ଗୀତସଂହିତା49ory_irv
ଧନ ଉପରେ ଆସ୍ଥା ମୂର୍ଖତା
ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ଗୀତ।
1ହେ ଗୋଷ୍ଠୀସକଳ, ଏହା ଶୁଣ, ହେ ଜଗନ୍ନିବାସୀଗଣ,2ନୀଚ ଓ ଉଚ୍ଚ,ଧନୀ ଓ ଦରିଦ୍ର ସମସ୍ତେ, ଏକତ୍ର କର୍ଣ୍ଣପାତ କର।3ମୋହର ମୁଖ ଜ୍ଞାନର କଥା କହିବ ଓ ମୋʼଅନ୍ତଃକରଣର ଧ୍ୟାନ ବୁଦ୍ଧି ବିଷୟକ ହେବ।4ମୁଁ ଦୃଷ୍ଟାନ୍ତରେ କର୍ଣ୍ଣପାତ କରିବି;ମୁଁ ବୀଣା ଯନ୍ତ୍ରରେ ଆପଣା ଗୁପ୍ତ ବିଷୟ ବ୍ୟାଖ୍ୟା କରିବି।5ଯେତେବେଳେ ଅଧର୍ମ ମୋʼ ଗୋଇଠି ପାଖରେ ମୋତେଘେରେ, ଏପରି ବିପଦ ସମୟରେ କାହିଁକି ଭୟ କରିବି?6ଯେଉଁମାନେ ଆପଣାମାନଙ୍କ ସମ୍ପତ୍ତିରେ ନିର୍ଭରରଖନ୍ତି; ଓ ଆପଣାମାନଙ୍କ ଧନର ବାହୁଲ୍ୟରେ ଦର୍ପ କରନ୍ତି;7ସେମାନଙ୍କ ମଧ୍ୟରୁ କେହି ଆପଣା ଭାଇ ନିତ୍ୟଜୀବୀହେବା ପାଇଁ, କ୍ଷୟ ନ ଦେଖିବା ପାଇଁ କୌଣସିମତେ ତାହାକୁମୁକ୍ତ କରି ନ ପାରେ।8କିଅବା ତାହା ପାଇଁ ପରମେଶ୍ୱରଙ୍କୁ କୌଣସି ପ୍ରାୟଶ୍ଚିତ୍ତଦେଇ ନ ପାରେ;9କାରଣ ସେମାନଙ୍କ ପ୍ରାଣର ମୁକ୍ତି ଦୁର୍ମୂଲ୍ୟଓ ଅନନ୍ତକାଳ ଅସାଧ୍ୟ।10ଯେଣୁ ସେ ଦେଖେ ଯେ, ଜ୍ଞାନୀ ଲୋକମାନେ ମରନ୍ତି,ମୂର୍ଖ ଓ ପଶୁବତ୍ ଲୋକେ ଏକତ୍ର ବିନଷ୍ଟ ହୁଅନ୍ତି,ପୁଣି, ଆପଣାମାନଙ୍କ ସମ୍ପତ୍ତି ଅନ୍ୟମାନଙ୍କ ନିମନ୍ତେ ଛାଡ଼ିଯାʼନ୍ତି।11ସେମାନଙ୍କ କବର ସ୍ଥାନ ଯେ ଚିରକାଳ ଓ ସେମାନଙ୍କ ବାସସ୍ଥାନ ଯେ ପୁରୁଷାନୁକ୍ରମେ ରହିବ,ଏହା ସେମାନଙ୍କର ଆନ୍ତରିକ ବିଚାର;ସେମାନେ ଆପଣା ଆପଣା ନାମାନୁସାରେ ଆପଣା ଆପଣା ଭୂମିର ନାମ ରଖନ୍ତି।12ମାତ୍ର ମନୁଷ୍ୟ ଐଶ୍ୱର୍ଯ୍ୟରେ ସ୍ଥିର ରହେ ନାହିଁ;ସେ ବିନାଶ୍ୟ ପଶୁ ତୁଲ୍ୟ।13ସେମାନଙ୍କର ଏହି ଗତି ସେମାନଙ୍କ ମୂର୍ଖତା ଅଟେ;ତଥାପି ସେମାନଙ୍କ ଉତ୍ତାରେ ଲୋକମାନେ ସେମାନଙ୍କ କଥା ପସନ୍ଦ କରନ୍ତି। [ସେଲା]14ସେମାନେ ମେଷପଲ ତୁଲ୍ୟ ପାତାଳ ପାଇଁ ନିଯୁକ୍ତ;ମୃତ୍ୟୁୁ ସେମାନଙ୍କର ପାଳକ ହେବ;ଆଉ, ସରଳ ଲୋକେ ପ୍ରଭାତରେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ;ଆଉ, ସେମାନଙ୍କ ଶୋଭା ବିନଷ୍ଟ ହେବା ପାଇଁ ପାତାଳରହେବ ଓ ତହିଁ ନିମନ୍ତେ ଆଉ ବାସସ୍ଥାନ ନ ଥିବ।15ମାତ୍ର ପରମେଶ୍ୱର ପାତାଳର ପରାକ୍ରମରୁ ମୋହର ପ୍ରାଣ ମୁକ୍ତ କରିବେ;କାରଣ ସେ ମୋତେ ଗ୍ରହଣ କରିବେ। [ସେଲା]16କେହି ଧନବାନ ହେଲେ ଓ ତାହାର ଗୃହର ଐଶ୍ୱର୍ଯ୍ୟବୃଦ୍ଧି ପାଇଲେ, ତୁମ୍ଭେ ଭୀତ ହୁଅ ନାହିଁ;17କାରଣ ମରଣକାଳରେ ସେ କିଛି ନେଇଯିବ ନାହିଁ;ତାହାର ଐଶ୍ୱର୍ଯ୍ୟ ତାହାର ପଶ୍ଚାଦ୍ଗମନ କରିବ ନାହିଁ।18ଯଦ୍ୟପି ସେ ଜୀବଦ୍ଦଶାରେ ଆପଣା ପ୍ରାଣର ଧନ୍ୟବାଦ କଲା,ଆଉ, ତୁମ୍ଭେ ଆପଣାର ଭଲ କଲେ, ଲୋକେ ତୁମ୍ଭର ପ୍ରଶଂସା କରନ୍ତି;19ତଥାପି ସେ ଆପଣା ପୂର୍ବପୁରୁଷଗଣ ନିକଟକୁ ଯିବ;ସେମାନେ କଦାପି ଦୀପ୍ତି ଦେଖିବେ ନାହିଁ।20ଯେଉଁ ମନୁଷ୍ୟ ଐଶ୍ୱର୍ଯ୍ୟଶାଳୀ ହୋଇ ବିବେଚନା ନ କରେ,ସେ ବିନାଶ୍ୟ ପଶୁ ତୁଲ୍ୟ।