ଗୀତସଂହିତା39ory_irv

ଅନ୍ତିମକାଳର ପରିଚୟ ଦିଅ

ପ୍ରଧାନ ବାଦ୍ୟକର ନିମନ୍ତେ, ଯିଦୂଥୂନ୍‍ ପାଇଁ ଦାଉଦଙ୍କର ଗୀତ।

1ମୁଁ କହିଲି, “ମୁଁ ଜିହ୍ୱାରେ ପାପ ନ କରିବା ପାଇଁଆପଣା ପଥ ବିଷୟରେ ସାବଧାନ ହେବି;ଦୁଷ୍ଟ ମୋʼ ସମ୍ମୁଖରେ ଥିବା ପର୍ଯ୍ୟନ୍ତମୁଁ ଆପଣା ମୁଖକୁ ଲଗାମ ଦେଇ ରଖିବି।”2ମୁଁ ମୌନ ହୋଇ ନୀରବ ଥିଲି, ସତ କଥାରୁ ହିଁ ନିବୃତ୍ତ ରହିଲି;ତହିଁରେ ମୋହର ଦୁଃଖ ପ୍ରବଳ ହେଲା;3ମୁଁ ମୋହର ଅନ୍ତରରେ ଅତିଶୟ ଚିନ୍ତିତ ହେଲି;ମୁଁ ଯେମିତି ମୋହର ସମସ୍ୟା ବିଷୟରେ ଭାବିଲି, ମୁଁ ଅଧିକ ଚିନ୍ତିତ ହେଲି;ତେବେ ମୁଁ ଆପଣା ଜିହ୍ୱାରେ କଥା କହିଲି;4“ହେ ସଦାପ୍ରଭୋ, ମୋହର ଅନ୍ତିମକାଳଓ ମୋʼ ଦିନର ପରିମାଣ କଅଣ, ମୋତେ ଜଣାଅ;ମୁଁ କିପରି କ୍ଷଣକାଳସ୍ଥାୟୀ, ଏହା ଜାଣିବାକୁ ଦିଅ।5ଦେଖ, ତୁମ୍ଭେ ମୋହର ଦିନ କେତେକ ମୁଷ୍ଟି ପରିମିତ କରିଅଛ;ମୋହର ଆୟୁ ତୁମ୍ଭ ଦୃଷ୍ଟିରେ ଅବସ୍ତୁ ତୁଲ୍ୟ;ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଆପଣା ସର୍ବୋତ୍ତମ ଅବସ୍ଥାରେହିଁ ନିତାନ୍ତ ଅସାର। [ସେଲା]6ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଛାୟା ତୁଲ୍ୟ ଗମନାଗମନ କରେ;ନିଶ୍ଚୟ ସେମାନେ ଅସାରରେ ବ୍ୟସ୍ତ;ସେ ଧନ ଗଦା କରେ, ଆଉ କିଏ ତାହା ସଂଗ୍ରହ କରିବ, ଜାଣେ ନାହିଁ।7ହେ ପ୍ରଭୋ, ଏବେ ମୁଁ କାହିଁର ଅପେକ୍ଷା କରିବି?ମୋହର ପ୍ରତ୍ୟାଶା ତୁମ୍ଭଠାରେ ଅଛି।8ମୋହର ସକଳ ଅଧର୍ମରୁ ମୋତେ ଉଦ୍ଧାର କର;ମୋତେ ମୂର୍ଖ ଲୋକର ନିନ୍ଦାପାତ୍ର କର ନାହିଁ।9ମୁଁ ଘୁଙ୍ଗା ହୋଇଥିଲି, ମୁଁ ଆପଣା ମୁଖ ଫିଟାଇଲି ନାହିଁ;କାରଣ ତୁମ୍ଭେ ତାହା କଲ।10ମୋʼ ଠାରୁ ତୁମ୍ଭ ଆଘାତ ଦୂର କର;ତୁମ୍ଭ କରାଘାତରେ ମୁଁ କ୍ଷୀଣ ହେଲି।11ତୁମ୍ଭେ ମନୁଷ୍ୟକୁ ଅପରାଧ ସକାଶୁ ଅନୁଯୋଗ ଦ୍ୱାରାଶାସ୍ତି ଦେଲା ବେଳେ କୀଟ ପରି ତାହାର ସୌନ୍ଦର୍ଯ୍ୟ ବିନାଶ କରିଥାଅ;ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଅସାର। [ସେଲା]12ହେ ସଦାପ୍ରଭୋ, ମୋହର ପ୍ରାର୍ଥନା ଶୁଣ ଓ ମୋʼଆର୍ତ୍ତସ୍ୱରରେ କର୍ଣ୍ଣ ଦିଅ;ମୋʼ ଅଶ୍ରୁପାତରେ ନୀରବ ହୁଅ ନାହିଁ;କାରଣ ମୁଁ ତୁମ୍ଭ ନିକଟରେ ବିଦେଶୀ,ମୋହର ସମସ୍ତ ପୂର୍ବପୁରୁଷଗଣଙ୍କ ତୁଲ୍ୟ ପ୍ରବାସୀ।13ମୁଁ ଏଠାରୁ ପ୍ରସ୍ଥାନ କରିବାର ଓ ଆଉ ନ ଥିବାର ପୂର୍ବେ ଯେପରି ପ୍ରଫୁଲ୍ଲ ହେବି,ଏଥିପାଇଁ ମୋʼ ଠାରୁ ଦୃଷ୍ଟି ଫେରାଅ।”