱାସପ୍ରଶ୍ୱାସ ନାହିଁ।18ସେମାନଙ୍କର ନିର୍ମାଣକାରୀମାନେ ଓ ସେମାନଙ୍କଠାରେ ନିର୍ଭରକାରୀପ୍ରତ୍ୟେକେ ସେମାନଙ୍କ ତୁଲ୍ୟ ହେବେ।19ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର;ହେ ହାରୋଣ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର;20ହେ ଲେବୀ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର।ହେ ସଦାପ୍ରଭୁଙ୍କ ଭୟକାରୀଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର।21ଯିରୂଶାଲମବାସୀ ସଦାପ୍ରଭୁ ସିୟୋନଠାରୁ ଧନ୍ୟ ହେଉନ୍ତୁ।ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।