ଗୀତସଂହିତା5ory_irv
ନିରାପତ୍ତା ପାଇଁ ପ୍ରାର୍ଥନା
ପ୍ରଧାନ ବାଦ୍ୟକର ନିମନ୍ତେ ବଂଶୀ ଯନ୍ତ୍ରରେ ଦାଉଦଙ୍କର ଗୀତ।
1ହେ ସଦାପ୍ରଭୋ, ମୋʼ ବାକ୍ୟରେ କର୍ଣ୍ଣ ଦିଅ,ମୋହର କାକୂକ୍ତି ବିବେଚନା କର।2ହେ ମୋହର ରାଜନ୍, ହେ ମୋହର ପରମେଶ୍ୱର, ମୋହର ଆର୍ତ୍ତରବରେ ମନୋଯୋଗ କର,କାରଣ ତୁମ୍ଭ ନିକଟରେ ମୁଁ ପ୍ରାର୍ଥନା କରେ।3ହେ ସଦାପ୍ରଭୋ, ତୁମ୍ଭେ ପ୍ରାତଃକାଳରେ ମୋହର ରବ ଶୁଣିବ;ମୁଁ ପ୍ରାତଃକାଳରେ ତୁମ୍ଭ ନିକଟରେ ଆପଣା ପ୍ରାର୍ଥନା ସଜାଇବି ଓ ଜଗି ରହିବି।4କାରଣ ତୁମ୍ଭେ ଦୁଷ୍ଟତାରେ ସନ୍ତୁଷ୍ଟ ପରମେଶ୍ୱର ନୁହଁ;ମନ୍ଦ ତୁମ୍ଭ ସଙ୍ଗେ ପ୍ରବାସ କରିବ ନାହିଁ।5ଅହଙ୍କାରୀ ତୁମ୍ଭ ସାକ୍ଷାତରେ ଠିଆ ହେବ ନାହିଁ;ତୁମ୍ଭେ ସମସ୍ତ ଅଧର୍ମାଚାରୀଙ୍କୁ ଘୃଣା କରୁଅଛ।6ତୁମ୍ଭେ ମିଥ୍ୟାବାଦୀମାନଙ୍କୁ ବିନାଶ କରିବ;ସଦାପ୍ରଭୁ ହତ୍ୟାକାରୀ ଓ ପ୍ରବଞ୍ଚକ ଲୋକକୁ ଘୃଣା କରନ୍ତି।7ମାତ୍ର ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାର ବାହୁଲ୍ୟରେ, ତୁମ୍ଭ ଗୃହକୁ ଆସିବି;ମୁଁ ତୁମ୍ଭ ଭୟରେ ତୁମ୍ଭ ପବିତ୍ର ମନ୍ଦିର ଆଡ଼େ ପ୍ରଣାମ କରିବି।8ହେ ସଦାପ୍ରଭୋ, ମୋʼ ଶତ୍ରୁଗଣ ସକାଶୁ ତୁମ୍ଭେଆପଣା ଧର୍ମଗୁଣରେ ମୋତେ ପଥ କଢ଼ାଇ ନିଅ;ମୋʼ ସମ୍ମୁଖରେ ତୁମ୍ଭର ପଥ ସରଳ କର।9କାରଣ ସେମାନଙ୍କ ମୁଖରେ କିଛି ବିଶ୍ୱସ୍ତତା ନାହିଁ;ସେମାନଙ୍କ ଅନ୍ତଃକରଣ ଦୁଷ୍ଟତାମୟ;ସେମାନଙ୍କ ଗଳାର ନଳୀ ଅନାବୃତ କବର ସ୍ୱରୂପ;ସେମାନେ ଜିହ୍ୱାରେ ଚାଟୁବାଦ କରନ୍ତି।10ହେ ପରମେଶ୍ୱର, ସେମାନଙ୍କୁ ଦୋଷୀ କର;ସେମାନେ ଆପଣାମାନଙ୍କ ମନ୍ତ୍ରଣା ଦ୍ୱାରା ପତିତ ହେଉନ୍ତୁ;ସେମାନଙ୍କ ଅପରାଧର ବାହୁଲ୍ୟରେ ସେମାନଙ୍କୁ ତଡ଼ି ଦିଅ;କାରଣ ସେମାନେ ତୁମ୍ଭ ପ୍ରତିକୂଳରେ ବିଦ୍ରୋହ କରିଅଛନ୍ତି।11ମାତ୍ର ତୁମ୍ଭର ଶରଣାଗତ ଲୋକ ସମସ୍ତେ ଆନନ୍ଦ କରନ୍ତୁ;ସେମାନେ ଆନନ୍ଦ ସକାଶୁ ସର୍ବଦା ଜୟଧ୍ୱନି କରନ୍ତୁ; କାରଣ ତୁମ୍ଭେ ସେମାନଙ୍କୁ ରକ୍ଷା କରୁଅଛ;ଆହୁରି, ଯେଉଁମାନେ ତୁମ୍ଭ ନାମକୁ ପ୍ରେମ କରନ୍ତି, ସେମାନେ ତୁମ୍ଭଠାରେ ଉଲ୍ଲସିତ ହେଉନ୍ତୁ।12ଯେଣୁ ତୁମ୍ଭେ ଧାର୍ମିକକୁ ଆଶୀର୍ବାଦ କରିବ; ହେ ସଦାପ୍ରଭୋ,ତୁମ୍ଭେ ତାହାକୁ ଢାଲ ପରି ଅନୁଗ୍ରହରେ ବେଷ୍ଟନ କରିବ।