ଗୀତସଂହିତା14ory_irv
ମଣିଷର ଦୁଷ୍ଟତା
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।
1ମୂଢ଼ ମନେ ମନେ କହିଅଛି, “ପରମେଶ୍ୱର ନାହାନ୍ତି।”ସେମାନେ ଭ୍ରଷ୍ଟ, ସେମାନେ ଘୃଣାଯୋଗ୍ୟ କର୍ମ କରିଅଛନ୍ତି;ସୁକର୍ମକାରୀ କେହି ନାହିଁ।2ବିବେଚକ ଓ ପରମେଶ୍ୱରଙ୍କ ଅନ୍ୱେଷଣକାରୀ କେହିଅଛି କି ନାହିଁ, ଏହା ଦେଖିବା ପାଇଁସଦାପ୍ରଭୁ ସ୍ୱର୍ଗରୁ ମନୁଷ୍ୟ-ସନ୍ତାନଗଣ ପ୍ରତି ନିରୀକ୍ଷଣ କରନ୍ତି।3ସେମାନେ ସମସ୍ତେ ବିପଥରେ ଯାଇଅଛନ୍ତି; ସେମାନେ ଏକତ୍ର ଅଶୁଚି ହୋଇଅଛନ୍ତି;ସୁକର୍ମକାରୀ କେହି ନାହିଁ, ନା, ଜଣେ ହେଁ ନାହିଁ।4ଅଧର୍ମାଚାରୀ ସମସ୍ତଙ୍କର କି କିଛି ଜ୍ଞାନ ନାହିଁ?ସେମାନେ ମୋʼ ଲୋକମାନଙ୍କୁ ଆହାର ପରି ଗ୍ରାସ କରନ୍ତିଓ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି ନାହିଁ।5ସେଠାରେ ସେମାନେ ମହାଭୟଗ୍ରସ୍ତ ହୋଇଥିଲେ;କାରଣ ପରମେଶ୍ୱର ଧାର୍ମିକ-ବଂଶ ମଧ୍ୟରେ ଅଛନ୍ତି।6ତୁମ୍ଭେମାନେ ଦୁଃଖୀର ମନ୍ତ୍ରଣାକୁ ଲଜ୍ଜାର ବିଷୟ କରୁଅଛ,ମାତ୍ର ସଦାପ୍ରଭୁ ତାହାର ଆଶ୍ରୟ ଅଟନ୍ତି।7ଆହା, ସିୟୋନଠାରୁ ଇସ୍ରାଏଲର ପରିତ୍ରାଣ ଉପସ୍ଥିତ ହେଉ!ଯଦି ସଦାପ୍ରଭୁ ଆପଣା ଲୋକମାନଙ୍କୁ ବନ୍ଦୀତ୍ୱରୁ ଫେରାଇ ଆଣନ୍ତିତେବେ ଯାକୁବ ଉଲ୍ଲାସ କରିବ ଓ ଇସ୍ରାଏଲ ଆନନ୍ଦିତ ହେବ।