ଗୀତସଂହିତା34ory_irv
ମଙ୍ଗଳମୟ ସଦାପ୍ରଭୁଙ୍କ ପ୍ରଶଂସା
ଦାଉଦଙ୍କ ଗୀତ; ଯେତେବେଳେ ସେ ଅବୀମେଲକ୍ ସାକ୍ଷାତରେ ଆପଣା ମତି ବଦଳାଇବାରୁ ତାହା ଦ୍ୱାରା ତାଡ଼ିତ ହୋଇ ପ୍ରସ୍ଥାନ କରିଥିଲେ, ସେହି ସମୟର ଗୀତ।
1ମୁଁ ସର୍ବଦା ସଦାପ୍ରଭୁଙ୍କର ଧନ୍ୟବାଦ କରିବି;ମୋʼ ମୁଖରେ ନିରନ୍ତର ତାହାଙ୍କର ପ୍ରଶଂସା ହେବ।2ମୋହର ପ୍ରାଣ ସଦାପ୍ରଭୁଙ୍କଠାରେ ଦର୍ପ କରିବ;ନମ୍ର ଲୋକମାନେ ତାହା ଶୁଣି ଆନନ୍ଦିତ ହେବେ।3ଆହେ, ମୋʼ ସଙ୍ଗେ ସଦାପ୍ରଭୁଙ୍କ ମାହାତ୍ମ୍ୟ ପ୍ରକାଶ କର,ଆସ, ଆମ୍ଭେମାନେ ଏକ ସଙ୍ଗେ ତାହାଙ୍କ ନାମର ପ୍ରତିଷ୍ଠା କରୁ।4ମୁଁ ସଦାପ୍ରଭୁଙ୍କଠାରେ ପ୍ରାର୍ଥନା କଲି ଓ ସେ ମୋତେ ଉତ୍ତର ଦେଲେ,ପୁଣି, ମୋହର ସବୁ ଭୟରୁ ମୋତେ ଉଦ୍ଧାର କଲେ।5ସେମାନେ ତାହାଙ୍କ ପ୍ରତି ଦୃଷ୍ଟିପାତ କରି ଦୀପ୍ତିମାନ ହେଲେ;ଆଉ, ସେମାନଙ୍କ ମୁଖ କେବେ ହେଁ ବିବର୍ଣ୍ଣ ନୋହିବ।6ଏହି ଦୁଃଖୀଲୋକ କାକୂକ୍ତି କଲା, ପୁଣି, ସଦାପ୍ରଭୁ ତାହାର କଥା ଶୁଣିଲେଓ ତାହାର ସକଳ ସଙ୍କଟରୁ ତାହାକୁ ଉଦ୍ଧାର କଲେ।7ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି,ତାହାଙ୍କର ଦୂତ ସେମାନଙ୍କ ଚାରିଆଡ଼େ ଛାଉଣି କରି ସେମାନଙ୍କୁ ଉଦ୍ଧାର କରନ୍ତି।8ଆହେ, ସଦାପ୍ରଭୁ ଯେ ମଙ୍ଗଳମୟ, ଏହା ଆସ୍ୱାଦନ କରି ଦେଖ;ଯେ ତାହାଙ୍କର ଶରଣାଗତ, ସେ ଲୋକ ଧନ୍ୟ।9ହେ ତାହାଙ୍କର ସଦ୍ଭକ୍ତମାନେ, ସଦାପ୍ରଭୁଙ୍କୁ ଭୟ କର;କାରଣ ଯେଉଁମାନେ ତାହାଙ୍କୁ ଭୟ କରନ୍ତି, ସେମାନଙ୍କର କୌଣସି ଅଭାବ ନାହିଁ।10ଯୁବା ସିଂହମାନଙ୍କର ଅଭାବ ଓ କ୍ଷୁଧାରୁ କ୍ଳେଶ ହୁଏ;ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅନ୍ୱେଷଣ କରନ୍ତି, ସେମାନଙ୍କର କୌଣସି ମଙ୍ଗଳ ବିଷୟ ଅଭାବ ନୋହିବ।11ହେ ବାଳକମାନେ, ଆସ, ମୋʼ କଥା ଶୁଣ;ମୁଁ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କ ଭୟ ଶିଖାଇବି।12ଯେ ଜୀବନ ବାଞ୍ଛା କରେଓ ମଙ୍ଗଳ ଦେଖିବା ପାଇଁ ଦୀର୍ଘାୟୁ ପ୍ରିୟ ମଣେ ଏପରି ବ୍ୟକ୍ତି କିଏ?13ତୁମ୍ଭେ ହିଂସାରୁ ଆପଣା ଜିହ୍ୱାଓ ଛଳବାକ୍ୟରୁ ଆପଣା ଓଷ୍ଠାଧର ରକ୍ଷା କର।14ମନ୍ଦତାରୁ ଦୂର ହୁଅ ଓ ସୁକର୍ମ କର;ଶାନ୍ତି ଅନ୍ୱେଷଣ କର ଓ ତହିଁର ଅନୁଗାମୀ ହୁଅ।15ଧାର୍ମିକମାନଙ୍କ ପ୍ରତି ସଦାପ୍ରଭୁଙ୍କର ଦୃଷ୍ଟି ଅଛିଓ ସେମାନଙ୍କ ଆର୍ତ୍ତନାଦ ପ୍ରତି ତାହାଙ୍କର କର୍ଣ୍ଣ ଅଛି।16ପୃଥିବୀରୁ କୁକର୍ମକାରୀମାନଙ୍କ ସ୍ମରଣ ଉଚ୍ଛିନ୍ନ କରିବାପାଇଁ ସେମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ ମୁଖ ଥାଏ।17ଧାର୍ମିକମାନେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ଶୁଣିଲେଓ ସେମାନଙ୍କ ସର୍ବ ସଙ୍କଟରୁ ସେମାନଙ୍କୁ ଉଦ୍ଧାର କଲେ।18ସଦାପ୍ରଭୁ ଭଗ୍ନାନ୍ତଃକରଣମାନଙ୍କର ନିକଟବର୍ତ୍ତୀ ଅଟନ୍ତିଓ ସେ ଚୂର୍ଣ୍ଣମନାମାନଙ୍କୁ ତ୍ରାଣ କରନ୍ତି।19ଧାର୍ମିକର ବିପଦ ଅନେକ;ମାତ୍ର ସେହିସବୁରୁ ସଦାପ୍ରଭୁ ତାହାକୁ ଉଦ୍ଧାର କରନ୍ତି।20ସେ ତାହାର ଅସ୍ଥିସକଳ ରକ୍ଷା କରନ୍ତି;ତହିଁ ମଧ୍ୟରୁ ଖଣ୍ଡେ ହେଲେ ଭଗ୍ନ ହୁଏ ନାହିଁ।21ଦୁଷ୍ଟତା ଦୁଷ୍ଟକୁ ସଂହାର କରିବ;ଧାର୍ମିକର ଘୃଣାକାରୀ ଦୋଷୀକୃତ ହେବ।22ସଦାପ୍ରଭୁ ଆପଣା ଦାସଗଣର ପ୍ରାଣ ମୁକ୍ତ କରନ୍ତି;ପୁଣି, ତାହାଙ୍କର ଶରଣାଗତ କେହି ଦୋଷୀକୃତ ହେବେ ନାହିଁ।