ଧନ୍ୟବାଦ ସ୍ତୁତି
1ସଦାପ୍ରଭୁଙ୍କର ଧନ୍ୟବାଦ କର; କାରଣ ସେ ମଙ୍ଗଳମୟ;କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।2ଦେବମାନଙ୍କ ଦେବଙ୍କର ଧନ୍ୟବାଦ କର;କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।3ପ୍ରଭୁମାନଙ୍କ ପ୍ରଭୁଙ୍କର ଧନ୍ୟବାଦ କର;କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।4ଯେ ମହତ୍ ମହତ୍ ଆଶ୍ଚର୍ଯ୍ୟକର୍ମ କରିବାରେ ଅଦ୍ୱିତୀୟ, ତାହାଙ୍କର (ଧନ୍ୟବାଦ କର);କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।5ଯେ ବୁଦ୍ଧିରେ ଆକାଶମଣ୍ଡଳ ନିର୍ମାଣ କଲେ;ତାହାଙ୍କର (ଧନ୍ୟବାଦ କର);କାରଣ ତାହାଙ୍କର ଦୟା ଅନନ୍ତକାଳସ୍ଥାୟୀ।6ଯେ ଭୂମଣ୍ଡଳକୁ ଜଳରାଶି ଉପରେ ବିସ୍ତୀର୍ଣ୍ଣ କଲେ; ତାହାଙ୍କର (ଧନ୍ୟବାଦ କର);କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।7ଯେ ମହାଜ୍ୟୋତିର୍ଗଣ ନିର୍ମାଣ କଲେ, ତାହାଙ୍କର (ଧନ୍ୟବାଦ କର);କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।8ଦିବସରେ କର୍ତ୍ତୃତ୍ୱ କରିବା ପାଇଁ ସୂର୍ଯ୍ୟକୁ (ନିର୍ମାଣ କଲେ ସେ);କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।9ରାତ୍ରିରେ କର୍ତ୍ତୃତ୍ୱ କରିବା ପାଇଁ ଚନ୍ଦ୍ର ଓ ତାରାଗଣ (ନିର୍ମାଣ କଲେ ସେ);କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।10ପ୍ରଥମଜାତମାନଙ୍କୁ (ସଂହାର କରିବା ଦ୍ୱାରା) ମିସରକୁ ଆଘାତ କଲେ ସେ;କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।11ପୁଣି, ସେମାନଙ୍କ ମଧ୍ୟରୁ ଇସ୍ରାଏଲକୁ ବାହାର କରି ଆଣିଲେ ସେ;କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।12ବଳବାନ ହସ୍ତ ଓ ବିସ୍ତୃତ ବାହୁ ଦ୍ୱାରା ତାହା କଲେ ସେ;କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।13ଯେ ସୂଫ ସାଗରକୁ ବିଭକ୍ତ କଲେ, ତାହାଙ୍କର (ଧନ୍ୟବାଦ କର);କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।14ତହିଁ ମଧ୍ୟଦେଇ ଇସ୍ରାଏଲକୁ ପାର କରାଇଲେ ସେ;କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।15ମାତ୍ର ଫାରୋ ଓ ତାହାର ସୈନ୍ୟଗଣକୁ ସୂଫ ସାଗରରେ ଠେଲି ଦେଲେ ସେ;କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;16ଯେ ପ୍ରାନ୍ତର ଦେଇ ଆପଣା ଲୋକମାନଙ୍କୁ ଗମନ କରାଇଲେ, ତାହାଙ୍କର (ଧନ୍ୟବାଦ କର);କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।17ଯେ ମହାରାଜାଗଣକୁ ସଂହାର କଲେ, ତାହାଙ୍କର (ଧନ୍ୟବାଦ କର);କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;18ପରାକ୍ରାନ୍ତ ରାଜାମାନଙ୍କୁ ସଂହାର କଲେ ସେ;କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;19ଇମୋରୀୟମାନଙ୍କ ରାଜା ସୀହୋନକୁ ବଧ କଲେ ସେ;କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;20ପୁଣି, ବାଶନର ରାଜା ଓଗ୍କୁ ବଧ କଲେ ସେ;କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;21ଆଉ, ସେମାନଙ୍କ ଦେଶ ଅଧିକାରାର୍ଥେ ଦେଲେ ସେ;କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।22ନିଜ ଦାସ ଇସ୍ରାଏଲର ଅଧିକାର ନିମନ୍ତେ ଦେଲେ ସେ;କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;23ଆମ୍ଭମାନଙ୍କ ହୀନାବସ୍ଥା ସମୟରେ ଆମ୍ଭମାନଙ୍କୁ ସ୍ମରଣ କଲେ ସେ;କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।24ପୁଣି, ଆମ୍ଭମାନଙ୍କ ବିପକ୍ଷଗଣଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛନ୍ତି ସେ;କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।25ସବୁ ପ୍ରାଣୀକୁ ଆହାର ଦିଅନ୍ତି ସେ;କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।26ସ୍ୱର୍ଗର ପରମେଶ୍ୱରଙ୍କ ଧନ୍ୟବାଦ କର;କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।