ଗୀତସଂହିତା27ory_irv
ସ୍ତୁତି ବନ୍ଦନା
ଦାଉଦଙ୍କର ଗୀତ।
1ସଦାପ୍ରଭୁ ମୋହର ଦୀପ୍ତି ଓ ମୋହର ପରିତ୍ରାଣ;ମୁଁ କାହାକୁ ଭୟ କରିବି?ସଦାପ୍ରଭୁ ମୋʼ ଜୀବନର ବଳ;ମୁଁ କାହାଠାରୁ ଭୀତ ହେବି?2ଦୁଷ୍କର୍ମକାରୀଗଣ ମୋହର ମାଂସ ଗ୍ରାସ କରିବା ପାଇଁ ମୋତେ ଆକ୍ରମଣ କରିବା ବେଳେମୋହର ସେହି ବିପକ୍ଷ ଓ ଶତ୍ରୁମାନେ ଝୁଣ୍ଟି ପତିତ ହେଲେ।3ସୈନ୍ୟଦଳ ମୋʼ ବିରୁଦ୍ଧରେ ଛାଉଣି କଲେ ହେଁମୋହର ଅନ୍ତଃକରଣ ଭୟ କରିବ ନାହିଁ;ଯଦି ଯୁଦ୍ଧ ମୋʼ ବିରୁଦ୍ଧରେ ଉଠେ,ତେବେ ମଧ୍ୟ ମୁଁ ସାହସିକ ହେବି।4ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ଯ୍ୟ ଦେଖିବା ପାଇଁଓ ତାହାଙ୍କ ମନ୍ଦିରରେ ଅନୁସନ୍ଧାନ କରିବା ପାଇଁଯେପରି ଯାବଜ୍ଜୀବନ ସଦାପ୍ରଭୁଙ୍କ ଗୃହରେ ବାସ କରିବି,ଏହି ଏକ ବିଷୟ ମୁଁ ସଦାପ୍ରଭୁଙ୍କ ନିକଟରେ ମାଗିଅଛି,ତାହା ହିଁ ମୁଁ ଅନ୍ୱେଷଣ କରିବି।5କାରଣ ବିପଦ ଦିନରେ ସେ ଆପଣା ଆବାସରେ ମୋତେ ଗୋପନ କରି ରଖିବେ;ସେ ଆପଣା ତମ୍ବୁର ଅନ୍ତରାଳରେ ମୋତେ ଲୁଚାଇବେ;ସେ ମୋତେ ଶୈଳ ଉପରକୁ ଉଠାଇବେ।6ଏଣୁ ଏବେ ମୋʼ ଚତୁର୍ଦ୍ଦିଗସ୍ଥିତ ଶତ୍ରୁଗଣ ଉପରେ ମୋହର ମସ୍ତକ ଉନ୍ନତ ହେବ;ଆଉ, ମୁଁ ତାହାଙ୍କ ତମ୍ବୁରେ ଜୟଧ୍ୱନିର ବଳି ଉତ୍ସର୍ଗ କରିବି;ମୁଁ ଗାନ କରିବି, ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।7ହେ ସଦାପ୍ରଭୋ, ମୁଁ ଆପଣା ରବରେ ଡାକିବା ବେଳେ ଶୁଣ;ମୋʼ ପ୍ରତି ଦୟା କର ଓ ମୋତେ ଉତ୍ତର ଦିଅ।8ଯେତେବେଳେ ତୁମ୍ଭେ କହିଲ, “ତୁମ୍ଭେମାନେ ମୋହର ମୁଖ ଅନ୍ୱେଷଣ କର,”ମୋʼ ଅନ୍ତଃକରଣ ତୁମ୍ଭଙ୍କୁ କହିଲା, “ସଦାପ୍ରଭୋ, ମୁଁ ତୁମ୍ଭର ମୁଖ ଅନ୍ୱେଷଣ କରିବି।”9ମୋʼ ଠାରୁ ଆପଣା ମୁଖ ଲୁଚାଅ ନାହିଁ;କ୍ରୋଧରେ ଆପଣା ଦାସକୁ ଦୂର କର ନାହିଁ;ତୁମ୍ଭେ ମୋହର ସହାୟ ହୋଇଅଛ;ହେ ମୋʼ ପରିତ୍ରାଣର ପରମେଶ୍ୱର, ମୋତେ ଦୂର କର ନାହିଁ, କିଅବା ପରିତ୍ୟାଗ କର ନାହିଁ।10କାରଣ ମୋହର ପିତା ଓ ମୋହର ମାତା ମୋତେ ପରିତ୍ୟାଗ କରିଅଛନ୍ତି,ମାତ୍ର ସଦାପ୍ରଭୁ ମୋତେ ଉଠାଇ ନେବେ।11ହେ ସଦାପ୍ରଭୋ, ମୋହର ଶତ୍ରୁଗଣ ସକାଶୁମୋତେ ତୁମ୍ଭର ମାର୍ଗ ଶିଖାଅ;ଓ ସରଳ ପଥରେ ମୋତେ କଢ଼ାଇ ନିଅ।12ମୋʼ ବିପକ୍ଷଗଣର ବାଞ୍ଛାରେ ମୋତେ ସମର୍ପଣ କର ନାହିଁ;କାରଣ ମିଥ୍ୟାସାକ୍ଷୀମାନେ ଓ ନିଷ୍ଠୁରତାରୂପ ନିଶ୍ୱାସମାରିବା ଲୋକେ ମୋʼ ବିରୁଦ୍ଧରେ ଉଠିଅଛନ୍ତି।13ମୁଁ ଜୀବିତମାନଙ୍କ ଦେଶରେ ସଦାପ୍ରଭୁଙ୍କର ମଙ୍ଗଳଭାବ ଦେଖିବାକୁ ବିଶ୍ୱାସ କରି ନ ଥିଲେ, ମୂର୍ଚ୍ଛିତ ହୋଇଥାʼନ୍ତି।14ସଦାପ୍ରଭୁଙ୍କର ସାହାଯ୍ୟ ନିମନ୍ତେ ଅପେକ୍ଷା କର;ବଳବାନ ହୁଅ ଓ ତୁମ୍ଭର ଅନ୍ତଃକରଣ ସାହସିକ ହେଉ;ହଁ, ତୁମ୍ଭେ ସଦାପ୍ରଭୁଙ୍କର ଅନୁସରଣ କର।