ଗୀତସଂହିତା21ory_irv

ଜୟ ଗାନ

ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।

1ହେ ସଦାପ୍ରଭୋ, ରାଜା ତୁମ୍ଭ ବଳରେ ଆନନ୍ଦ କରିବେଓ ତୁମ୍ଭ ପରିତ୍ରାଣରେ ସେ କେଡ଼େ ମହାନନ୍ଦ କରିବେ!2ତୁମ୍ଭେ ତାଙ୍କୁ ତାଙ୍କ ମନର ବାଞ୍ଛା ପ୍ରଦାନ କରିଅଛ,ଓ ତାଙ୍କ ମୁଖର ନିବେଦନ ଅସ୍ୱୀକାର କରି ନାହଁ। [ସେଲା]3କାରଣ ତୁମ୍ଭେ ନାନା ମଙ୍ଗଳ ଆଶୀର୍ବାଦ ଘେନି ତାଙ୍କର ସମ୍ମୁଖବର୍ତ୍ତୀ ହେଉଅଛ;ତୁମ୍ଭେ ତାଙ୍କ ମସ୍ତକରେ ଶୁଦ୍ଧ ସୁବର୍ଣ୍ଣ ମୁକୁଟ ଦେଉଅଛ।4ସେ ତୁମ୍ଭ ନିକଟରେ ଜୀବନ ପ୍ରାର୍ଥନା କଲେ,ତୁମ୍ଭେ ତାହା ତାଙ୍କୁ ଦେଲ;ଆହୁରି, ଅନନ୍ତକାଳସ୍ଥାୟୀ ଦୀର୍ଘାୟୁ ଦାନ କଲ।5ତୁମ୍ଭ କୃତ ପରିତ୍ରାଣରେ ତାଙ୍କର ମହାଗୌରବ ହୋଇଅଛି;ତୁମ୍ଭେ ତାଙ୍କ ଉପରେ ସମ୍ଭ୍ରମ ଓ ପ୍ରତାପ ଅର୍ପଣ କରୁଅଛ;6କାରଣ ତୁମ୍ଭେ ତାଙ୍କୁ ସଦାକାଳ ଆଶୀର୍ବାଦଯୁକ୍ତ କରୁଅଛ;ତୁମ୍ଭେ ଆପଣା ଶ୍ରୀଛାମୁର ଆନନ୍ଦରେ ତାଙ୍କୁ ଉଲ୍ଲସିତ କରୁଅଛ।7କାରଣ ରାଜା ସଦାପ୍ରଭୁଙ୍କଠାରେ ନିର୍ଭର କରନ୍ତି,ପୁଣି, ସର୍ବୋପରିସ୍ଥଙ୍କ ସ୍ନେହପୂର୍ଣ୍ଣ କରୁଣା ହେତୁରୁ ସେ ବିଚଳିତ ନୋହିବେ।8ତୁମ୍ଭ ହସ୍ତ ତୁମ୍ଭ ଶତ୍ରୁ ସମସ୍ତଙ୍କୁ ଧରିବ;ତୁମ୍ଭର ଦକ୍ଷିଣ ହସ୍ତ ତୁମ୍ଭର ଘୃଣାକାରୀମାନଙ୍କୁ ଧରିବ।9ତୁମ୍ଭେ ଆପଣା କ୍ରୋଧ ସମୟରେ ସେମାନଙ୍କୁ ପ୍ରଜ୍ୱଳିତ ଭାଟି ତୁଲ୍ୟ କରିବ।ସଦାପ୍ରଭୁ ଆପଣା କୋପରେ ସେମାନଙ୍କୁ ଗ୍ରାସ କରିବେ,ପୁଣି, ଅଗ୍ନି ସେମାନଙ୍କୁ ଭକ୍ଷଣ କରିବ।10ତୁମ୍ଭେ ପୃଥିବୀରୁ ସେମାନଙ୍କର ଫଳଓ ଲୋକମାନଙ୍କ ମଧ୍ୟରୁ ସେମାନଙ୍କର ବଂଶ ଲୋପ କରିବ।11କାରଣ ସେମାନେ ତୁମ୍ଭ ବିରୁଦ୍ଧରେ ଅନିଷ୍ଟ ଚିନ୍ତା କଲେ;ସେମାନେ ଏକ କୌଶଳ କଳ୍ପନା କଲେ, ତାହା ସେମାନେ ସିଦ୍ଧ କରିପାରନ୍ତି ନାହିଁ।12ତୁମ୍ଭେ ସେମାନଙ୍କର ପୃଷ୍ଠ ଫେରାଇବ,ତୁମ୍ଭେ ସେମାନଙ୍କ ମୁଖ ବିରୁଦ୍ଧରେ ଆପଣା ଧନୁର୍ଗୁଣ ସଜ୍ଜିତ କରିବ।13ହେ ସଦାପ୍ରଭୋ, ନିଜ ବଳରେ ଉନ୍ନତ ହୁଅ;ତହିଁରେ ଆମ୍ଭେମାନେ ତୁମ୍ଭ ପରାକ୍ରମର ଗାନ ଓ ପ୍ରଶଂସା କରିବା।