ଗୀତସଂହିତା140ory_irv

ଆଶ୍ରୟ ଭିକ୍ଷା

ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।

1ହେ ସଦାପ୍ରଭୋ, ଦୁର୍ଜ୍ଜନଠାରୁ ମୋତେ ଉଦ୍ଧାର କର;ଦୌରାତ୍ମ୍ୟକାରୀ ମନୁଷ୍ୟଠାରୁ ମୋତେ ରକ୍ଷା କର।2ସେମାନେ ମନେ ମନେ କୁକଳ୍ପନା କରନ୍ତି;ସେମାନେ ଯୁଦ୍ଧ କରିବାକୁ ପ୍ରତିଦିନ ଏକତ୍ରିତ ହୁଅନ୍ତି।3ସେମାନେ ସର୍ପ ପରି ଆପଣା ଆପଣା ଜିହ୍ୱା ତୀକ୍ଷ୍ଣ କରିଅଛନ୍ତି;ସେମାନଙ୍କ ଓଷ୍ଠାଧର ତଳେ କାଳସର୍ପର ଗରଳ ଥାଏ। [ସେଲା]4ହେ ସଦାପ୍ରଭୋ, ଦୁଷ୍ଟର ହସ୍ତରୁ ମୋତେ ରଖ;ଦୌରାତ୍ମ୍ୟକାରୀ ମନୁଷ୍ୟଠାରୁ ମୋତେ ରକ୍ଷା କର;ସେମାନେ ବିପଥକୁ ମୋʼ ଚରଣ ପେଲି ଦେବା ପାଇଁ କଳ୍ପନା କରିଅଛନ୍ତି।5ଅହଙ୍କାରୀମାନେ ଗୋପନରେ ମୋʼ ପାଇଁ ଫାନ୍ଦ ଓ ଦଉଡ଼ି ପାତିଅଛନ୍ତି।ସେମାନେ ପଥ ପାର୍ଶ୍ୱରେ ଜାଲ ପ୍ରସାରି ଅଛନ୍ତି;ସେମାନେ ମୋʼ ପାଇଁ ଯନ୍ତା ବସାଇ ଅଛନ୍ତି। [ସେଲା]6ମୁଁ ସଦାପ୍ରଭୁଙ୍କୁ କହିଲି, ତୁମ୍ଭେ ମୋହର ପରମେଶ୍ୱର;ହେ ସଦାପ୍ରଭୋ, ମୋʼ ନିବେଦନର ରବରେ କର୍ଣ୍ଣପାତ କର।7ହେ ମୋʼ ପରିତ୍ରାଣର ବଳ ସ୍ୱରୂପ, ପ୍ରଭୋ ସଦାପ୍ରଭୋ,ତୁମ୍ଭେ ଯୁଦ୍ଧର ଦିନରେ ମୋʼ ମସ୍ତକ ରକ୍ଷା କରିଅଛ।8ହେ ସଦାପ୍ରଭୋ, ଦୁଷ୍ଟର ବାଞ୍ଛା ପ୍ରଦାନ କର ନାହିଁ;ତାହାର କୁକଳ୍ପନା ସିଦ୍ଧ କର ନାହିଁ; କେଜାଣି ସେମାନେ ଆପଣାମାନଙ୍କୁ ଗର୍ବିତ କରିବେ। [ସେଲା]9ଯେଉଁମାନେ ମୋତେ ଘେରିଅଛନ୍ତି,ସେମାନଙ୍କ ନିଜ ଓଷ୍ଠାଧରର ଦୌରାତ୍ମ୍ୟ ସେମାନଙ୍କ ମସ୍ତକ ଉପରେ ବର୍ତ୍ତୁ।10ସେମାନଙ୍କ ଉପରେ ଜ୍ୱଳନ୍ତା ଅଙ୍ଗାର ପଡ଼ୁ।ସେମାନେ ଅଗ୍ନିରେ ନିକ୍ଷିପ୍ତ ହେଉନ୍ତୁ;ସେମାନେ ଯେପରି ଆଉ ଉଠି ନ ପାରିବେ, ଏଥିପାଇଁ ଗଭୀର ଗର୍ତ୍ତରେ ନିକ୍ଷିପ୍ତ ହେଉନ୍ତୁ।11ଦୁର୍ମୁଖ ଲୋକ ପୃଥିବୀରେ ସ୍ଥିର ହେବ ନାହିଁ;ଉପଦ୍ରବୀକୁ ନିପାତ କରିବା ପାଇଁ ଅମଙ୍ଗଳ ମୃଗୟା କରିବ।12ସଦାପ୍ରଭୁ ଦୁଃଖୀର ବିବାଦଓ ଦୀନହୀନର ବିଚାର ନିଷ୍ପନ୍ନ କରିବେ, ଏହା ମୁଁ ଜାଣେ।13ଧାର୍ମିକମାନେ ଅବଶ୍ୟ ତୁମ୍ଭ ନାମର ଧନ୍ୟବାଦ କରିବେ;ସରଳ ଲୋକମାନେ ତୁମ୍ଭ ଛାମୁରେ ବାସ କରିବେ।