ତ୍ରାଣକର୍ତ୍ତା ପ୍ରଭୁଙ୍କ ସ୍ତୁତିଗାନ
1ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।ହେ ମୋହର ମନ, ସଦାପ୍ରଭୁଙ୍କର ପ୍ରଶଂସା କର।2ମୁଁ ବଞ୍ଚିଥିବା ଯାଏ ସଦାପ୍ରଭୁଙ୍କର ପ୍ରଶଂସା କରିବି;ଯେପର୍ଯ୍ୟନ୍ତ ମୋହର କୌଣସି ସତ୍ତା ଥାଏ, ସେପର୍ଯ୍ୟନ୍ତ ମୁଁ ଆପଣା ପରମେଶ୍ୱରଙ୍କର ପ୍ରଶଂସା ଗାନ କରିବି।3ତୁମ୍ଭେମାନେ ଅଧିପତିମାନଙ୍କ ଉପରେ,କିଅବା ଯାହାଠାରେ କୌଣସି ସାହାଯ୍ୟ ନାହିଁ, ଏପରି ମନୁଷ୍ୟ-ସନ୍ତାନ ଉପରେ ନିର୍ଭର କର ନାହିଁ।4ତାହାର ନିଃଶ୍ୱାସ ବାହାରି ଯାଏ, ସେ ନିଜ ମୃତ୍ତିକାକୁ ଫେରିଯାଏ;ସେହି ଦିନ ତାହାର ସଂକଳ୍ପସବୁ ନଷ୍ଟ ହୁଏ।5ଯାକୁବର ପରମେଶ୍ୱର ଯାହାର ସାହାଯ୍ୟ ସ୍ୱରୂପ,ସଦାପ୍ରଭୁ ଆପଣା ପରମେଶ୍ୱର ଯାହାର ଆଶାଭୂମି, ସେ ଲୋକ ଧନ୍ୟ;6ସେ ଆକାଶମଣ୍ଡଳ ଓ ପୃଥିବୀ, ସମୁଦ୍ରଓ ତନ୍ମଧ୍ୟସ୍ଥସକଳ ନିର୍ମାଣ କଲେ;ସେ ସଦାକାଳ ସତ୍ୟ ପାଳନ କରନ୍ତି;7ସେ ଉପଦ୍ରବଗ୍ରସ୍ତ ଲୋକ ପକ୍ଷରେ ନ୍ୟାୟବିଚାର କରନ୍ତି;ସେ କ୍ଷୁଧିତକୁ ଭକ୍ଷ୍ୟ ଦିଅନ୍ତି;ସଦାପ୍ରଭୁ ବନ୍ଦୀଗଣକୁ ମୁକ୍ତ କରନ୍ତି।8ସଦାପ୍ରଭୁ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ କରନ୍ତି;ସଦାପ୍ରଭୁ ନଇଁ ପଡ଼ିବା ଲୋକମାନଙ୍କୁ ଉଠାନ୍ତି;ସଦାପ୍ରଭୁ ଧାର୍ମିକମାନଙ୍କୁ ପ୍ରେମ କରନ୍ତି।9ସଦାପ୍ରଭୁ ବିଦେଶୀମାନଙ୍କୁ ରକ୍ଷା କରନ୍ତି;ସେ ପିତୃହୀନ ଓ ବିଧବାକୁ ଧରି ରଖନ୍ତି;ମାତ୍ର ଦୁଷ୍ଟମାନଙ୍କର ଗତି ସେ ଓଲଟାଇ ପକାନ୍ତି।10ସଦାପ୍ରଭୁ ଅନନ୍ତକାଳ ରାଜ୍ୟ କରିବେ,ହେ ସିୟୋନ, ତୁମ୍ଭର ପରମେଶ୍ୱର ସକଳ ପୁରୁଷାନୁକ୍ରମରେ ରାଜ୍ୟ କରିବେ।ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।