ଗୀତସଂହିତା53ory_irv

ମନୁଷ୍ୟର ଦୁଷ୍ଟତା

ପ୍ରଧାନ ବାଦ୍ୟକର ନିମନ୍ତେ ମହଲତ୍‍ ସ୍ୱରରେ ଦାଉଦଙ୍କର ମସ୍କୀଲ୍‍।

1“ପରମେଶ୍ୱର ନାହାନ୍ତି” ବୋଲି ମୂର୍ଖ ଆପଣା ମନେ ମନେ କହିଅଛି।ସେମାନେ ଭ୍ରଷ୍ଟ, ସେମାନେ ଘୃଣାଯୋଗ୍ୟ ଅଧର୍ମ କରିଅଛନ୍ତି,କେହି ସତ୍କର୍ମ କରେ ନାହିଁ।2ବିବେଚକ କେହି ଅଛି କି ନାହିଁ, ପରମେଶ୍ୱରଙ୍କରଅନ୍ୱେଷଣକାରୀ କେହି ଅଛି କି ନାହିଁ, ଏହା ଦେଖିବାପାଇଁ ପରମେଶ୍ୱର ସ୍ୱର୍ଗରୁ ମନୁଷ୍ୟ-ସନ୍ତାନଗଣ ପ୍ରତିନିରୀକ୍ଷଣ କଲେ।3ସେମାନଙ୍କର ପ୍ରତ୍ୟେକେ ବିପଥରେ ଯାଇଅଛନ୍ତି;ସେମାନେ ସମସ୍ତେ ଅଶୁଚି ହୋଇଅଛନ୍ତି;ସେମାନଙ୍କର କେହି ସୁକର୍ମ କରେ ନାହିଁ, ନା, ଜଣେ ହେଁ ନାହିଁ।4ଅଧର୍ମାଚାରୀମାନଙ୍କର କି କିଛି ଜ୍ଞାନ ନାହିଁ?ସେମାନେ ଖାଦ୍ୟ ଗ୍ରାସ କଲା ପରି ମୋʼ ଲୋକମାନଙ୍କୁ ଗ୍ରାସ କରନ୍ତି,ପୁଣି, ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରନ୍ତି ନାହିଁ।5ଭୟ ନ ଥିବା ସ୍ଥାନରେ ସେମାନେ ବଡ଼ ଭୟ ପାଇଥିଲେ;କାରଣ ପରମେଶ୍ୱର ତୁମ୍ଭ ବିରୁଦ୍ଧରେ ଅଧର୍ମାଚାରୀରଅସ୍ଥିସବୁ ଛିନ୍ନଭିନ୍ନ କରି ପକାଇଅଛନ୍ତି;ପରମେଶ୍ୱର ସେମାନଙ୍କୁ ଅଗ୍ରାହ୍ୟ କରିବାରୁ ତୁମ୍ଭେସେମାନଙ୍କୁ ଲଜ୍ଜା ଦେଇଅଛ।6ଆଃ, ଯଦି ସିୟୋନଠାରୁ ଇସ୍ରାଏଲର ପରିତ୍ରାଣ ଉପସ୍ଥିତ ହୁଅନ୍ତା!ଯେତେବେଳେ ପରମେଶ୍ୱର ଆପଣା ଲୋକମାନଙ୍କୁବନ୍ଦୀତ୍ୱରୁ ଫେରାଇ ଆଣିବେ,ସେତେବେଳେ ଯାକୁବ ଉଲ୍ଲସିତ ଓ ଇସ୍ରାଏଲ ଆନନ୍ଦିତ ହେବେ।