ଗୀତସଂହିତା144ory_irv
ରାଜାଙ୍କ ବିଜୟୋଲ୍ଲାସ ସ୍ତୁତି
ଦାଉଦଙ୍କର ଗୀତ।
1ମୋହର ଶୈଳ ସ୍ୱରୂପ ସଦାପ୍ରଭୁ ଧନ୍ୟ ହେଉନ୍ତୁ,ସେ ମୋʼ ହସ୍ତକୁ ଯୁଦ୍ଧ ଶିଖାନ୍ତିଓ ମୋʼ ଅଙ୍ଗୁଳିକୁ ସଂଗ୍ରାମ ଶିଖାନ୍ତି।2ସେ ମୋହର ସ୍ନେହପୂର୍ଣ୍ଣ କରୁଣା ଓ ମୋହର ଗଡ଼,ମୋହର ଉଚ୍ଚ ଦୁର୍ଗ ଓ ମୋହର ଉଦ୍ଧାରକର୍ତ୍ତା,ମୋହର ଢାଲ ଓ ସେ ମୋହର ଆଶ୍ରୟଭୂମି;ସେ ଗୋଷ୍ଠୀସମୂହକୁ ମୋʼ ପଦ ତଳେ ବଶୀଭୂତ କରନ୍ତି।3ହେ ସଦାପ୍ରଭୋ, ମନୁଷ୍ୟ କିଏ ଯେ, ତୁମ୍ଭେ ତାହାର ପରିଚୟ ନିଅ?ସେ ଅବା କିଏ ଯେ, ତୁମ୍ଭେ ତାହାକୁ ଗଣ୍ୟ କର?4ମନୁଷ୍ୟ ଅସାର ବସ୍ତୁ ତୁଲ୍ୟ;ତାହାର ଦିନସବୁ ବହିଯିବା ଛାୟା ତୁଲ୍ୟ।5ହେ ସଦାପ୍ରଭୋ, ଆପଣା ଗଗନମଣ୍ଡଳ ନୁଆଁଇ ତଳକୁ ଆସ;ପର୍ବତଗଣକୁ ସ୍ପର୍ଶ କର, ତହିଁରେ ସେମାନେ ଧୂମ ନିର୍ଗତ କରିବେ।6ବିଜୁଳି ନିକ୍ଷେପ କରି ସେମାନଙ୍କୁ ଛିନ୍ନଭିନ୍ନ କର;ଆପଣା ତୀର ମାରି ସେମାନଙ୍କୁ ପରାସ୍ତ କର।7ଊର୍ଦ୍ଧ୍ୱରୁ ଆପଣା ହସ୍ତ ବଢ଼ାଅ;ମୋତେ ରକ୍ଷା କର, ମହାଜଳରାଶିରୁ ମୋତେ ଉଦ୍ଧାର କର;ପୁଣି, ଯେଉଁମାନଙ୍କ ମୁଖ ଅସାର କଥା କହଇ8ଓ ଯେଉଁମାନଙ୍କ ଦକ୍ଷିଣ ହସ୍ତ ଅସତ୍ୟର ଦକ୍ଷିଣ ହସ୍ତ,ଏପରି ବିଦେଶୀୟମାନଙ୍କ ହସ୍ତରୁ ମୋତେ ଉଦ୍ଧାର କର।9ହେ ପରମେଶ୍ୱର, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କରିବି;ଦଶତାର-ଯନ୍ତ୍ରରେ ତୁମ୍ଭ ଉଦ୍ଦେଶ୍ୟରେ ମୁଁ ପ୍ରଶଂସା ଗାନ କରିବି।10ସେ ରାଜାମାନଙ୍କୁ ପରିତ୍ରାଣ ପ୍ରଦାନ କରନ୍ତି;ସେ ଆପଣା ଦାସ ଦାଉଦଙ୍କୁ କ୍ଷତିକାରକ ଖଡ୍ଗରୁ ରକ୍ଷା କରନ୍ତି।11ମୋତେ ରକ୍ଷା କର ଓ ଯେଉଁମାନଙ୍କର ମୁଖ ଅସାର କଥା କହଇ,ପୁଣି, ଯେଉଁମାନଙ୍କ ଦକ୍ଷିଣ ହସ୍ତ ଅସତ୍ୟର ଦକ୍ଷିଣ ହସ୍ତ,ଏପରି ବିଦେଶୀୟମାନଙ୍କ ହସ୍ତରୁ ମୋତେ ଉଦ୍ଧାର କର।12ଯେତେବେଳେ ଆମ୍ଭମାନଙ୍କ ପୁତ୍ରଗଣ ଯୌବନାବସ୍ଥାରେ ବୃକ୍ଷର ଚାରା ତୁଲ୍ୟ ବର୍ଦ୍ଧନଶୀଳ ହେବେଓ ଆମ୍ଭମାନଙ୍କ କନ୍ୟାଗଣ ଅଟ୍ଟାଳିକାର ଗଠନାନୁସାରେ ଖୋଦିତ କୋଣ-ପ୍ରସ୍ତର ତୁଲ୍ୟ ହେବେ;13ଆମ୍ଭମାନଙ୍କ ଭଣ୍ଡାରସବୁ ପରିପୂର୍ଣ୍ଣ; ସର୍ବପ୍ରକାର ଦ୍ରବ୍ୟବିଶିଷ୍ଟ ହେବ;ଆମ୍ଭମାନଙ୍କ ମେଷଗଣ ଆମ୍ଭମାନଙ୍କ କ୍ଷେତ୍ରରେ ସହସ୍ର ସହସ୍ର ଓ ଅୟୁତ ଅୟୁତ ଶାବକ ପ୍ରସବ କରିବେ;14ଆମ୍ଭମାନଙ୍କ ବଳଦସବୁ ଉତ୍ତମ ରୂପେ ବୋଝାଇ ହେବେ;କୌଣସି ଭଗ୍ନଦଶା ଓ ବହିର୍ଗମନ ଘଟିବ ନାହିଁ, ପୁଣି,ଆମ୍ଭମାନଙ୍କ ଛକସ୍ଥାନରେ କୌଣସି କୋଳାହଳ ହେବ ନାହିଁ;15ଏହିପରି ଅବସ୍ଥାପନ୍ନ ଗୋଷ୍ଠୀ ଧନ୍ୟ;ହଁ, ସଦାପ୍ରଭୁ ଯେଉଁ ଗୋଷ୍ଠୀର ପରମେଶ୍ୱର, ସେ ଧନ୍ୟ!