ଗୀତସଂହିତା51ory_irv
କ୍ଷମା ପାଇଁ ପ୍ରାର୍ଥନା
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ଦାଉଦ ବତ୍ଶେବାଠାରେ ଗମନ କଲା ଉତ୍ତାରେ ତାଙ୍କ ନିକଟକୁ ନାଥନ ଭବିଷ୍ୟଦ୍ବକ୍ତା ଆସିବା ସମୟରେ ରଚିତ।
1ହେ ପରମେଶ୍ୱର, ଆପଣା ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋʼ ପ୍ରତି ଦୟା କର;ତୁମ୍ଭ କୃପାର ବାହୁଲ୍ୟ ଅନୁସାରେ ମୋହର ଅଧର୍ମ ମାର୍ଜନା କର।2ମୋʼ ଅପରାଧରୁ ମୋତେ ସମ୍ପୂର୍ଣ୍ଣ ପ୍ରକ୍ଷାଳନ କରଓ ମୋʼ ପାପରୁ ମୋତେ ଶୁଚି କର।3କାରଣ ମୁଁ ଆପଣା ଅଧର୍ମ ସ୍ୱୀକାର କରୁଅଛିଓ ମୋʼ ପାପ ସର୍ବଦା ମୋʼ ସମ୍ମୁଖରେ ଅଛି।4ମୁଁ ତୁମ୍ଭ ବିରୁଦ୍ଧରେ, କେବଳ ତୁମ୍ଭ ବିରୁଦ୍ଧରେ ପାପ କରିଅଛି,ଆଉ, ତୁମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ କରିଅଛି;ତେଣୁ ତୁମ୍ଭେ କଥା କହିବା ବେଳେ ଧାର୍ମିକ ଓ ବିଚାରକରିବା ବେଳେ ନିର୍ଦ୍ଦୋଷ ହେବ।5ଦେଖ, ଅପରାଧରେ ମୁଁ ନିର୍ମିତ ହେଲିଓ ପାପରେ ମୋʼ ମାତା ମୋତେ ଗର୍ଭରେ ଧାରଣ କଲା।6ଦେଖ, ତୁମ୍ଭେ ଅନ୍ତରରେ ସତ୍ୟତା ଚାହୁଁଅଛ;ପୁଣି, ତୁମ୍ଭେ ଗୂଢ଼ ସ୍ଥାନରେ ମୋତେ ଜ୍ଞାନ ଶିକ୍ଷା ଦେବ।7ଏସୋବ ଦେଇ ମୋତେ ନିର୍ମଳ କର, ତହିଁରେ ମୁଁ ଶୁଚି ହେବି;ମୋତେ ପ୍ରକ୍ଷାଳନ କର, ତହିଁରେ ମୁଁ ହିମଠାରୁ ଶୁକ୍ଳ ହେବି।8ମୋତେ ଆହ୍ଲାଦ ଓ ଆନନ୍ଦଜନକ ବାକ୍ୟ ଶୁଣାଅ;ତହିଁରେ ତୁମ୍ଭ ଦ୍ୱାରା ଭଗ୍ନ ଅସ୍ଥିସବୁ ପ୍ରଫୁଲ୍ଲ ହେବ।9ମୋʼ ପାପସମୂହ ପ୍ରତି ଆପଣା ମୁଖ ଆଚ୍ଛାଦନ କରଓ ମୋʼ ଅପରାଧସବୁ ମାର୍ଜନା କର।10ହେ ପରମେଶ୍ୱର, ମୋʼ ଅନ୍ତରରେ ଶୁଚି ଅନ୍ତଃକରଣସୃଷ୍ଟି କର ଓ ମୋʼ ମଧ୍ୟରେ ସୁସ୍ଥିର ଆତ୍ମା ନୂତନ କର।11ତୁମ୍ଭ ଛାମୁରୁ ମୋତେ ଦୂର କର ନାହିଁଓ ତୁମ୍ଭ ପବିତ୍ର ଆତ୍ମା ମୋʼ ଠାରୁ ନିଅ ନାହିଁ।12ତୁମ୍ଭ ପରିତ୍ରାଣର ଆନନ୍ଦ ପୁନର୍ବାର ମୋତେ ଦିଅଓ ସ୍ୱଚ୍ଛନ୍ଦ ଆତ୍ମା ଦେଇ ମୋତେ ଧରି ରଖ।13ତହିଁରେ ମୁଁ ଅପରାଧୀମାନଙ୍କୁ ତୁମ୍ଭର ପଥ ଶିଖାଇବିଓ ପାପୀମାନେ ତୁମ୍ଭ ପ୍ରତି ଫେରିବେ।14ହେ ପରମେଶ୍ୱର, ମୋʼ ତ୍ରାଣର ପରମେଶ୍ୱର,ତୁମ୍ଭେ ମୋତେ ରକ୍ତପାତ ଦୋଷରୁ ଉଦ୍ଧାର କର;ତହିଁରେ ମୋହର ଜିହ୍ୱା ତୁମ୍ଭ ଧର୍ମ ବିଷୟ ଉଚ୍ଚସ୍ୱରରେ ଗାନ କରିବ।15ହେ ପ୍ରଭୋ, ମୋʼ ଓଷ୍ଠାଧର ଫିଟାଅ,ତହିଁରେ ମୋʼ ମୁଖ ତୁମ୍ଭର ପ୍ରଶଂସା ପ୍ରକାଶ କରିବ।16କାରଣ ତୁମ୍ଭେ ବଳିଦାନରେ ସନ୍ତୁଷ୍ଟ ନୁହଁ;ହେଲେ ମୁଁ ତାହା ଦିଅନ୍ତି;ହୋମବଳିରେ ତୁମ୍ଭର କିଛି ସନ୍ତୋଷ ନାହିଁ।17ଭଗ୍ନ ଆତ୍ମା ପରମେଶ୍ୱରଙ୍କର ଗ୍ରାହ୍ୟ ବଳି,ହେ ପରମେଶ୍ୱର, ତୁମ୍ଭେ ଭଗ୍ନ ଓ ଚୂର୍ଣ୍ଣ ଅନ୍ତଃକରଣ ତୁଚ୍ଛ କରିବ ନାହିଁ।18ତୁମ୍ଭେ ଆପଣା ଅନୁଗ୍ରହରେ ସିୟୋନର ମଙ୍ଗଳ କର;ତୁମ୍ଭେ ଯିରୂଶାଲମର ପ୍ରାଚୀରସବୁ ନିର୍ମାଣ କର।19ତେବେ ତୁମ୍ଭେ ଧର୍ମବଳି, ହୋମବଳି ଓ ପୂର୍ଣ୍ଣଆହୁତିରେ ସନ୍ତୁଷ୍ଟ ହେବ;ତହୁଁ ଲୋକମାନେ ତୁମ୍ଭ ବେଦି ଉପରେ ବୃଷମାନ ଉତ୍ସର୍ଗ କରିବେ।