ଗୀତସଂହିତା29ory_irv
ସଦାପ୍ରଭୁଙ୍କ ରବର ପରାକ୍ରମ
ଦାଉଦଙ୍କର ଗୀତ।
1ହେ ବିକ୍ରମୀ-ସନ୍ତାନଗଣ, ସଦାପ୍ରଭୁଙ୍କର କୀର୍ତ୍ତନ କର,ସଦାପ୍ରଭୁଙ୍କର ଗୌରବ ଓ ପରାକ୍ରମ କୀର୍ତ୍ତନ କର।2ସଦାପ୍ରଭୁଙ୍କ ନାମର ଗୌରବ କୀର୍ତ୍ତନ କର;ପବିତ୍ରତାର ସୌନ୍ଦର୍ଯ୍ୟରେ ସଦାପ୍ରଭୁଙ୍କୁ ପ୍ରଣାମ କର।3ଜଳରାଶି ଉପରେ ସଦାପ୍ରଭୁଙ୍କର ରବ ଅଛି;ଗୌରବମୟ ପରମେଶ୍ୱର ବଜ୍ରନାଦ କରନ୍ତି,ସଦାପ୍ରଭୁ ଅପାର ଜଳରାଶି ଉପରେ ବିଦ୍ୟମାନ।4ସଦାପ୍ରଭୁଙ୍କ ରବ ଶକ୍ତିବିଶିଷ୍ଟ;ସଦାପ୍ରଭୁଙ୍କ ରବ ପ୍ରତାପପୂର୍ଣ୍ଣ।5ସଦାପ୍ରଭୁଙ୍କ ରବ ଏରସ ବୃକ୍ଷମାନ ଭାଙ୍ଗି ପକାଏ;ହଁ, ସଦାପ୍ରଭୁ ଲିବାନୋନର ଏରସ ବୃକ୍ଷସବୁ ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାନ୍ତି।6ମଧ୍ୟ ସେ ସେମାନଙ୍କୁ ଗୋବତ୍ସ ପରି;ଲିବାନୋନ ଓ ସିରିୟୋନକୁ ଅରଣା ଛୁଆ ପରି ନଚାନ୍ତି।7ସଦାପ୍ରଭୁଙ୍କ ରବ ଅଗ୍ନିଶିଖା ବିଭକ୍ତ କରେ।8ସଦାପ୍ରଭୁଙ୍କ ରବ ପ୍ରାନ୍ତରକୁ କମ୍ପିତ କରେ;ସଦାପ୍ରଭୁ କାଦେଶର ପ୍ରାନ୍ତରକୁ କମ୍ପିତ କରନ୍ତି।9ସଦାପ୍ରଭୁଙ୍କ ରବ ହରିଣୀମାନଙ୍କୁ ପ୍ରସବ କରାଏଓ ବନସମୂହକୁ ବିବସ୍ତ୍ର କରେ;ପୁଣି, ତାହାଙ୍କ ମନ୍ଦିରରେ ସମସ୍ତ ବିଷୟ “ଗୌରବ, ଗୌରବ” ବୋଲି କହନ୍ତି।10ସଦାପ୍ରଭୁ ଜଳପ୍ଲାବନରେ ରାଜା ତୁଲ୍ୟ ଉପବିଷ୍ଟ ହେଲେ;ହଁ, ସଦାପ୍ରଭୁ ଅନନ୍ତକାଳ ରାଜା ତୁଲ୍ୟ ଉପବିଷ୍ଟ ଅଟନ୍ତି।11ସଦାପ୍ରଭୁ ଆପଣା ଲୋକମାନଙ୍କୁ ବଳ ଦେବେ;ସଦାପ୍ରଭୁ ଆପଣା ଲୋକମାନଙ୍କୁ ଶାନ୍ତି ଦେଇ ଆଶୀର୍ବାଦ କରିବେ।