ଗୀତସଂହିତା41ory_irv
ପୀଡ଼ିତର ପ୍ରାର୍ଥନା
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।
1ଯେଉଁ ଜନ ଦୀନହୀନଙ୍କୁ ତତ୍ତ୍ୱାବଧାନ କରେ, ସେ ଧନ୍ୟ;ସଦାପ୍ରଭୁ ଦୁର୍ଦ୍ଦଶା ଦିନରେ ତାହାକୁ ଉଦ୍ଧାର କରିବେ।2ସଦାପ୍ରଭୁ ତାହାକୁ ରକ୍ଷା କରି ଜୀବିତ ରଖିବେ ଓ ସେପୃଥିବୀରେ ଆଶୀର୍ବାଦ ପ୍ରାପ୍ତ ହେବ;ପୁଣି, ସଦାପ୍ରଭୁ ତାହାକୁ ତାହାର ଶତ୍ରୁଗଣର ଇଚ୍ଛାରେସମର୍ପଣ କରିବେ ନାହିଁ।3ସେ ବ୍ୟାଧିଶଯ୍ୟାଗତ ହେଲେ, ସଦାପ୍ରଭୁ ତାହାକୁ ଧରି ରଖିବେ;ତୁମ୍ଭେ ପୀଡ଼ା ସମୟରେ ତାହାର ସମସ୍ତ ଶଯ୍ୟା ପରିବର୍ତ୍ତନ କର।4ମୁଁ କହିଲି, “ହେ ସଦାପ୍ରଭୋ, ମୋʼ ପ୍ରତି ଦୟା କର;ମୋʼ ପ୍ରାଣକୁ ସୁସ୍ଥ କର; କାରଣ ମୁଁ ତୁମ୍ଭ ବିରୁଦ୍ଧରେ ପାପ କରିଅଛି।”5ମୋହର ଶତ୍ରୁଗଣ ମୋʼ ବିରୁଦ୍ଧରେ ହିଂସାର କଥା କହି ବୁଲନ୍ତି,“ସେ କେବେ ମରିବ ଓ ତାହାର ନାମ ଲୁପ୍ତ ହେବ?”6ପୁଣି ସେ ଯଦି ମୋତେ ଦେଖିବାକୁ ଆସେ, ସେ କହେ;ତାହାର ହୃଦୟ ଆପଣା ପାଇଁ ଅଧର୍ମ ସଞ୍ଚୟ କରେ;ସେ ବାହାରେ ଯାଇ ତାହା କହି ବୁଲେ।7ମୋହର ଘୃଣାକାରୀ ସମସ୍ତେ ଏକତ୍ର ମୋʼ ବିରୁଦ୍ଧରେ ଫୁସ୍ ଫୁସ୍ କରନ୍ତି;ସେମାନେ ମୋʼ ବିପକ୍ଷରେ ଅନିଷ୍ଟ କଳ୍ପନା କରନ୍ତି।8ସେମାନେ କହନ୍ତି, କୌଣସି ମନ୍ଦ ବ୍ୟାଧି ତାହାଠାରେ ଲାଗି ରହିଅଛି;ଏବେ ସେ ପଡ଼ିଅଛି, ଆଉ ଉଠିବ ନାହିଁ।9ହଁ, ମୋହର ନିଜ ସୁହୃଦ, ଯାହାକୁ ମୁଁ ବିଶ୍ୱାସ କଲି,ଯେ ମୋହର ରୁଟି ଖାଇଲା,ସେ ଆମ୍ଭ ବିରୁଦ୍ଧରେ ଆପଣା ଗୋଇଠି ଉଠାଇଅଛି।10ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ମୋʼ ପ୍ରତି ଦୟା କରି ମୋତେ ଉଠାଅ,ତହିଁରେ ମୁଁ ସେମାନଙ୍କୁ ପ୍ରତିଫଳ ଦେବି।11ମୋହର ଶତ୍ରୁ ମୋʼ ଉପରେ ଜୟଧ୍ୱନି କରୁ ନାହିଁ,ଏଥିସକାଶୁ ମୁଁ ଜାଣେ ଯେ, ତୁମ୍ଭେ ମୋʼ ଠାରେ ସନ୍ତୁଷ୍ଟ ଅଛ।12ତୁମ୍ଭେ ମୋʼ ସରଳତାରେ ମୋତେ ଧରି ରଖୁଅଛ।13ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅନାଦିକାଳରୁଅନନ୍ତକାଳ ଧନ୍ୟ ହେଉନ୍ତୁ।ଆମେନ୍, ଆମେନ୍।