ଗୀତସଂହିତା2ory_irv

ସଦାପ୍ରଭୁଙ୍କ ମନୋନୀତ ରାଜା

1ଗୋଷ୍ଠୀୟମାନେ କାହିଁକି କଳହ କରନ୍ତି;ଜନବୃନ୍ଦ କାହିଁକି ବୃଥାରେ ଷଡ଼ଯନ୍ତ୍ର କରନ୍ତି?2ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତାହାଙ୍କ ଅଭିଷିକ୍ତ ବ୍ୟକ୍ତିଙ୍କବିରୁଦ୍ଧରେ ଭୂପତିଗଣ ଠିଆ ହୁଅନ୍ତିଓ ଶାସନକର୍ତ୍ତୃଗଣ ଏକତ୍ର ମନ୍ତ୍ରଣା କରନ୍ତି,3“ଆସ, ଆମ୍ଭେମାନେ ସେମାନଙ୍କ ବନ୍ଧନ ଛିଣ୍ଡାଇ ପକାଉଓ ଆମ୍ଭମାନଙ୍କ ନିକଟରୁ ସେମାନଙ୍କ ରଜ୍ଜୁ ଦୂର କରିଦେଉ।”4ଯେ ସ୍ୱର୍ଗରେ ଉପବିଷ୍ଟ, ସେ ହସିବେ;ପ୍ରଭୁ ସେମାନଙ୍କୁ ପରିହାସ କରିବେ।5ତହୁଁ ସେ ଆପଣା କୋପରେ ସେମାନଙ୍କୁ କଥା କହିବେଓ ଆପଣା ମହାକୋପରେ ସେମାନଙ୍କୁ ବ୍ୟାକୁଳ କରିବେ;6“ମାତ୍ର ମୁଁ ଆପଣା ରାଜାଙ୍କୁ ଆପଣା ପବିତ୍ର ପର୍ବତସିୟୋନରେ ସ୍ଥାପନ କରିଅଛି।”7ମୁଁ ସେହି ବିଧାନ ପ୍ରଚାର କରିବି;ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଆମ୍ଭର ପୁତ୍ର;ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଲୁ।8ଆମ୍ଭ ନିକଟରେ ମାଗ, ତେବେ ଆମ୍ଭେ ତୁମ୍ଭରଉତ୍ତରାଧିକାର ନିମନ୍ତେ ଗୋଷ୍ଠୀୟମାନଙ୍କୁ ଓ ତୁମ୍ଭର ଅଧିକାରନିମନ୍ତେ ପୃଥିବୀର ପ୍ରାନ୍ତଭାଗସବୁ ତୁମ୍ଭକୁ ଦେବା।9ତୁମ୍ଭେ ଲୌହ ଦଣ୍ଡରେ ସେମାନଙ୍କୁ ଭାଙ୍ଗିବ;ତୁମ୍ଭେ କୁମ୍ଭକାରର ପାତ୍ର ପରି ସେମାନଙ୍କୁ ଚୂର୍ଣ୍ଣ କରିବ।”10ଏହି କାରଣରୁ, ହେ ରାଜାଗଣ, ତୁମ୍ଭେମାନେ ଏବେ ଜ୍ଞାନବାନହୁଅ, ହେ ପୃଥିବୀର ବିଚାରକର୍ତ୍ତୃଗଣ, ତୁମ୍ଭେମାନେ ଶିକ୍ଷା ଗ୍ରହଣ କର।11ଭୟରେ ସଦାପ୍ରଭୁଙ୍କର ସେବା କର ଓ କମ୍ପିତ ହୋଇ ଉଲ୍ଲାସ କର।12ପୁତ୍ରଙ୍କୁ ଚୁମ୍ବନ କର, ନୋହିଲେ ସେ କ୍ରୁଦ୍ଧ ହେବେ ଓ ତୁମ୍ଭେମାନେ ପଥରେ ବିନଷ୍ଟ ହେବ,କାରଣ ଶୀଘ୍ର ତାହାଙ୍କର କ୍ରୋଧ ପ୍ରଜ୍ୱଳିତ ହେବ।ଯେଉଁମାନେ ତାହାଙ୍କର ଶରଣ ନିଅନ୍ତି, ସେସମସ୍ତେ ଧନ୍ୟ।