ଗୀତସଂହିତା145ory_irv
ସ୍ତୁତିଗାନ
ପ୍ରଶଂସାର ଗୀତ; ଦାଉଦଙ୍କ ରଚିତ।
1ହେ ରାଜନ୍, ମୋହର ପରମେଶ୍ୱର, ମୁଁ ତୁମ୍ଭର ପ୍ରତିଷ୍ଠା କରିବି;ମୁଁ ସଦାସର୍ବଦା ତୁମ୍ଭ ନାମର ଧନ୍ୟବାଦ କରିବି,2ପ୍ରତିଦିନ ମୁଁ ତୁମ୍ଭର ଧନ୍ୟବାଦ କରିବି;ପୁଣି, ସଦାସର୍ବଦା ମୁଁ ତୁମ୍ଭ ନାମର ପ୍ରଶଂସା କରିବି।3ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ;ପୁଣି, ତାହାଙ୍କ ମାହାତ୍ମ୍ୟ ଅନନୁସନ୍ଧେୟ।4ଲୋକମାନେ ପୁରୁଷାନୁକ୍ରମେ ତୁମ୍ଭ କ୍ରିୟାସକଳର ପ୍ରଶଂସା କରିବେଓ ତୁମ୍ଭ ବିକ୍ରମର କର୍ମ ପ୍ରଚାର କରିବେ।5ସେମାନେ ତୁମ୍ଭ ଗୌରବଯୁକ୍ତ ପ୍ରତାପର ଆଦରଣୀୟତା ବିଷୟ ପରସ୍ପର ମଧ୍ୟରେ କହିବେଓ ମୁଁ ତୁମ୍ଭ ଆଶ୍ଚର୍ଯ୍ୟକ୍ରିୟାର ବିଷୟ ଧ୍ୟାନ କରିବି।6ପୁଣି, ଲୋକମାନେ ତୁମ୍ଭ ଭୟାନକ କର୍ମର ପ୍ରଭାବ ବ୍ୟକ୍ତ କରିବେ;ପୁଣି, ମୁଁ ତୁମ୍ଭର ମାହାତ୍ମ୍ୟ ପ୍ରଚାର କରିବି।7ସେମାନେ ତୁମ୍ଭର ମହାମଙ୍ଗଳଭାବ ବର୍ଣ୍ଣନା କରିବେଓ ତୁମ୍ଭ ଧର୍ମ ବିଷୟ ଗାନ କରିବେ।8ସଦାପ୍ରଭୁ କୃପାବାନ ଓ ସ୍ନେହଶୀଳ;କ୍ରୋଧରେ ଧୀର ଓ ଦୟାରେ ମହାନ।9ସଦାପ୍ରଭୁ ସମସ୍ତଙ୍କ ପ୍ରତି ମଙ୍ଗଳମୟ;ପୁଣି, ତାହାଙ୍କ ହସ୍ତକୃତ ସମସ୍ତ କର୍ମ ଉପରେ ତାହାଙ୍କର ଦୟା ଥାଏ।10ହେ ସଦାପ୍ରଭୋ, ତୁମ୍ଭର ସମୁଦାୟ କର୍ମ ତୁମ୍ଭର ଧନ୍ୟବାଦ କରିବ;ତୁମ୍ଭର ସଦ୍ଭକ୍ତମାନେ ତୁମ୍ଭର ଧନ୍ୟବାଦ କରିବେ;11ସେମାନେ ତୁମ୍ଭ ରାଜ୍ୟର ଗୌରବ ବ୍ୟକ୍ତ କରିଓ ତୁମ୍ଭ ପରାକ୍ରମ ବିଷୟରେ କଥୋପକଥନ କରି,12ମନୁଷ୍ୟ-ସନ୍ତାନଗଣକୁ ତାହାଙ୍କ ବିକ୍ରମର କାର୍ଯ୍ୟସବୁଓ ତାହାଙ୍କ ରାଜ୍ୟର ଗୌରବଯୁକ୍ତ ପ୍ରଭାବ ଜଣାଇବେ।13ତୁମ୍ଭର ରାଜ୍ୟ ଅନନ୍ତକାଳସ୍ଥାୟୀ ରାଜ୍ୟଓ ତୁମ୍ଭର କର୍ତ୍ତୃତ୍ୱସକଳ ପୁରୁଷାନୁକ୍ରମସ୍ଥାୟୀ।14ସଦାପ୍ରଭୁ ସମସ୍ତ ପଡ଼ିବା ଲୋକଙ୍କୁ ଧରି ରଖନ୍ତିଓ ନଇଁ ପଡ଼ିବା ଲୋକଙ୍କୁ ଉଠାନ୍ତି।15ସମସ୍ତଙ୍କର ଚକ୍ଷୁ ତୁମ୍ଭ ଅପେକ୍ଷାରେ ଥାଏ;ତୁମ୍ଭେ ଉପଯୁକ୍ତ ସମୟରେ ସେମାନଙ୍କୁ ଆହାର ଦେଉଅଛ।16ତୁମ୍ଭେ ଆପଣା ହସ୍ତ ମେଲାଇପ୍ରତ୍ୟେକ ପ୍ରାଣୀର କାମନା ପୂର୍ଣ୍ଣ କରୁଅଛ।17ସଦାପ୍ରଭୁ ଆପଣାର ସକଳ ପଥରେ ଧର୍ମମୟଓ ଆପଣାର ସମସ୍ତ କାର୍ଯ୍ୟରେ ଦୟାଳୁ ଅଟନ୍ତି,18ସଦାପ୍ରଭୁ ଆପଣା ନିକଟରେ ପ୍ରାର୍ଥନାକାରୀ,ସତ୍ୟ ଭାବରେ ପ୍ରାର୍ଥନାକାରୀ ସମସ୍ତଙ୍କର ନିକଟବର୍ତ୍ତୀ ଅଟନ୍ତି।19ସେ ଆପଣା ଭୟକାରୀମାନଙ୍କର ବାଞ୍ଛା ପୂର୍ଣ୍ଣ କରିବେ;ଆହୁରି, ସେ ସେମାନଙ୍କର କାକୂକ୍ତି ଶୁଣିବେ ଓ ସେମାନଙ୍କୁ ପରିତ୍ରାଣ କରିବେ।20ସଦାପ୍ରଭୁ ଆପଣା ପ୍ରେମକାରୀ ସମସ୍ତଙ୍କୁ ରକ୍ଷା କରନ୍ତି;ମାତ୍ର ଦୁଷ୍ଟ ସମସ୍ତଙ୍କୁ ସେ ସଂହାର କରିବେ।21ଆମ୍ଭର ମୁଖ ସଦାପ୍ରଭୁଙ୍କର ପ୍ରଶଂସା ବ୍ୟକ୍ତ କରିବଓ ସମୁଦାୟ ପ୍ରାଣୀ ଅନନ୍ତକାଳ ତାହାଙ୍କ ପବିତ୍ର ନାମର ଧନ୍ୟବାଦ କରନ୍ତୁ।