ଗୀତସଂହିତା37ory_irv

ଦୁଷ୍ଟର ଦୁର୍ଦ୍ଦଶା ଓ ସନ୍ଥର ସୁଦଶା

ଦାଉଦଙ୍କର ଗୀତ।

1ତୁମ୍ଭେ ଦୁଷ୍କର୍ମକାରୀମାନଙ୍କ ସକାଶୁଆପଣାକୁ ବିରକ୍ତ କର ନାହିଁ,କିଅବା ଅଧର୍ମାଚାରୀମାନଙ୍କ ପ୍ରତି ଈର୍ଷାଭାବ ବହ ନାହିଁ।2କାରଣ ସେମାନେ ଘାସ ପରି ଶୀଘ୍ର କଟାଯିବେଓ କୋମଳ ତୃଣ ପରି ଶୁଷ୍କ ହେବେ।3ସଦାପ୍ରଭୁଙ୍କଠାରେ ନିର୍ଭର ରଖି ସୁକର୍ମ କର;ଦେଶରେ ବାସ କରି ବିଶ୍ୱସ୍ତତାର ଅନୁଗାମୀ ହୁଅ।4ମଧ୍ୟ ସଦାପ୍ରଭୁଙ୍କଠାରେ ଆନନ୍ଦ କର;ତହିଁରେ ସେ ତୁମ୍ଭର ମନୋବାଞ୍ଛା ପୂର୍ଣ୍ଣ କରିବେ।5ସଦାପ୍ରଭୁଙ୍କଠାରେ ତୁମ୍ଭର ଗତି ସମର୍ପଣ କର;ମଧ୍ୟ ତାହାଙ୍କଠାରେ ନିର୍ଭର ରଖ, ତହିଁରେ ସେ ତାହା ସଫଳ କରିବେ।6ଆଉ, ସେ ଦୀପ୍ତି ତୁଲ୍ୟ ତୁମ୍ଭର ଧର୍ମଓ ମଧ୍ୟାହ୍ନ ତୁଲ୍ୟ ତୁମ୍ଭର ବିଚାର ପ୍ରକାଶ କରାଇବେ।7ସଦାପ୍ରଭୁଙ୍କଠାରେ ସୁସ୍ଥିର ହୁଅ ଓ ଧୈର୍ଯ୍ୟ ଧରି ତାହାଙ୍କ ଅପେକ୍ଷାରେ ରୁହ;ଯେ ନିଜ ମାର୍ଗରେ କୃତକାର୍ଯ୍ୟ ହୁଏ, ଯେଉଁ ଜନ କୁସଂକଳ୍ପସାଧନ କରେ, ତାହା ସକାଶୁ ଆପଣାକୁ ବିରକ୍ତ କର ନାହିଁ।8କ୍ରୋଧରୁ କ୍ଷାନ୍ତ ହୁଅ ଓ କୋପ ତ୍ୟାଗ କର; ଆପଣାକୁବିରକ୍ତ କର ନାହିଁ, ତାହା କେବଳ ଦୁଷ୍କର୍ମ କରିବାକୁ ପ୍ରବର୍ତ୍ତାଏ।9କାରଣ ଦୁଷ୍କର୍ମକାରୀମାନେ ଉଚ୍ଛିନ୍ନ ହେବେ; ମାତ୍ରସଦାପ୍ରଭୁଙ୍କ ଅପେକ୍ଷାକାରୀମାନେ ଦେଶାଧିକାରୀ ହେବେ।10ଆଉ, ଅଳ୍ପକ୍ଷଣ ଉତ୍ତାରେ ଦୁଷ୍ଟ ଲୋକ ନ ଥିବ;ତୁମ୍ଭେ ଯତ୍ନପୂର୍ବକ ତାହାର ସ୍ଥାନ ତତ୍ତ୍ୱ କରିବ, ଆଉ ସେ ନ ଥିବ।11ମାତ୍ର ନମ୍ର ଲୋକମାନେ ଦେଶ ଅଧିକାର କରିବେଓ ଶାନ୍ତିର ବାହୁଲ୍ୟରେ ଆପଣା ଆପଣାକୁ ଆନନ୍ଦିତ କରିବେ।12ଦୁଷ୍ଟ ଧାର୍ମିକର ପ୍ରତିକୂଳରେ କୁକଳ୍ପନା କରେଓ ତାହା ଉପରେ ଦନ୍ତ କଡ଼ମଡ଼ କରେ।13ପ୍ରଭୁ ତାହାକୁ ଉପହାସ କରିବେ।କାରଣ ତାହାର ଅନ୍ତିମ ଦିନ ଯେ ଆସୁଅଛି, ଏହା ସେ ଦେଖନ୍ତି।14ଦୁଃଖୀ ଓ ଦୀନହୀନକୁ ନିପାତ କରିବା ପାଇଁ, ସରଳପଥଗାମୀମାନଙ୍କୁ ବଧ କରିବା ପାଇଁ ଦୁଷ୍ଟମାନେ ଆପଣାଆପଣା ଖଡ୍ଗ ନିଷ୍କୋଷ କରି ଧନୁ ନୁଆଁଇ ଅଛନ୍ତି।15ସେମାନଙ୍କ ଖଡ୍ଗ ସେମାନଙ୍କ ନିଜ ହୃଦୟରେପ୍ରବେଶ କରିବ ଓ ସେମାନଙ୍କ ଧନୁ ଭଙ୍ଗାଯିବ।16ଅନେକ ଦୁଷ୍ଟ ଲୋକର ପ୍ରଚୁର ସମ୍ପତ୍ତି ଅପେକ୍ଷାଧାର୍ମିକ ଲୋକର ଅଳ୍ପ ସମ୍ପତ୍ତି ଭଲ।17କାରଣ ଦୁଷ୍ଟର ବାହୁ ଭଙ୍ଗାଯିବ, ମାତ୍ର ସଦାପ୍ରଭୁଧାର୍ମିକକୁ ଧରି ରଖିବେ।18ସଦାପ୍ରଭୁ ସିଦ୍ଧ ଲୋକମାନଙ୍କ ଦିନସବୁ ଜାଣନ୍ତିଓ ସେମାନଙ୍କ ଅଧିକାର ଅନନ୍ତକାଳସ୍ଥାୟୀ ହେବ।19ସେମାନେ ବିପଦ ସମୟରେ ଲଜ୍ଜିତ ହେବେ ନାହିଁ;ପୁଣି, ଦୁର୍ଭିକ୍ଷ ସମୟରେ ସେମାନେ ପରିତୃପ୍ତ ହେବେ।20ମାତ୍ର ଦୁଷ୍ଟମାନେ ବିନଷ୍ଟ ହେବେ,ପୁଣି, ସଦାପ୍ରଭୁଙ୍କ ଶତ୍ରୁମାନେ ଚରାସ୍ଥାନରେ ଶୋଭା ସ୍ୱରୂପ ହେବେ;ସେମାନେ ନିଃଶେଷିତ ହେବେ; ସେମାନେ ଧୂମରେ ନିଃଶେଷିତ ହୋଇଯିବେ।21ଦୁଷ୍ଟ ଲୋକ ଋଣ କରି ପରିଶୋଧ କରେ ନାହିଁ।ମାତ୍ର ଧାର୍ମିକ ଲୋକ ଦୟା ବ୍ୟବହାର କରି ଦାନ କରେ।22କାରଣ ତାହାଙ୍କର ଆଶୀର୍ବାଦ ପ୍ରାପ୍ତ ଲୋକେ ଦେଶାଧିକାର କରିବେ;ପୁଣି, ତାହାଙ୍କର ଅଭିଶପ୍ତ ଲୋକେ ଉଚ୍ଛିନ୍ନ ହେବେ23ସଦାପ୍ରଭୁଙ୍କ ଦ୍ୱାରା ମନୁଷ୍ୟର ଗତି ସ୍ଥିରୀକୃତ ହୁଏଓ ସେ ତାହାର ପଥରେ ସନ୍ତୁଷ୍ଟ ହୁଅନ୍ତି।24ସେ ପତିତ ହେଲେ ହେଁ ଭୂମିଶାୟୀ ହେବ ନାହିଁ;କାରଣ ସଦାପ୍ରଭୁ ସ୍ୱହସ୍ତରେ ତାହାକୁ ଧରି ରଖନ୍ତି।25ମୁଁ ଯୁବା ଥିଲି, ଏବେ ବୃଦ୍ଧ ହୋଇଅଛି;ତଥାପି ମୁଁ ଧାର୍ମିକକୁ ପରିତ୍ୟକ୍ତ, ଅବା ତାହାର ବଂଶକୁଖାଦ୍ୟ ଭିକ୍ଷା କରିବାର ଦେଖି ନାହିଁ।26ସେ ସାରାଦିନ ଦୟା ବ୍ୟବହାର କରି ଉଧାର ଦିଏ;ପୁଣି, ତାହାର ସନ୍ତାନଗଣ ଆଶୀର୍ବାଦ ପାଆନ୍ତି।27ମନ୍ଦଠାରୁ ଦୂର ହୁଅ ଓ ସୁକର୍ମ କର;ତେବେ ତୁମ୍ଭେ ଅନନ୍ତକାଳ ବାସ କରିବ।28କାରଣ ସଦାପ୍ରଭୁ ନ୍ୟାୟବିଚାର ଭଲ ପାଆନ୍ତିଓ ଆପଣା ସଦ୍‍ଭକ୍ତମାନଙ୍କୁ ପରିତ୍ୟାଗ କରନ୍ତି ନାହିଁ;ସେମାନେ ଅନନ୍ତକାଳ ରକ୍ଷିତ ହୁଅନ୍ତି;ମାତ୍ର ଦୁଷ୍ଟର ବଂଶ ଉଚ୍ଛିନ୍ନ ହେବେ।29ଧାର୍ମିକ ଦେଶାଧିକାର କରିବଓ ସଦାକାଳ ତହିଁରେ ବାସ କରିବ।30ଧାର୍ମିକର ମୁଖ ଜ୍ଞାନର କଥା କହେଓ ତାହାର ଜିହ୍ୱା ନ୍ୟାୟ ବିଚାରର କଥା କହେ।31ତାହାର ପରମେଶ୍ୱରଙ୍କ ବ୍ୟବସ୍ଥା ତାହାର ଅନ୍ତରରେ ଅଛି;ତାହାର କୌଣସି ପାଦଗତି ଖସିଯିବ ନାହିଁ।32ଦୁଷ୍ଟ ଲୋକ ଧାର୍ମିକକୁ ଜଗି ବସେଓ ତାହାକୁ ବଧ କରିବାକୁ ଚେଷ୍ଟା କରେ।33ସଦାପ୍ରଭୁ ତାହାର ହସ୍ତରେ ତାହାକୁ ଛାଡ଼ି ଦେବେ ନାହିଁ;କିଅବା ସେ ବିଚାରିତ ହେବା ବେଳେ ତାହାକୁ ଦୋଷୀ କରିବେ ନାହିଁ।34ସଦାପ୍ରଭୁଙ୍କର ଅନୁସରଣ କର ଓ ତାହାଙ୍କ ପଥ ରକ୍ଷା କର,ତହିଁରେ ସେ ତୁମ୍ଭକୁ ଦେଶାଧିକାର ନିମନ୍ତେ ଉନ୍ନତ କରିବେ;ଦୁଷ୍ଟମାନେ ଉଚ୍ଛିନ୍ନ ହେବା ସମୟରେ ତୁମ୍ଭେ ତାହା ଦେଖିବ।35ମୁଁ ଦୁଷ୍ଟକୁ ମହାକ୍ଷମତାପନ୍ନ ଓ ସ୍ୱଭୂମିରେ ସତେଜବୃକ୍ଷ ତୁଲ୍ୟ ଆପଣାକୁ ପ୍ରସାରିବାର ଦେଖିଅଛି।36ମାତ୍ର ଜଣେ ନିକଟ ଦେଇ ଗଲା, ଆଉ ଦେଖ, ସେ ନ ଥିଲା;ଆହୁରି, ମୁଁ ତାହାର ଅନ୍ୱେଷଣ କଲି, ମାତ୍ର ତାହାର ଉଦ୍ଦେଶ୍ୟ ମିଳିଲା ନାହିଁ।37ସିଦ୍ଧ ଲୋକକୁ ଲକ୍ଷ୍ୟ କର ଓ ସରଳ ଲୋକକୁ ନିରୀକ୍ଷଣ କର;କାରଣ ଶାନ୍ତିପ୍ରିୟ ଲୋକର ଶେଷ ଫଳ ଅଛି।38ମାତ୍ର ଅଧର୍ମାଚାରୀମାନେ ଏକାବେଳେ ବିନଷ୍ଟ ହେବେ;ଦୁଷ୍ଟର ଶେଷ ଫଳ ଉଚ୍ଛିନ୍ନ ହେବ।39ମାତ୍ର ସଦାପ୍ରଭୁଙ୍କଠାରୁ ଧାର୍ମିକ ଲୋକର ପରିତ୍ରାଣ ହୁଏ;ସେ ସଙ୍କଟ ସମୟରେ ସେମାନଙ୍କର ଦୃଢ଼ ଦୁର୍ଗ ଅଟନ୍ତି।40ପୁଣି, ସଦାପ୍ରଭୁ ସେମାନଙ୍କର ସାହାଯ୍ୟ କରନ୍ତି ଓ ସେମାନଙ୍କୁ ରକ୍ଷା କରନ୍ତି;ସେ ଦୁଷ୍ଟମାନଙ୍କଠାରୁ ସେମାନଙ୍କୁ ରକ୍ଷା କରି ପରିତ୍ରାଣ କରନ୍ତି,କାରଣ ସେମାନେ ତାହାଙ୍କର ଶରଣାଗତ।