ଗୀତସଂହିତା40ory_irv
ସ୍ତୁତିଗାନ
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।
1ମୁଁ ଧୈର୍ଯ୍ୟ ଧରି ସଦାପ୍ରଭୁଙ୍କର ଅପେକ୍ଷା କଲି;ପୁଣି, ସେ ମନୋଯୋଗ କରି ମୋହର କାକୂକ୍ତି ଶୁଣିଲେ।2ମଧ୍ୟ ସେ ମୋତେ ଭୟଙ୍କର ଗର୍ତ୍ତରୁ ଓ ଦହଲାକାଦୁଅରୁ ଉଠାଇ ଆଣିଲେଓ ଶୈଳ ଉପରେ ମୋହର ଚରଣ ରଖିଲେ ଓ ମୋହରପାଦଗତି ଦୃଢ଼ କଲେ।3ପୁଣି, ସେ ମୋʼ ମୁଖରେ ଆମ୍ଭମାନଙ୍କ ପରମେଶ୍ୱରଙ୍କପ୍ରଶଂସାର ଏକ ନୂତନ ଗୀତ ଦେଇଅଛନ୍ତି;ଅନେକେ ଏହା ଦେଖିବେ ଓ ଭୟ କରିବେ, ପୁଣି,ସଦାପ୍ରଭୁଙ୍କଠାରେ ବିଶ୍ୱାସ କରିବେ।4ଯେଉଁ ଜନ ସଦାପ୍ରଭୁଙ୍କୁ ଆପଣାର ବିଶ୍ୱାସଭୂମି କରେ,ପୁଣି, ଅହଙ୍କାରୀକୁ ଓ ମିଥ୍ୟା ପ୍ରତି ଭ୍ରାନ୍ତ ଲୋକଙ୍କୁ ଆଦରକରେ ନାହିଁ, ସେ ଧନ୍ୟ।5ହେ ସଦାପ୍ରଭୋ, ମୋʼ ପରମେଶ୍ୱର, ତୁମ୍ଭର କୃତଆଶ୍ଚର୍ଯ୍ୟକର୍ମ ଓ ଆମ୍ଭମାନଙ୍କ ପକ୍ଷରେ ତୁମ୍ଭର ସଂକଳ୍ପଅନେକ; ତାହାସବୁ ତୁମ୍ଭ ସାକ୍ଷାତରେ ସଜାଯାଇ ନ ପାରେ;ମୁଁ ସେହି ସବୁ ବିଷୟ ବର୍ଣ୍ଣନା କରି କହନ୍ତି, ମାତ୍ର ତାହାସବୁଗଣନା କରାଯାଇ ନ ପାରେ।6ବଳିଦାନ ଓ ନୈବେଦ୍ୟରେ ତୁମ୍ଭର ସନ୍ତୋଷ ନାହିଁ;ତୁମ୍ଭେ ମୋହର କର୍ଣ୍ଣ ମୁକ୍ତ କରିଅଛ;ତୁମ୍ଭେ ହୋମବଳି ଓ ପାପାର୍ଥକ ବଳି ଚାହିଁ ନାହଁ।7ତେବେ ମୁଁ କହିଲି, “ଦେଖ, ମୁଁ ଉପସ୍ଥିତ;ଶାସ୍ତ୍ରରେ ମୋହର ବିଷୟ ଲିଖିତ ଅଛି।8ହେ ମୋହର ପରମେଶ୍ୱର, ତୁମ୍ଭର ଇଚ୍ଛା ସାଧନକରିବାକୁ ମୋହର ସନ୍ତୋଷ;ତୁମ୍ଭ ବ୍ୟବସ୍ଥା ମୋʼ ହୃଦୟରେ ଅଛି।”9ମୁଁ ମହାସମାଜରେ ଧର୍ମ ପ୍ରଚାର କରିଅଛି;ଦେଖ, ମୁଁ ଆପଣା ଓଷ୍ଠାଧର ରୁଦ୍ଧ କରିବି ନାହିଁ, ହେସଦାପ୍ରଭୋ, ତୁମ୍ଭେ ଜାଣୁଅଛ।10ମୁଁ ତୁମ୍ଭ ଧାର୍ମିକତା ଆପଣା ହୃଦୟରେ ଗୋପନ କରି ନାହିଁ;ମୁଁ ତୁମ୍ଭର ବିଶ୍ୱସ୍ତତା ଓ ତୁମ୍ଭର ପରିତ୍ରାଣ ପ୍ରଚାର କରିଅଛି;ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ମହାସମାଜଠାରୁ ଗୁପ୍ତ ରଖି ନାହିଁ।11ହେ ସଦାପ୍ରଭୋ, ତୁମ୍ଭେ ମୋʼ ଠାରୁ ଆପଣା ଦୟାରୁଦ୍ଧ କର ନାହିଁ;ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ମୋତେନିରନ୍ତର ରକ୍ଷା କରୁ।12କାରଣ ଅସଂଖ୍ୟ ବିପଦ ମୋତେ ଘେରିଅଛି,ମୋହର ଅଧର୍ମସବୁ ମୋତେ ଗୋଡ଼ାଇ ଧରିଅଛି,ଏହେତୁ ମୁଁ ଉପରକୁ ଅନାଇ ପାରୁ ନାହିଁ;ତାହାସବୁ ମୋʼ ମସ୍ତକର କେଶରୁ ଅଧିକଓ ମୋହର ହୃଦୟ ମୋତେ ପରିତ୍ୟାଗ କରିଅଛି।13ହେ ସଦାପ୍ରଭୋ, ଅନୁଗ୍ରହ କରି ମୋତେ ଉଦ୍ଧାର କର;ହେ ସଦାପ୍ରଭୋ, ମୋହର ସାହାଯ୍ୟ ପାଇଁ ସତ୍ୱର ହୁଅ।14ମୋʼ ପ୍ରାଣନାଶର ଅନ୍ୱେଷଣକାରୀ ଲୋକମାନେଏକତ୍ର ଲଜ୍ଜିତ ଓ ହତାଶ ହେଉନ୍ତୁ;ମୋʼ କ୍ଷତିରେ ସନ୍ତୁଷ୍ଟ ଲୋକମାନେପଛକୁ ଫେରାଯାଇ ଅପମାନିତ ହେଉନ୍ତୁ।15ଯେଉଁମାନେ ମୋତେ “ହଁ ହଁ” ବୋଲି କହନ୍ତି, ସେମାନେଆପଣା ଲଜ୍ଜା ସକାଶୁ ବିସ୍ମିତ ହେଉନ୍ତୁ।16ଯେଉଁମାନେ ତୁମ୍ଭର ଅନ୍ୱେଷଣ କରନ୍ତି, ସେହି ସମସ୍ତେ ତୁମ୍ଭଠାରେ ଉଲ୍ଲସିତ ଓ ଆନନ୍ଦିତ ହେଉନ୍ତୁ;ଯେଉଁମାନେ ତୁମ୍ଭ ପରିତ୍ରାଣକୁ ସ୍ନେହ କରନ୍ତି, ସେମାନେ ନିରନ୍ତର କହନ୍ତୁ,“ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ।”17ମାତ୍ର ମୁଁ ଦରିଦ୍ର ଓ ଦୀନହୀନ;ତଥାପି ପ୍ରଭୁ ମୋʼ ବିଷୟ ଚିନ୍ତା କରନ୍ତି;ତୁମ୍ଭେ ମୋହର ସହାୟ ଓ ଉଦ୍ଧାରକର୍ତ୍ତା ଅଟ;ହେ ମୋହର ପରମେଶ୍ୱର, ବିଳମ୍ବ କର ନାହିଁ।