ଗୀତସଂହିତା61ory_irv
ସୁରକ୍ଷା ପାଇଁ ପ୍ରାର୍ଥନା
ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ଗୀତ।
1ହେ ପରମେଶ୍ୱର, ମୋହର କାକୂକ୍ତି ଶୁଣ;ମୋʼ ପ୍ରାର୍ଥନାରେ ମନୋଯୋଗ କର।2ମୋʼ ମନ ଉଦ୍ବିଗ୍ନ ହେବା ବେଳେ ମୁଁ ପୃଥିବୀର ପ୍ରାନ୍ତରୁ ତୁମ୍ଭକୁ ଡାକିବି;ମୋʼ ଠାରୁ ଉଚ୍ଚତର ଶୈଳକୁ ମୋତେ ନେଇଯାଅ।3କାରଣ ତୁମ୍ଭେ ମୋʼ ନିମନ୍ତେ ଆଶ୍ରୟଓ ଶତ୍ରୁଠାରୁ ଦୃଢ଼ ଦୁର୍ଗ ସ୍ୱରୂପ ହୋଇଅଛ।4ମୁଁ ସଦାକାଳ ତୁମ୍ଭ ତମ୍ବୁରେ ବାସ କରିବି;ମୁଁ ତୁମ୍ଭ ପକ୍ଷର ଉହାଡ଼ରେ ଆଶ୍ରୟ ନେବି।5କାରଣ ହେ ପରମେଶ୍ୱର, ତୁମ୍ଭେ ମୋହର ମାନତସବୁ ଶୁଣିଅଛ;ତୁମ୍ଭେ ଆପଣା ନାମର ଭୟକାରୀମାନଙ୍କ ଅଧିକାର ଆମ୍ଭକୁ ଦେଇଅଛ।6ତୁମ୍ଭେ ରାଜାଙ୍କ ଆୟୁ ବୃଦ୍ଧି କରିବ;ତାଙ୍କ ବର୍ଷ ଅନେକ ପୁରୁଷାନୁକ୍ରମ ତୁଲ୍ୟ ହେବ।7ସେ ସଦାକାଳ ପରମେଶ୍ୱରଙ୍କ ସମ୍ମୁଖରେ ବାସ କରିବେ;ତାଙ୍କ ରକ୍ଷା ନିମନ୍ତେ ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତା ପ୍ରସ୍ତୁତ କର।8ତହୁଁ ମୁଁ ସଦାକାଳ ତୁମ୍ଭ ନାମ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବିଓ ଦିନକୁ ଦିନ ଆପଣା ମାନତ ପୂର୍ଣ୍ଣ କରିବି।