ଗୀତସଂହିତା48ory_irv
ସଦାପ୍ରଭୁଙ୍କ ନଗରୀ ସିୟୋନ
ଗୀତ: କୋରହ-ସନ୍ତାନମାନଙ୍କର ଗୀତ।
1ଆମ୍ଭମାନଙ୍କ ପରମେଶ୍ୱରଙ୍କ ନଗରରେ,ତାହାଙ୍କ ପବିତ୍ର ପର୍ବତରେ ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ।2ଉତ୍ତର ଦିଗସ୍ଥ ସିୟୋନ ପର୍ବତ ଉଚ୍ଚତାରେ ମନୋହର,ସମଗ୍ର ପୃଥିବୀର ଆନନ୍ଦଜନକ, ମହାରାଜଙ୍କର ନଗର।3ତହିଁର ଅଟ୍ଟାଳିକାସମୂହ ମଧ୍ୟରେ ପରମେଶ୍ୱର ଆଶ୍ରୟସ୍ୱରୂପ ବୋଲି ଆପଣାର ପରିଚୟ ଦେଇଅଛନ୍ତି।4କାରଣ ଦେଖ, ରାଜାଗଣ ସଭାସ୍ଥ ହେଲେ, ସେମାନେଏକ ସଙ୍ଗେ ଗମନ କଲେ।5ସେମାନେ ତାହା ଦେଖି ଚମତ୍କୃତ ହେଲେ;ସେମାନେ ଉଦ୍ବିଗ୍ନ ହୋଇ ଶୀଘ୍ର ପଳାଇଲେ;6ସେଠାରେ ସେମାନେ କମ୍ପରେ ଓ ପ୍ରସବକାରିଣୀ ସ୍ତ୍ରୀରବେଦନା ତୁଲ୍ୟ ବେଦନାରେ ଆକ୍ରାନ୍ତ ହେଲେ।7ତୁମ୍ଭେ ପୂର୍ବୀୟ ବାୟୁ ଦ୍ୱାରାତର୍ଶୀଶ ନଗରର ଜାହାଜସବୁ ଭାଙ୍ଗିଥାଅ।8ଯେପରି ଆମ୍ଭେମାନେ ଶୁଣିଅଛୁ, ସେପରିସୈନ୍ୟାଧିପତି ସଦାପ୍ରଭୁଙ୍କ ନଗରରେ, ଆମ୍ଭମାନଙ୍କପରମେଶ୍ୱରଙ୍କ ନଗରରେ ଦେଖିଅଛୁ;ପରମେଶ୍ୱର ଅନନ୍ତକାଳ ତାହା ସୁସ୍ଥିର କରିବେ। [ସେଲା]9ହେ ପରମେଶ୍ୱର, ଆମ୍ଭେମାନେ ତୁମ୍ଭ ମନ୍ଦିର ମଧ୍ୟରେତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ବିଷୟ ଧ୍ୟାନ କରିଅଛୁ।10ହେ ପରମେଶ୍ୱର, ଯେପରି ତୁମ୍ଭର ନାମ, ସେହିପରିତୁମ୍ଭର ପ୍ରଶଂସା, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଅଟେ;ତୁମ୍ଭର ଦକ୍ଷିଣ ହସ୍ତ ଧର୍ମରେ ପରିପୂର୍ଣ୍ଣ।11ତୁମ୍ଭର ସକଳ ଶାସନ ସକାଶୁ ସିୟୋନ ପର୍ବତ ଆନନ୍ଦିତ ହେଉ,ଯିହୁଦାର କନ୍ୟାଗଣ ଉଲ୍ଲାସିତ ହେଉନ୍ତୁ।12ସିୟୋନକୁ ପ୍ରଦକ୍ଷିଣ କର ଓ ତାହାର ଚତୁର୍ଦ୍ଦିଗରେ ଭ୍ରମଣ କର;ତହିଁର ଦୁର୍ଗସବୁ ଗଣନା କର।13ଯେପରି ତୁମ୍ଭେମାନେ ଭବିଷ୍ୟତ ବଂଶକୁ ଜଣାଇପାରିବ, ଏଥିପାଇଁ ତହିଁର ଦୃଢ଼ ପ୍ରାଚୀରମାନ ନିରୀକ୍ଷଣକର, ତହିଁର ଅଟ୍ଟାଳିକାସବୁ ବିବେଚନା କର।14କାରଣ ଏହି ପରମେଶ୍ୱର ଅନନ୍ତକାଳ ଆମ୍ଭମାନଙ୍କରପରମେଶ୍ୱର ଅଟନ୍ତି;ସେ ଆମ୍ଭମାନଙ୍କର ମରଣ ପର୍ଯ୍ୟନ୍ତ ଆମ୍ଭମାନଙ୍କର ପଥଦର୍ଶକ ହେବେ।