ଗୀତସଂହିତା20ory_irv
ବିଜୟ ପାଇଁ ପ୍ରାର୍ଥନା
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।
1ସଦାପ୍ରଭୁ ସଙ୍କଟ ଦିନରେ ତୁମ୍ଭକୁ ଉତ୍ତର ଦେଉନ୍ତୁ;ଯାକୁବର ପରମେଶ୍ୱରଙ୍କ ନାମ ତୁମ୍ଭକୁ ରକ୍ଷା ସ୍ଥାପନ କରନ୍ତୁ;2ସେ ପବିତ୍ର ସ୍ଥାନରୁ ତୁମ୍ଭର ସାହାଯ୍ୟ ପଠାଉନ୍ତୁ,ସିୟୋନଠାରୁ ତୁମ୍ଭକୁ ବଳବାନ କରନ୍ତୁ;3ତୁମ୍ଭର ନୈବେଦ୍ୟସବୁ ସ୍ମରଣ କରନ୍ତୁ,ପୁଣି, ତୁମ୍ଭର ହୋମବଳି ଗ୍ରହଣ କରନ୍ତୁ; [ସେଲା]4ତୁମ୍ଭର ମନୋବାଞ୍ଛା ପୂର୍ଣ୍ଣ କରନ୍ତୁଓ ତୁମ୍ଭର ଯୋଜନାସବୁ ସଫଳ କରନ୍ତୁ।5ଆମ୍ଭେମାନେ ତୁମ୍ଭ ପରିତ୍ରାଣରେ ଜୟଧ୍ୱନି କରିବୁଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନାମରେ ଆମ୍ଭେମାନେ ଧ୍ୱଜା ସ୍ଥାପନ କରିବୁ;ସଦାପ୍ରଭୁ ତୁମ୍ଭର ସବୁ ନିବେଦନ ସିଦ୍ଧ କରନ୍ତୁ।6ଏବେ ମୁଁ ଜାଣୁଅଛି ଯେ, ସଦାପ୍ରଭୁ ଆପଣା ଅଭିଷିକ୍ତଙ୍କୁ ଉଦ୍ଧାର କରନ୍ତି,ସେ ଆପଣା ଡାହାଣ ହସ୍ତର ତ୍ରାଣ ଶକ୍ତିରେନିଜ ପବିତ୍ର ସ୍ୱର୍ଗରୁ ତାହାକୁ ଉତ୍ତର ଦେବେ।7କେହି କେହି ରଥରେ ଓ କେହି କେହି ଅଶ୍ୱରେ ନିର୍ଭର କରନ୍ତି;ମାତ୍ର ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଶକ୍ତିରେ ନିର୍ଭର କରୁ।8ସେମାନେ ନତ ହୋଇ ପତିତ ହୋଇଅଛନ୍ତି;ମାତ୍ର ଆମ୍ଭେମାନେ ଉଠି ସଳଖ ଠିଆ ହେଉଅଛୁ।9ହେ ସଦାପ୍ରଭୋ, ପରିତ୍ରାଣ କର;ଆମ୍ଭେମାନେ ଡାକିବା ବେଳେ ରାଜା ଆମ୍ଭମାନଙ୍କୁ ଉତ୍ତର ଦେଉନ୍ତୁ।