ସ୍ତୁତି ଭଜନ
1ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କରଓ ଭକ୍ତମାନଙ୍କ ସମାଜରେ ତାହାଙ୍କର ପ୍ରଶଂସା ଗାନ କର।2ଇସ୍ରାଏଲ ଆପଣା ନିର୍ମାଣକର୍ତ୍ତାଙ୍କଠାରେ ଆନନ୍ଦ କରୁ;ସିୟୋନର ସନ୍ତାନଗଣ ଆପଣାମାନଙ୍କ ରାଜାଙ୍କଠାରେ ଉଲ୍ଲସିତ ହେଉନ୍ତୁ।3ସେମାନେ ନୃତ୍ୟ କରି ତାହାଙ୍କ ନାମର ପ୍ରଶଂସା କରନ୍ତୁ;ସେମାନେ ଦାରା ଓ ବୀଣା ବଜାଇ ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରନ୍ତୁ।4କାରଣ ସଦାପ୍ରଭୁ ଆପଣା ଲୋକଙ୍କଠାରେ ସନ୍ତୋଷ ପାଆନ୍ତି;ସେ ନମ୍ର ଲୋକମାନଙ୍କୁ ପରିତ୍ରାଣରେ ସୁଶୋଭିତ କରିବେ।5ଭକ୍ତଗଣ ବିଜୟରେ ଉଲ୍ଲସିତ ହେଉନ୍ତୁ;ସେମାନେ ଆନନ୍ଦ ହେତୁ ଆପଣା ଆପଣା ଶଯ୍ୟାରେ ଗାନ କରନ୍ତୁ।ସେମାନଙ୍କ କଣ୍ଠରେ ପରମେଶ୍ୱରଙ୍କ ଉଚ୍ଚ ପ୍ରଶଂସା ଥାଉ;6ପୁଣି, ସେମାନଙ୍କ ହସ୍ତରେ ଦ୍ୱିବିଧ ଖଡ୍ଗ ଥାଉ।7ଗୋଷ୍ଠୀୟମାନଙ୍କୁ ପ୍ରତିଫଳ ଦେବା ପାଇଁ,ଜନବୃନ୍ଦଙ୍କୁ ଶାସ୍ତି ଦେବା ପାଇଁ,8ସେମାନଙ୍କ ରାଜାଗଣକୁ ଶିକୁଳିରେଓ ସେମାନଙ୍କ ପ୍ରଧାନବର୍ଗକୁ ଲୌହବେଡ଼ିରେ ବାନ୍ଧିବା ପାଇଁ,9ସେମାନଙ୍କ ପ୍ରତିକୂଳରେ ଲିଖିତ ବିଚାର ନିଷ୍ପନ୍ନ କରିବା ପାଇଁ,ତାହାଙ୍କ ଭକ୍ତବୃନ୍ଦର ଏହି ମର୍ଯ୍ୟାଦା।ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।