ଗୀତସଂହିତା26ory_irv

ଉତ୍ତମ ବ୍ୟକ୍ତିର ପ୍ରାର୍ଥନା

ଦାଉଦଙ୍କର ଗୀତ।

1ହେ ସଦାପ୍ରଭୋ, ମୋହର ବିଚାର କର, କାରଣ ମୁଁ ନିଜ ସିଦ୍ଧତାରେ ଆଚରଣ କରିଅଛି;ମଧ୍ୟ ମୁଁ ଅଟଳ ଭାବରେ ସଦାପ୍ରଭୁଙ୍କର ଶରଣ ନେଇଅଛି।2ହେ ସଦାପ୍ରଭୋ, ମୋତେ ପରୀକ୍ଷା କରି ପ୍ରମାଣ ନିଅ;ମୋର ମର୍ମ ଓ ଚିତ୍ତ ପରିଷ୍କାର କର।3କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ମୋʼ ଦୃଷ୍ଟିଗୋଚରରେ ଅଛି;ମୁଁ ତୁମ୍ଭ ସତ୍ୟତାରେ ଆଚରଣ କରିଅଛି।4ମୁଁ ଅସାର ଲୋକଙ୍କ ସଙ୍ଗେ ବସି ନାହିଁ;କିଅବା ମୁଁ କପଟୀମାନଙ୍କ ସଙ୍ଗେ ଗମନ କରିବି ନାହିଁ।5ମୁଁ ଦୁଷ୍କର୍ମକାରୀମାନଙ୍କ ସମାଜକୁ ଘୃଣା କରେ,ପୁଣି, ଦୁଷ୍ଟମାନଙ୍କ ସଙ୍ଗେ ବସିବି ନାହିଁ।6ହେ ସଦାପ୍ରଭୋ, ଯେପରି ମୁଁ ଧନ୍ୟବାଦ-ସ୍ୱର ଶୁଣାଇବିଓ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟାସକଳ ବର୍ଣ୍ଣନା କରିବି,7ଏଥିପାଇଁ ମୁଁ ନିର୍ଦ୍ଦୋଷତାରେ ଆପଣା ହସ୍ତ ପ୍ରକ୍ଷାଳନ କରିତୁମ୍ଭର ଯଜ୍ଞବେଦି ପ୍ରଦକ୍ଷିଣ କରିବି।8ହେ ସଦାପ୍ରଭୋ, ମୁଁ ତୁମ୍ଭର ନିବାସ-ଗୃହକୁଓ ତୁମ୍ଭ ଗୌରବର ବାସସ୍ଥାନକୁ ସ୍ନେହ କରେ।9ପାପୀମାନଙ୍କ ସଙ୍ଗେ ମୋʼ ପ୍ରାଣକୁ କିଅବାରକ୍ତପାତକାରୀ ମନୁଷ୍ୟମାନଙ୍କ ସଙ୍ଗେ ମୋʼ ଜୀବନକୁ ସଂଗ୍ରହ କର ନାହିଁ।10ସେମାନଙ୍କ ହସ୍ତରେ ଅନିଷ୍ଟ ଥାଏ,ପୁଣି, ସେମାନଙ୍କ ଦକ୍ଷିଣ ହସ୍ତ ଲାଞ୍ଚରେ ପରିପୂର୍ଣ୍ଣ।11ମାତ୍ର ମୁଁ ନିଜ ସିଦ୍ଧତାରେ ଆଚରଣ କରିବି;ମୋତେ ମୁକ୍ତ କର ଓ ମୋʼ ପ୍ରତି ସଦୟ ହୁଅ।12ମୋʼ ଚରଣ ସମଭୂମିରେ ଠିଆ ହେଉଅଛି;ମୁଁ ମଣ୍ଡଳୀଗଣ ମଧ୍ୟରେ ସଦାପ୍ରଭୁଙ୍କର ଧନ୍ୟବାଦ କରିବି।