ଗୀତସଂହିତା42ory_irv

ନିର୍ବାସିତର ପ୍ରାର୍ଥନା (୧)

ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ମସ୍କୀଲ୍‍ (ପ୍ରବୋଧନ)।

1ହରିଣୀ ଯେପରି ଜଳସ୍ରୋତ ପାଇଁ ଧକାଏ,ସେହିପରି ହେ ପରମେଶ୍ୱର, ମୋʼ ପ୍ରାଣ ତୁମ୍ଭ ପାଇଁ ଧକାଏ।2ପରମେଶ୍ୱରଙ୍କ ନିମନ୍ତେ, ଜୀବିତ ପରମେଶ୍ୱରଙ୍କ ନିମନ୍ତେ ମୋʼ ପ୍ରାଣ ତୃଷିତ;ମୁଁ କେବେ ଆସି ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେବି?3ମୋହର ଲୋତକ ଦିବାରାତ୍ର ମୋହର ଭକ୍ଷ୍ୟ ହୋଇଅଛି,କାରଣ ଲୋକମାନେ ନିତ୍ୟ ମୋତେ କହନ୍ତି, “ତୁମ୍ଭର ପରମେଶ୍ୱର କାହାନ୍ତି?”4ମୁଁ କିପରି ଲୋକସମୂହ ସହିତ ଯାତ୍ରା କଲି,ପୁଣି, ଆନନ୍ଦ ଓ ପ୍ରଶଂସାଧ୍ୱନି ସହିତ ପର୍ବପାଳନକାରୀ ଜନତାକୁ ପରମେଶ୍ୱରଙ୍କ ଗୃହକୁ ଘେନିଗଲି,ଏହି କଥାସବୁ ସ୍ମରଣ କରି ମୁଁ ଆପଣା ପ୍ରାଣ ଆପଣା ଅନ୍ତରରେ ଢାଳି ଦେଉଅଛି।5ହେ ମୋହର ପ୍ରାଣ, ତୁ କାହିଁକି ଶୋକାକୁଳ ହେଉଅଛୁ?ତୁ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛୁ?ପରମେଶ୍ୱରଙ୍କଠାରେ ଭରସା ରଖ;କାରଣ ମୁଁ ତାହାଙ୍କ ପ୍ରସନ୍ନତାର ସାହାଯ୍ୟ ସକାଶୁ ପୁନର୍ବାରତାହାଙ୍କର ପ୍ରଶଂସା କରିବି।6ହେ ମୋହର ପରମେଶ୍ୱର, ମୋହର ପ୍ରାଣ ମୋʼଅନ୍ତରରେ ଶୋକାକୁଳ ହେଉଅଛି;ଏଥିପାଇଁ ମୁଁ ଯର୍ଦ୍ଦନ ଦେଶରୁ, ପୁଣି, ହର୍ମୋଣଓ ମିତ୍‍ସୀୟର ପର୍ବତରୁ ତୁମ୍ଭକୁ ସ୍ମରଣ କରୁଅଛି।7ତୁମ୍ଭ ନିର୍ଝର ସମୂହର ଶବ୍ଦରେ ଏକ ଗଭୀର ଅନ୍ୟ ଗଭୀରକୁ ଡାକଇ,ତୁମ୍ଭର ଢେଉ ଓ ତରଙ୍ଗସବୁ ମୋʼ ଉପରେ ଯାଇଅଛି।8ତଥାପି ସଦାପ୍ରଭୁ ଦିନ ବେଳେ ଆପଣା ସ୍ନେହପୂର୍ଣ୍ଣ କରୁଣା ଆଜ୍ଞା କରିବେ,ପୁଣି, ରାତ୍ରିକାଳେ ତାହାଙ୍କ ଗୁଣଗାନ ଓ ଆମ୍ଭଜୀବନଦାତା ପରମେଶ୍ୱରଙ୍କ ପ୍ରତି ପ୍ରାର୍ଥନା ମୋହର ସଙ୍ଗୀ ହେବ।9ମୁଁ ଆପଣା ଶୈଳ ସ୍ୱରୂପ ପରମେଶ୍ୱରଙ୍କୁ କହିବି,“ତୁମ୍ଭେ କାହିଁକି ମୋତେ ପାସୋରିଅଛ?ମୁଁ କାହିଁକି ଶତ୍ରୁର ଦୌରାତ୍ମ୍ୟ ହେତୁ ଶୋକ କରି ବୁଲୁଅଛି?”10ମୋʼ ଅସ୍ଥିରେ ଖଡ୍ଗ ପରି ମୋʼ ବିପକ୍ଷଗଣ ମୋତେ ତିରସ୍କାର କରନ୍ତି;କାରଣ ସେମାନେ ନିତ୍ୟ ମୋତେ କହନ୍ତି, ତୁମ୍ଭର ପରମେଶ୍ୱର କାହାନ୍ତି?11ହେ ମୋହର ପ୍ରାଣ, ତୁମ୍ଭେ କାହିଁକି ଶୋକାକୁଳ ହେଉଅଛ?ପୁଣି, ତୁମ୍ଭେ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛ?ତୁମ୍ଭେ ପରମେଶ୍ୱରଙ୍କଠାରେ ଭରସା ରଖ;କାରଣ ମୁଁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି,ସେ ମୋʼ ମୁଖର ପ୍ରସନ୍ନତା ଓ ମୋହର ପରମେଶ୍ୱର ଅଟନ୍ତି।