ଗୀତସଂହିତା38ory_irv
ଦୁଃଖୀର ପ୍ରାର୍ଥନା
ଦାଉଦଙ୍କର ଗୀତ, ସ୍ମରଣୋପାୟ।
1ହେ ସଦାପ୍ରଭୋ, ତୁମ୍ଭ କୋପରେ ମୋତେ ଅନୁଯୋଗ କର ନାହିଁ;କିଅବା ତୁମ୍ଭ ପ୍ରଚଣ୍ଡ କ୍ରୋଧରେ ମୋତେ ଶାସ୍ତି ଦିଅ ନାହିଁ।2କାରଣ ତୁମ୍ଭର ତୀରସବୁ ମୋʼ ଠାରେ ବିଦ୍ଧ ରହିଅଛିଓ ତୁମ୍ଭର ହସ୍ତ ମୋତେ ଅତିଶୟ ଚାପୁଅଛି।3ତୁମ୍ଭ କୋପ ସକାଶୁ ମୋʼ ଶରୀର କିଛି ସ୍ୱାସ୍ଥ୍ୟ ନାହିଁ;ପୁଣି, ମୋʼ ପାପ ସକାଶୁ ମୋʼ ଅସ୍ଥିରେ କିଛି ଆରାମ ନାହିଁ।4କାରଣ ମୋହର ଅପରାଧ ମୋʼ ମସ୍ତକ ଉପରେ ଉଠିଅଛି;ତାହାସବୁ ମୋʼ ଶକ୍ତି ଅପେକ୍ଷା ଭାରୀ ବୋଝ ସ୍ୱରୂପ।5ମୋହର ଅଜ୍ଞାନତା ସକାଶୁ ମୋହର କ୍ଷତସବୁ ଦୁର୍ଗନ୍ଧଓ ବିକୃତ ହୋଇଅଛି।6ମୁଁ ବ୍ୟଥିତ ଓ ଅତ୍ୟନ୍ତ ଅବନତ ହୋଇଅଛି।ମୁଁ ସାରାଦିନ ଶୋକ କରି ବୁଲୁଥାଏ।7କାରଣ ମୋʼ କଟିଦେଶ ଜ୍ୱାଳାରେ ପରିପୂର୍ଣ୍ଣଓ ମୋହର ମାଂସରେ କିଛି ସ୍ୱାସ୍ଥ୍ୟ ନାହିଁ।8ମୁଁ କ୍ଷୀଣ ଓ ଅତିଶୟ ଚୂର୍ଣ୍ଣ ହୋଇଅଛି।ମୁଁ ଆପଣା ଚିତ୍ତର ଅସ୍ଥିରତା ହେତୁରୁ ଆର୍ତ୍ତନାଦ କରିଅଛି।9ହେ ପ୍ରଭୋ, ମୋହର ସକଳ ବାଞ୍ଛା ତୁମ୍ଭ ସମ୍ମୁଖରେ ଅଛିଓ ମୋହର କାତରୋକ୍ତି ତୁମ୍ଭଠାରୁ ଗୁପ୍ତ ନୁହେଁ।10ମୋହର ହୃଦୟ ଧୁକ୍ଧୁକ୍ କରୁଅଛି, ମୋହର ବଳ କ୍ଷୀଣ ହେଉଅଛି;ମୋହର ଚକ୍ଷୁର ତେଜ ମଧ୍ୟ ମୋʼ ଠାରୁ ଗଲାଣି।11ମୋହର ପ୍ରିୟ ଲୋକେ ଓ ମୋହର ମିତ୍ରମାନେମୋʼ ବ୍ୟାଧିରୁ ଅଲଗା ଠିଆ ହୁଅନ୍ତିଓ ମୋହର ଜ୍ଞାତିବର୍ଗ ଦୂରରେ ଠିଆ ହୁଅନ୍ତି।12ମଧ୍ୟ ଯେଉଁମାନେ ମୋʼ ପ୍ରାଣ ଚାହାନ୍ତି, ସେମାନେ ମୋʼ ପାଇଁ ଫାନ୍ଦ ପାତନ୍ତି;ପୁଣି, ଯେଉଁମାନେ ମୋହର ଅନିଷ୍ଟ ଇଚ୍ଛା କରନ୍ତି,ସେମାନେ ସର୍ବନାଶର କଥା କହନ୍ତି ଓ ସାରାଦିନ ଛଳର ଚିନ୍ତା କରନ୍ତି।13ମାତ୍ର ମୁଁ ବଧିର ଲୋକ ପରି ଶୁଣୁ ନାହିଁ;ପୁଣି, ମୁଁ ମୁଖ ନ ଫିଟାଇବା ଘୁଙ୍ଗା ଲୋକ ତୁଲ୍ୟ ହୁଏ।14ଆହୁରି, ଯେ ନ ଶୁଣେ ଓ ଯାହାର ମୁଖରେ ପ୍ରତିବାଦ ନ ଥାଏ,ଏପରି ଲୋକ ତୁଲ୍ୟ ହୁଏ।15କାରଣ ହେ ସଦାପ୍ରଭୋ, ମୁଁ ତୁମ୍ଭଠାରେ ଭରସା ରଖେ;ହେ ପ୍ରଭୋ, ମୋର ପରମେଶ୍ୱର, ତୁମ୍ଭେ ଉତ୍ତର ଦେବ।16କାରଣ ମୁଁ କହିଲି, “କେଜାଣି ମୋହର ଶତ୍ରୁମାନେ ମୋʼ ଉପରେ ଆନନ୍ଦ କରିବେ;ମୋʼ ପାଦ ଖସିଗଲା ବେଳେ ସେମାନେ ମୋʼ ପ୍ରତିକୂଳରେ ଦର୍ପ କରନ୍ତି।”17ଯେଣୁ ମୁଁ ଝୁଣ୍ଟି ପଡ଼ିବାକୁ ଉଦ୍ୟତଓ ମୋହର ଦୁଃଖ ସର୍ବଦା ମୋʼ ସମ୍ମୁଖରେ ଥାଏ।18ମୁଁ ଆପଣା ଅପରାଧ ପ୍ରକାଶ କରିବି;ମୁଁ ଆପଣା ପାପ ଲାଗି ଖେଦିତ ହେବି।19ମାତ୍ର ମୋହର ଶତ୍ରୁମାନେ ସତେଜ ଓ ବଳବାନ;ପୁଣି, ଅନ୍ୟାୟରେ ମୋତେ ଘୃଣା କରିବା ଲୋକେ ବହୁସଂଖ୍ୟକ ହୋଇଅଛନ୍ତି।20ମଧ୍ୟ ଯେଉଁମାନେ ହିତର ପରିବର୍ତ୍ତେ ଅହିତ କରନ୍ତି,ସେମାନେ ମୋହର ବିପକ୍ଷ; କାରଣ ମୁଁ ଉତ୍ତମ ବିଷୟର ଅନୁଗମନ କରେ।21ହେ ସଦାପ୍ରଭୋ, ମୋତେ ପରିତ୍ୟାଗ କର ନାହିଁ;ହେ ମୋହର ପରମେଶ୍ୱର, ମୋʼ ଠାରୁ ଦୂରବର୍ତ୍ତୀ ହୁଅ ନାହିଁ।22ହେ ପ୍ରଭୋ, ମୋହର ପରିତ୍ରାଣ,ମୋହର ସାହାଯ୍ୟ କରିବାକୁ ସତ୍ୱର ହୁଅ।