ଗୀତସଂହିତା141ory_irv

ସନ୍ଧ୍ୟା ପ୍ରାର୍ଥନା

ଦାଉଦଙ୍କର ଗୀତ।

1ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି; ମୋʼ ପକ୍ଷରେ ସତ୍ୱର ହୁଅ;ମୁଁ ଡାକିବା ବେଳେ ମୋʼ ରବରେ କର୍ଣ୍ଣ ଦିଅ।2ସୁଗନ୍ଧି ଧୂପ ପରି ମୋʼ ପ୍ରାର୍ଥନା,ସନ୍ଧ୍ୟାକାଳୀନ ନୈବେଦ୍ୟ ପରି ମୋହର ହସ୍ତ ଉତ୍ତୋଳନ ତୁମ୍ଭ ଛାମୁରେ ଉପସ୍ଥିତ ହେଉ।3ହେ ସଦାପ୍ରଭୋ, ମୋʼ ମୁଖ ଆଗରେ ପ୍ରହରୀ ନିଯୁକ୍ତ କର;ମୋʼ ଓଷ୍ଠାଧରର କବାଟ ରକ୍ଷା କର।4ଅଧର୍ମାଚାରୀ ଲୋକମାନଙ୍କ ସଙ୍ଗେ ଦୁଷ୍ଟ କ୍ରିୟାରେନିଯୁକ୍ତ ହେବା ପାଇଁ କୌଣସି ମନ୍ଦ ବିଷୟରେ ମୋʼ ଚିତ୍ତକୁ ପ୍ରବର୍ତ୍ତାଅ ନାହିଁଓ ସେମାନଙ୍କ ସୁସ୍ୱାଦୁ ଭକ୍ଷ୍ୟ ଭୋଜନ କରିବାକୁ ମୋତେ ଦିଅ ନାହିଁ।5ଧାର୍ମିକ ଲୋକ ମୋତେ ପ୍ରହାର କରୁ, ତାହା ମୋʼ ପ୍ରତି ଦୟା ହେବଓ ସେ ମୋତେ ଅନୁଯୋଗ କରୁ, ତାହା ମସ୍ତକରେ ତୈଳ ସ୍ୱରୂପ ହେବ;ମୋʼ ମସ୍ତକ ତାହା ଅଗ୍ରାହ୍ୟ ନ କରୁ;ସେମାନଙ୍କର ନାନା ଦୁଷ୍ଟତା ସମୟରେ ମୋହର ପ୍ରାର୍ଥନା ଚଳୁଥିବ।6ସେମାନଙ୍କ ବିଚାରକର୍ତ୍ତାମାନେ ଶୈଳ ପାର୍ଶ୍ୱରେ ନିକ୍ଷିପ୍ତ ହୋଇଅଛନ୍ତି;ମୋହର ବାକ୍ୟ ମଧୁର, ଏଣୁ ସେମାନେ ତାହା ଶୁଣିବେ।7କେହି ଭୂମି ଚାଷ ଓ ବିଦୀର୍ଣ୍ଣ କରିବା ବେଳେ ଯେପରି,ସେପରି କବର ମୁଖରେ ଆମ୍ଭମାନଙ୍କ ଅସ୍ଥିସବୁ ଛିନ୍ନଭିନ୍ନ ହୋଇଅଛି।8କାରଣ ହେ ପ୍ରଭୋ ସଦାପ୍ରଭୋ, ମୋʼ ଦୃଷ୍ଟି ତୁମ୍ଭଆଡ଼େ ଅଛି;ମୁଁ ତୁମ୍ଭଠାରେ ଭରସା ରଖିଅଛି; ମୋʼ ପ୍ରାଣକୁ ଅନାଥ କରି ତ୍ୟାଗ କର ନାହିଁ।9ମୋʼ ନିମନ୍ତେ ସେମାନଙ୍କ ପାତିତ ଫାନ୍ଦରୁଓ ଅଧର୍ମାଚାରୀମାନଙ୍କ ଯନ୍ତାରୁ ମୋତେ ରକ୍ଷା କର।10ଦୁଷ୍ଟମାନେ ନିଜ ନିଜ ଜାଲରେ ପଡ଼ନ୍ତୁ,ସେହି ଅବସରରେ ମୁଁ ରକ୍ଷା ପାଏ।