ଗୀତସଂହିତା147ory_irv

ସର୍ବଶକ୍ତିମାନ ପରମେଶ୍ୱରଙ୍କର ସ୍ତୁତିଗାନ

1ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।କାରଣ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବାର ଉତ୍ତମ;ଯେହେତୁ ତାହା ମନୋହର ଓ ପ୍ରଶଂସା ଶୋଭନୀୟ।2ସଦାପ୍ରଭୁ ଯିରୂଶାଲମକୁ ଗଢ଼ନ୍ତି;ସେ ଇସ୍ରାଏଲର ଦୂରୀକୃତ ଲୋକମାନଙ୍କୁ ସଂଗ୍ରହ କରନ୍ତି।3ସେ ଭଗ୍ନାନ୍ତଃକରଣମାନଙ୍କୁ ସୁସ୍ଥ କରନ୍ତିଓ ସେମାନଙ୍କ କ୍ଷତସବୁ ବାନ୍ଧନ୍ତି।4ସେ ତାରାଗଣର ସଂଖ୍ୟା କରନ୍ତି;ସେ ସମସ୍ତଙ୍କୁ ସେମାନଙ୍କ ନାମ ଦିଅନ୍ତି।5ଆମ୍ଭମାନଙ୍କର ପ୍ରଭୁ ମହାନ ଓ ଅତିଶୟ ଶକ୍ତିମାନ;ତାହାଙ୍କର ବୁଦ୍ଧି ଅସୀମ।6ସଦାପ୍ରଭୁ ନମ୍ର ଲୋକଙ୍କୁ ଧରି ରଖନ୍ତି;ସେ ଦୁଷ୍ଟମାନଙ୍କୁ ଭୂମିସାତ୍‍ କରନ୍ତି।7ଧନ୍ୟବାଦ କରି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର;ବୀଣା ଯନ୍ତ୍ରରେ ଆମ୍ଭମାନଙ୍କ ପରମେଶ୍ୱରଙ୍କର ପ୍ରଶଂସା ଗାନ କର;8ସେ ଆକାଶକୁ ମେଘମାଳାରେ ଆଚ୍ଛନ୍ନ କରନ୍ତି,ସେ ପୃଥିବୀ ନିମନ୍ତେ ବୃଷ୍ଟି ପ୍ରସ୍ତୁତ କରନ୍ତି,ସେ ପର୍ବତଗଣରେ ତୃଣ ଉତ୍ପାଦନ କରନ୍ତି।9ସେ ପଶୁକୁ ତାହାର ଆହାର ଦିଅନ୍ତିଓ ରାବନ୍ତା ଡାମରା କାଉ ଛୁଆମାନଙ୍କୁ ଆହାର ଦିଅନ୍ତି।10ସେ ଅଶ୍ୱର ବଳରେ ସନ୍ତୁଷ୍ଟ ନୁହନ୍ତି;ସେ ମନୁଷ୍ୟର ଚରଣରେ ତୁଷ୍ଟ ନୁହନ୍ତି।11ସଦାପ୍ରଭୁ ଆପଣା ଭୟକାରୀମାନଙ୍କଠାରେଓ ତାହାଙ୍କ ଦୟାରେ ଭରସାକାରୀମାନଙ୍କଠାରେ ତୁଷ୍ଟ ଅଟନ୍ତି।12ହେ ଯିରୂଶାଲମ, ସଦାପ୍ରଭୁଙ୍କର ପ୍ରଶଂସା କର;ହେ ସିୟୋନ, ତୁମ୍ଭ ପରମେଶ୍ୱରଙ୍କର ପ୍ରଶଂସା କର;13କାରଣ ସେ ତୁମ୍ଭ ଦ୍ୱାରର ଅର୍ଗଳସବୁ ଦୃଢ଼ କରିଅଛନ୍ତି;ସେ ତୁମ୍ଭ ମଧ୍ୟବର୍ତ୍ତୀ ତୁମ୍ଭ ସନ୍ତାନଗଣକୁ ଆଶୀର୍ବାଦ କରିଅଛନ୍ତି।14ସେ ତୁମ୍ଭ ସୀମା ମଧ୍ୟରେ ଶାନ୍ତି ସ୍ଥାପନ କରନ୍ତି;ସେ ସର୍ବୋତ୍ତମ ଗହମରେ ତୁମ୍ଭକୁ ତୃପ୍ତ କରନ୍ତି।15ସେ ପୃଥିବୀରେ ଆପଣା ଆଜ୍ଞା ପ୍ରେରଣ କରନ୍ତି;ତାହାଙ୍କ ବାକ୍ୟ ଅତି ଶୀଘ୍ର ଦୌଡ଼ଇ।16ସେ ମେଷଲୋମ ପରି ତୁଷାର ଦିଅନ୍ତି;ସେ ଭସ୍ମ ତୁଲ୍ୟ ନୀହାର ବିଞ୍ଚି ଦିଅନ୍ତି।17ସେ ଖଣ୍ଡ ଖଣ୍ଡ ଆହାର ପରି ବରଫ ପକାଇ ଦିଅନ୍ତି;ତାହାଙ୍କ ଶୀତ ଆଗରେ କିଏ ଠିଆ ହୋଇପାରେ?18ସେ ଆପଣା ବାକ୍ୟ ପଠାଇ ସେସବୁ ତରଳାଇ ପକାନ୍ତି;ସେ ଆପଣା ବାୟୁ ବହାଇଲେ ଜଳ ପ୍ରବାହିତ ହୁଏ।19ସେ ଯାକୁବ ପ୍ରତି ଆପଣା ବାକ୍ୟ, ଇସ୍ରାଏଲ ପ୍ରତିଆପଣା ବିଧି ଓ ଶାସନ ପ୍ରକାଶ କରନ୍ତି।20ସେ କୌଣସି ଗୋଷ୍ଠୀ ପ୍ରତି ଏପରି ବ୍ୟବହାର କରି ନାହାନ୍ତି;ତାହାଙ୍କ ଶାସନ ବିଷୟ କହିବାକୁ ଗଲେ, ସେମାନେ ତାହା ଜାଣି ନାହାନ୍ତି।ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।