ଗୀତସଂହିତା50ory_irv
ସତ୍ୟ ଉପାସନା
ଆସଫର ଗୀତ।
1ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର କଥା କହିଅଛନ୍ତିଓ ସୂର୍ଯ୍ୟର ଉଦୟ-ସ୍ଥାନଠାରୁ ତହିଁର ଅସ୍ତ-ସ୍ଥାନ ପର୍ଯ୍ୟନ୍ତ ସେ ପୃଥିବୀକୁ ଆହ୍ୱାନ କରିଅଛନ୍ତି।2ସୌନ୍ଦର୍ଯ୍ୟର ସିଦ୍ଧି ସ୍ୱରୂପ ସିୟୋନଠାରୁପରମେଶ୍ୱର ପ୍ରକାଶିତ ହୋଇଅଛନ୍ତି।3ଆମ୍ଭମାନଙ୍କର ପରମେଶ୍ୱର ଆସିବେ ଓ ନୀରବ ରହିବେ ନାହିଁ;ତାହାଙ୍କ ସମ୍ମୁଖରେ ଅଗ୍ନି ଗ୍ରାସ କରିବଓ ତାହାଙ୍କ ଚତୁର୍ଦ୍ଦିଗ ଅତ୍ୟନ୍ତ ଝଡ଼ମୟ ହେବ।4ସେ ଆପଣା ଲୋକଙ୍କୁ ବିଚାର କରିବା ନିମନ୍ତେଉପରିସ୍ଥ ସ୍ୱର୍ଗକୁ ଓ ପୃଥିବୀକୁ ଡାକିବେ;5“ଯେଉଁମାନେ ବଳିଦାନ ଦ୍ୱାରା ଆମ୍ଭ ସଙ୍ଗେ ନିୟମକରିଅଛନ୍ତି, ଆମର ସେହି ସଦ୍ଭକ୍ତଗଣଙ୍କୁ ଆମ୍ଭ ନିକଟରେ ଏକତ୍ର କର।”6ପୁଣି, ସ୍ୱର୍ଗ ତାହାଙ୍କର ଧର୍ମ ପ୍ରକାଶ କରିବ;କାରଣ ପରମେଶ୍ୱର ସ୍ୱୟଂ ବିଚାରକର୍ତ୍ତା। [ସେଲା]7“ହେ ଆମ୍ଭର ଲୋକମାନେ, ଶୁଣ, ଆମ୍ଭେ କଥା କହିବା;ହେ ଇସ୍ରାଏଲ ଶୁଣ, ଆମ୍ଭେ ତୁମ୍ଭ ବିଷୟରେ ସାକ୍ଷ୍ୟ ଦେବା;ଆମ୍ଭେ ହିଁ ପରମେଶ୍ୱର, ତୁମ୍ଭର ପରମେଶ୍ୱର,8ଆମ୍ଭେ ତୁମ୍ଭର ସବୁ ହୋମବଳି ସକାଶୁ ତୁମ୍ଭକୁ ଭର୍ତ୍ସନା କରିବା ନାହିଁ;ଆଉ, ତୁମ୍ଭର ହୋମବଳିସବୁ ନିତ୍ୟ ଆମ୍ଭ ସମ୍ମୁଖରେ ଅଛି।9ଆମ୍ଭେ ତୁମ୍ଭ ଗୃହରୁ କୌଣସି ବୃଷକିମ୍ବା ତୁମ୍ଭ ଖୁଆଡ଼ରୁ ଛାଗର ବଳିଦାନ ନେବା ନାହିଁ।10କାରଣ ବନସ୍ଥ ପ୍ରତ୍ୟେକ ଜନ୍ତୁଓ ସହସ୍ର ସହସ୍ର ପର୍ବତସ୍ଥ ପଶୁ ଆମ୍ଭର।11ଆମ୍ଭେ ପର୍ବତମାନର ସମସ୍ତ ପକ୍ଷୀକୁ ଜାଣୁଓ ବିଲର ପଶୁସବୁ ଆମ୍ଭର।12ଆମ୍ଭେ କ୍ଷୁଧିତ ହେଲେ, ତୁମ୍ଭକୁ ଜଣାଇବା ନାହିଁ;କାରଣ ଜଗତ ଓ ତହିଁର ପୂର୍ଣ୍ଣତା ଆମ୍ଭର।13ଆମ୍ଭେ କʼଣ ବୃଷମାଂସ ଭୋଜନ କରିବା,ଅବା ଛାଗରକ୍ତ ପାନ କରିବା?14ତୁମ୍ଭେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଧନ୍ୟବାଦରୂପ ବଳି ଉତ୍ସର୍ଗ କରଓ ସର୍ବୋପରିସ୍ଥଙ୍କ ଉଦ୍ଦେଶ୍ୟରେ ଆପଣା ମାନତ ପୂର୍ଣ୍ଣ କର;15ପୁଣି, ସଙ୍କଟ ଦିନରେ ଆମ୍ଭକୁ ଡାକ;ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା, ଆଉ ତୁମ୍ଭେ ଆମ୍ଭର ମହିମା ପ୍ରକାଶ କରିବ।”16ମାତ୍ର ଦୁଷ୍ଟକୁ ପରମେଶ୍ୱର କହନ୍ତି,“ଆମ୍ଭର ବିଧି ପ୍ରଚାର କରିବାକୁ ଓ ତୁମ୍ଭେ ଯେ ଆମ୍ଭର ନିୟମ ଆପଣା ମୁଖରେ ନେଇଅଛ,ତୁମ୍ଭର କି ଅଧିକାର?17କାରଣ ତୁମ୍ଭେ ଶିକ୍ଷା ଘୃଣା କରୁଅଛଓ ଆମ୍ଭ ବାକ୍ୟ ଆପଣା ପଛେ ପକାଇ ଦେଉଅଛ।18ଚୋରକୁ ଦେଖିଲେ, ତୁମ୍ଭେ ତାହା ସଙ୍ଗେ ସମ୍ମତ ହୋଇଅଛଓ ବ୍ୟଭିଚାରୀମାନଙ୍କର ସହଭାଗୀ ହୋଇଅଛ।19ତୁମ୍ଭେ ମନ୍ଦ ବିଷୟରେ ଆପଣା ମୁଖ ବଢ଼ାଉଅଛଓ ତୁମ୍ଭର ଜିହ୍ୱା ପ୍ରବଞ୍ଚନା କଳ୍ପନା କରେ।20ତୁମ୍ଭେ ଆପଣା ଭାଇ ବିରୁଦ୍ଧରେ ବସି କଥା କହୁଅଛ;ତୁମ୍ଭେ ଆପଣା ମାତୃପୁତ୍ରର ନିନ୍ଦା କରୁଅଛ।21ତୁମ୍ଭେ ଏହିସବୁ କରି ଆସିଅଛ ଓ ଆମ୍ଭେ ନୀରବ ହୋଇ ରହିଅଛୁ;ତହିଁରେ ଆମ୍ଭେ ସର୍ବତୋଭାବେ ତୁମ୍ଭ ପରି ବୋଲି ତୁମ୍ଭେ ଅନୁମାନ କରିଅଛ;ମାତ୍ର ଆମ୍ଭେ ତୁମ୍ଭକୁ ଅନୁଯୋଗ କରିବା ଓ ତାହାସବୁ ତୁମ୍ଭ ସାକ୍ଷାତରେ ସଜାଇ ରଖିବା।”22“ହେ ପରମେଶ୍ୱରଙ୍କୁ ପାସୋରିବା ଲୋକମାନେ, ତୁମ୍ଭେମାନେ ଏହା ବିବେଚନା କର,ନୋହିଲେ ଆମ୍ଭେ ତୁମ୍ଭମାନଙ୍କୁ ବିଦୀର୍ଣ୍ଣ କରିବା,ପୁଣି, ଉଦ୍ଧାର କରିବାକୁ କେହି ନ ଥିବ।23ଯେଉଁ ଜନ ଧନ୍ୟବାଦରୂପ ବଳି ଉତ୍ସର୍ଗ କରେ, ସେ ଆମ୍ଭକୁ ଗୌରବ ଦିଏ;ଯେଉଁ ଜନ ଆପଣା ଗତି ସରଳ କରେ,ତାହାକୁ ଆମ୍ଭେ ପରମେଶ୍ୱରଙ୍କ ପରିତ୍ରାଣ ଦେଖାଇବା।”