ଗୀତସଂହିତା23ory_irv

ସଦାପ୍ରଭୁ ମୋର ପ୍ରତିପାଳକ

ଦାଉଦଙ୍କର ଗୀତ।

1ସଦାପ୍ରଭୁ ମୋହର ପ୍ରତିପାଳକ;ମୋହର ଅଭାବ ହେବ ନାହିଁ।2ସେ କୋମଳ ତୃଣମୟ ସ୍ଥାନରେ ମୋତେ ଶୟନ କରାନ୍ତି;ସେ ସ୍ଥିର ଜଳ ପାଖେ ପାଖେ ମୋତେ କଢ଼ାଇ ନିଅନ୍ତି।3ସେ ମୋʼ ପ୍ରାଣକୁ ସୁସ୍ଥ କରନ୍ତି,ସେ ଆପଣା ନାମ ସକାଶୁ ଧର୍ମ ପଥରେ ମୋତେ କଢ଼ାଇ ନିଅନ୍ତି।4ଏଣୁ ମୁଁ ମୃତ୍ୟୁୁଚ୍ଛାୟାରୂପ ଉପତ୍ୟକା ଦେଇ ଗମନ କଲେ ହେଁକୌଣସି ଆପଦକୁ ଭୟ କରିବି ନାହିଁ; କାରଣ ତୁମ୍ଭେ ମୋହର ସହବର୍ତ୍ତୀ,ତୁମ୍ଭର ପାଞ୍ଚଣ ଓ ତୁମ୍ଭର ବାଡ଼ି ମୋତେ ସାନ୍ତ୍ୱନା ଦିଅନ୍ତି।5ତୁମ୍ଭେ ମୋʼ ଶତ୍ରୁଗଣଙ୍କ ସାକ୍ଷାତରେ ମୋʼ ସମ୍ମୁଖରେ ମେଜ ସଜାଉଅଛ;ତୁମ୍ଭେ ତୈଳରେ ମୋʼ ମସ୍ତକ ସିକ୍ତ କରିଅଛ;ମୋʼ ପାନପାତ୍ର ଉଚ୍ଛୁଳି ପଡ଼ୁଅଛି।6ନିଶ୍ଚୟ ମଙ୍ଗଳ ଓ ଦୟା ମୋହର ଜୀବନଯାଏ ମୋହର ପଶ୍ଚାଦ୍‍ଗାମୀ ହେବ;ପୁଣି, ମୁଁ ସର୍ବଦା ସଦାପ୍ରଭୁଙ୍କ ଗୃହରେ ବାସ କରିବି।