ଗୀତସଂହିତା4ory_irv
ସାହାଯ୍ୟାର୍ଥେ ସନ୍ଧ୍ୟାକାଳୀନ ପ୍ରାର୍ଥନା
ତାରଯୁକ୍ତ ଯନ୍ତ୍ରରେ ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।
1ହେ ମୋହର ଧର୍ମସ୍ୱରୂପ ପରମେଶ୍ୱର, ମୁଁ ଡାକିଲେ ମୋତେ ଉତ୍ତର ଦିଅ;ସଙ୍କଟରେ ଥିବା ସମୟରେ ତୁମ୍ଭେ ମୋତେ ପ୍ରଶସ୍ତ ସ୍ଥାନ ଦେଇଅଛ;ମୋତେ ଦୟା କର ଓ ମୋହର ପ୍ରାର୍ଥନା ଶୁଣ।2ହେ ମନୁଷ୍ୟ-ସନ୍ତାନଗଣ, କେତେ କାଳ ମୋହର ଗୌରବ ଅପମାନରେ ପରିଣତ ହେବ?କେତେ କାଳ ତୁମ୍ଭେମାନେ ଅସାରତାକୁ ସ୍ନେହ କରିବ ଓ ମିଥ୍ୟାର ଅନ୍ୱେଷଣ କରିବ? [ସେଲା]3ମାତ୍ର ସଦାପ୍ରଭୁ ଆପଣା ପାଇଁ ସଦ୍ଭକ୍ତ ଲୋକକୁ ପୃଥକ କରି ରଖିଅଛନ୍ତି, ଏହା ଜ୍ଞାତ ହୁଅ;ମୁଁ ସଦାପ୍ରଭୁଙ୍କୁ ଡାକିଲେ, ସେ ଶୁଣିବେ।4ଭୀତ ହୁଅ ଓ ପାପ କର ନାହିଁ;ତୁମ୍ଭେମାନେ ଶଯ୍ୟା ଉପରେ ମନେ ମନେ କଥା କହି ନୀରବ ହୁଅ। [ସେଲା]5ଧର୍ମବଳି ଉତ୍ସର୍ଗ କରଓ ସଦାପ୍ରଭୁଙ୍କଠାରେ ବିଶ୍ୱାସ କର।6ଅନେକେ କହନ୍ତି, “କିଏ ଆମ୍ଭମାନଙ୍କୁ ମଙ୍ଗଳ ଦେଖାଇବ?”ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରତି ଆପଣା ମୁଖର ତେଜ ପ୍ରକାଶ କର।7ତୁମ୍ଭେ ମୋʼ ଅନ୍ତଃକରଣରେ ଆନନ୍ଦ ଦେଇଅଛ,ତାହା ସେମାନଙ୍କ ଶସ୍ୟ ଓ ଦ୍ରାକ୍ଷାରସ ବୃଦ୍ଧିକାଳର ଆନନ୍ଦ ଅପେକ୍ଷା ଅଧିକ।8ମୁଁ ଶାନ୍ତିରେ ଶୟନ କରିବି ଓ ନିଦ୍ରା ଯିବି; କାରଣହେ ସଦାପ୍ରଭୋ, କେବଳ ତୁମ୍ଭେ ମୋତେ ନିରାପଦରେ ବାସ କରାଉଅଛ।