ଗୀତସଂହିତା46ory_irv

ସହବର୍ତ୍ତୀ ପରମେଶ୍ୱର

ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ଗୀତ; ଅଲ୍‍ମୋତ୍‍ ସ୍ୱରର ଗୀତ।

1ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଓ ବଳ,ଦୁର୍ଦ୍ଦଶାକାଳରେ ଅତି ନିକଟବର୍ତ୍ତୀ ସହାୟ।2ଏଥିପାଇଁ ପୃଥିବୀ ପରିବର୍ତ୍ତିତ ହେଲେ ହେଁ ଓ ପର୍ବତଗଣସମୁଦ୍ର ମଧ୍ୟରେ ବିଚଳିତ ହେଲେ ହେଁ;3ତହିଁର ଜଳରାଶି ଗର୍ଜ୍ଜନ କରି ପ୍ରବଳ ହେଲେ ହେଁ,ତହିଁର ପ୍ଲାବନରେ ପର୍ବତଗଣ କମ୍ପିତ ହେଲେ ହେଁଆମ୍ଭେମାନେ ଭୟ କରିବା ନାହିଁ। [ସେଲା]4ନଦୀ ଗୋଟିଏ ଅଛି, ତହିଁର ସ୍ରୋତସମୂହପରମେଶ୍ୱରଙ୍କ ନଗରକୁ,ସର୍ବୋପରିସ୍ଥଙ୍କ ଆବାସର ପବିତ୍ର ସ୍ଥାନକୁ ଆନନ୍ଦିତ କରେ।5ପରମେଶ୍ୱର ସେହି ନଗରର ମଧ୍ୟବର୍ତ୍ତୀ; ତାହା ବିଚଳିତ ହେବ ନାହିଁ।ପରମେଶ୍ୱର ଅତି ପ୍ରଭାତରେ ତାହାର ସାହାଯ୍ୟ କରିବେ।6ଗୋଷ୍ଠୀସବୁ ଗର୍ଜ୍ଜନ କଲେ, ରାଜ୍ୟସବୁ ବିଚଳିତ ହେଲେ;ସେ ଆପଣା ରବ ଉଚ୍ଚାରଣ କଲେ, ପୃଥିବୀ ତରଳି ଗଲା।7ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ,ଯାକୁବର ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି।8ଆସ, ସଦାପ୍ରଭୁଙ୍କର କାର୍ଯ୍ୟସବୁ ଦେଖ,ସେ ପୃଥିବୀରେ କି ପ୍ରକାର ଉଜାଡ଼ କରିଅଛନ୍ତି!9ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଯୁଦ୍ଧ ନିବୃତ୍ତ କରନ୍ତି;ସେ ଧନୁ ଭାଙ୍ଗି ପକାନ୍ତି ଓ ବର୍ଚ୍ଛା କାଟି ଖଣ୍ଡ ଖଣ୍ଡ କରନ୍ତି;ସେ ରଥ ସବୁ ଅଗ୍ନିରେ ପୋଡ଼ି ପକାନ୍ତି।10“କ୍ଷାନ୍ତ ହୁଅ, ଆମ୍ଭେ ପରମେଶ୍ୱର ଅଟୁ, ଏହା ଜାଣ;ଆମ୍ଭେ ଦେଶୀୟମାନଙ୍କ ମଧ୍ୟରେ ଉନ୍ନତ ହେବୁ,ଆମ୍ଭେ ପୃଥିବୀରେ ଉନ୍ନତ ହେବୁ।”11ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ;ଯାକୁବର ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି। [ସେଲା]