ସଦାପ୍ରଭୁଙ୍କ ସ୍ତୁତି ପାଇଁ ବିଶ୍ୱକୁ ଆହ୍ୱାନ
1ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।ତୁମ୍ଭେମାନେ ଆକାଶମଣ୍ଡଳରୁ ତାହାଙ୍କର ପ୍ରଶଂସା କର;ଊର୍ଦ୍ଧ୍ୱ ସ୍ଥାନରେ ତାହାଙ୍କର ପ୍ରଶଂସା କର।2ହେ ତାହାଙ୍କର ଦୂତ ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର;ହେ ତାହାଙ୍କର ସୈନ୍ୟ ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର।3ହେ ସୂର୍ଯ୍ୟ ଓ ଚନ୍ଦ୍ର, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର।ହେ ଦୀପ୍ତିମୟ ତାରା ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର।4ହେ ସ୍ୱର୍ଗର ସ୍ୱର୍ଗ ଓ ଗଗନୋପରିସ୍ଥ ଜଳସମୂହ,ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର।5ଏମାନେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରନ୍ତୁ;କାରଣ ସେ ଆଜ୍ଞା କରନ୍ତେ, ଏମାନେ ସୃଷ୍ଟ ହେଲେ।6ଆହୁରି, ସେ ସଦାକାଳ ପାଇଁ ଏମାନଙ୍କୁ ସ୍ଥାପନ କରିଅଛନ୍ତି;ସେ ନିୟମ କରିଅଛନ୍ତି, ତାହା ଲୁପ୍ତ ହେବ ନାହିଁ।7ପୃଥିବୀରୁ ସଦାପ୍ରଭୁଙ୍କର ପ୍ରଶଂସା କର,ହେ ତିମିଙ୍ଗିଳ ଓ ସକଳ ବାରିଧି;8ଅଗ୍ନି ଓ ଶିଳା, ହିମ ଓ ବାଷ୍ପ;ତାହାଙ୍କ ବାକ୍ୟସାଧକ ପ୍ରଚଣ୍ଡ ବାୟୁ;9ପର୍ବତ ଓ ସକଳ ଉପପର୍ବତ;ଫଳବାନ ବୃକ୍ଷ ଓ ସକଳ ଏରସ ବୃକ୍ଷ;10ବନ୍ୟ ଓ ସକଳ ଗ୍ରାମ୍ୟ ପଶୁ;ଉରୋଗାମୀ ଓ ଉଡ୍ଡୀୟମାନ ପକ୍ଷୀଗଣ;11ପୃଥିବୀର ରାଜାଗଣ ଓ ସକଳ ଗୋଷ୍ଠୀ;ଅଧିପତିଗଣ ଓ ପୃଥିବୀର ସକଳ ବିଚାରକର୍ତ୍ତା।12ଯୁବକ ଓ ଯୁବତୀମାନେ;ବୃଦ୍ଧ ଓ ବାଳକମାନେ;13ସେସମସ୍ତେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରନ୍ତୁ;କାରଣ କେବଳ ତାହାଙ୍କ ନାମ ଉନ୍ନତ ଅଟେ;ତାହାଙ୍କର ମହିମା ପୃଥିବୀ ଓ ସ୍ୱର୍ଗର ଉପରିସ୍ଥ।14ସେ ଆପଣା ଲୋକମାନଙ୍କ ଶୃଙ୍ଗ ଉଠାଇଅଛନ୍ତି,ତାହା ତାହାଙ୍କ ସଦ୍ଭକ୍ତମାନଙ୍କରଓ ତାହାଙ୍କ ନିକଟବର୍ତ୍ତୀ ଇସ୍ରାଏଲ-ସନ୍ତାନଗଣର ପ୍ରଶଂସାର ବିଷୟ।ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।