ସୃଷ୍ଟିରେ ସଦାପ୍ରଭୁଙ୍କ ମହିମା
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।
1ଆକାଶମଣ୍ଡଳ ପରମେଶ୍ୱରଙ୍କ ଗୌରବ ବର୍ଣ୍ଣନା କରେ;ଶୂନ୍ୟମଣ୍ଡଳ ତାହାଙ୍କ ହସ୍ତକୃତ କର୍ମ ପ୍ରକାଶ କରେ।2ଦିବସ ଦିବସ ପ୍ରତି ବାକ୍ୟ ଉଚ୍ଚାରଣ କରେଓ ରାତ୍ରି ରାତ୍ରି ପ୍ରତି ଜ୍ଞାନ ପ୍ରକାଶ କରେ।3କୌଣସି ବାକ୍ୟ କି ଭାଷା ନ ଥାଏ;ସେମାନଙ୍କ ରବ ଶୁଣାଯାଇ ନ ପାରେ।4ତଥାପି ସେମାନଙ୍କର ରଜ୍ଜୁ ସମୁଦାୟ ପୃଥିବୀରେଓ ସେମାନଙ୍କର ବାକ୍ୟ ଜଗତର ସୀମା ପର୍ଯ୍ୟନ୍ତ ବ୍ୟାପ୍ତ।ସେମାନଙ୍କ ମଧ୍ୟରେ ସେ ସୂର୍ଯ୍ୟ ନିମନ୍ତେ ଏକ ଆବାସ ସ୍ଥାପନ କରିଅଛନ୍ତି,5ସେ ଆପଣା ଅନ୍ତଃପୁରରୁ ବାହାରି ଆସିବା ବର ତୁଲ୍ୟଓ ସେ ଆପଣା ପଥରେ ଦୌଡ଼ିବା ପାଇଁ ବୀର ତୁଲ୍ୟ ଆନନ୍ଦ କରେ।6ଆକାଶମଣ୍ଡଳର ପ୍ରାନ୍ତରୁ ତାହାର ଉଦୟଓ ତହିଁର ଅନ୍ୟ ପ୍ରାନ୍ତ ପର୍ଯ୍ୟନ୍ତ ତାହାର ଭ୍ରମଣ ହୁଅଇ;ପୁଣି, ତାହାର ଉତ୍ତାପରୁ କୌଣସି ବସ୍ତୁ ଗୁପ୍ତ ନ ଥାଏ।ସଦାପ୍ରଭୁଙ୍କ ବ୍ୟବସ୍ଥା
7ସଦାପ୍ରଭୁଙ୍କ ବ୍ୟବସ୍ଥା ସିଦ୍ଧ, ପ୍ରାଣର ସ୍ୱାସ୍ଥ୍ୟଜନକ;ସଦାପ୍ରଭୁଙ୍କ ପ୍ରମାଣ-ବାକ୍ୟ ଅଟଳ, ଅଳ୍ପ ବୁଦ୍ଧିର ଜ୍ଞାନଦାୟକ8ସଦାପ୍ରଭୁଙ୍କର ବିଧିସବୁ ଯଥାର୍ଥ, ଚିତ୍ତର ଆନନ୍ଦଜନକ;ସଦାପ୍ରଭୁଙ୍କର ଆଜ୍ଞା ନିର୍ମଳ, ଚକ୍ଷୁର ଦୀପ୍ତିଦାୟକ।9ସଦାପ୍ରଭୁଙ୍କ ଭୟ ଶୁଚି, ସଦାକାଳସ୍ଥାୟୀ।ସଦାପ୍ରଭୁଙ୍କ ଶାସନସକଳ ସତ୍ୟ ଓ ସର୍ବତୋଭାବେ ନ୍ୟାଯ୍ୟ।10ତାହାସବୁ ସୁବର୍ଣ୍ଣ ଓ ପ୍ରଚୁର ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ବାଞ୍ଛନୀୟ;ଆଉ, ମଧୁ ଓ ମଧୁଚାକଠାରୁ ସୁମିଷ୍ଟ।11ଆହୁରି, ତଦ୍ଦ୍ୱାରା ତୁମ୍ଭ ଦାସ ଚେତନା ପାଏ;ତହିଁର ପ୍ରତିପାଳନରେ ମହାଫଳ ଥାଏ।12ଆପଣା ଭ୍ରାନ୍ତିସବୁ କିଏ ବୁଝିପାରେ?ତୁମ୍ଭେ ଗୁପ୍ତଦୋଷରୁ ମୋତେ ପରିଷ୍କାର କର।13ଦୁଃସାହସଜନିତ ସବୁ ପାପରୁ ହିଁ ଆପଣା ଦାସକୁ ଅଟକାଇ ରଖ;ତାହାସବୁ ମୋʼ ଉପରେ କର୍ତ୍ତୃତ୍ୱ ନ କରୁ;ତହିଁରେ ମୁଁ ସିଦ୍ଧ ହେବି, ପୁଣି, ମହାପରାଧରୁ ପରିଷ୍କୃତ ହେବି।14ହେ ସଦାପ୍ରଭୋ, ମୋହର ଶୈଳ ଓ ମୋହର ମୁକ୍ତିକର୍ତ୍ତା,ତୁମ୍ଭ ଦୃଷ୍ଟିରେ ମୋʼ ମୁଖର ବାକ୍ୟଓ ମୋʼ ଅନ୍ତଃକରଣର ଧ୍ୟାନ ସୁଗ୍ରାହ୍ୟ ହେଉ।